ସ୍ତ୍ରୀଙ୍କୁ ମାରି ରାତିସାରା ମୃତଦେହ ପାଖରେ ଜଗି ରହିଲେ ସ୍ବାମୀ

ବାରିପଦା,୧୫।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ନିତିଦିନ ନରହତ୍ୟା ଘଟଣା ଜିଲାବାସୀଙ୍କୁ ବ୍ୟଥିତ କରିଛି । ଶୁକ୍ରବାର ଦିନବେଳା ବାରିପଦା ସହରରେ ଘରେ ପଶି ନିର୍ମମ ହତ୍ୟା ଘଟଣାର ୨୪ ଘଣ୍ଟା ନ ପୁରୁଣୁ ଅନ୍ୟ ଏକ ହତ୍ୟା ଘଟଣା ଜିଲାରେ ହୋଲି ପର୍ବକୁ ଫିକା ପକେଇଛି । ସ୍ବାମୀଙ୍କ ଠେଙ୍ଗା ମାଡରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ସ୍ତ୍ରଙ୍କୁ ହତ୍ୟାପରେ ରାତି ସାରା ଶବ ପାଖରେ ବସି ରହିଥିଲେ ସ୍ବାମୀ। ଏଭଳି ଘଟଣା ଘଟିଛି ଜିଲାର ଚାନ୍ଦୁଆ ଥାନା ଟଙ୍ଗାଶୋଳ ଅଞ୍ଚଳରେ ।
ସୂଚନାଯୋଗ୍ୟ, କୌଣସି ଘଟଣାକୁ ନେଇ ଦୁଇ ଜଣଙ୍କ ମଧ୍ୟରେ ଯୁକ୍ତିତର୍କ ଆରମ୍ଭ ହୋଇଥିଲା। ଆଉ ଏହି ଯୁକ୍ତିତର୍କ ହତ୍ୟା ରୂପ ଧାରଣ କରିବା ପରେ ଶେଷରେ ନୃଶଂସ ସ୍ବାମୀ ସ୍ତ୍ରୀଙ୍କୁ ହତ୍ୟା କରିଥିଲେ। ଶୁକ୍ରବାର ରାତିରେ ସ୍ତ୍ରୀଙ୍କୁ ଠେଙ୍ଗାର ପିଟିପିଟି ମାରିଦେଲେ। ସକାଳୁ ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ବେଳକୁ ଅଭିଯୁକ୍ତ ସେହିଭଳି ସ୍ତ୍ରୀ ପାଖରେ ବସି ରହିଥିଲେ। ଅଭିଯୁକ୍ତ ସ୍ବାମୀଙ୍କୁୁ ପୋଲିସ ଅଟକ ରଖି ପଚରାଉଚୁରା କରୁଛି। ଘଟଣା ସ୍ଥଳରେ ସାଇଣ୍ଟିଫିକ୍‌ ଟିମ ପହଞ୍ଚି ରକ୍ତ ନମୁନା ସଂଗ୍ରହ କରୁଛି । ଏହା ସହ ଶବକୁ ବ୍ୟବଚ୍ଛେଦ ପାଇଁ ପୋଲିସ ବାରିପଦା ପିଆରଏମ ମେଡିକାଲକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟିର ଚିରନ୍ତନ ଆଧାର

ନୁଷ୍ୟର ଉଚ୍ଚତର ଚେତନଶୀଳତା ତାକୁ ବାଧ୍ୟ କରିଛି ଏ ବିଶ୍ୱବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ ଉପରେ ପ୍ରଶ୍ନ ଉତ୍‌ଥାପନ କରିବା ପାଇଁ। ଏ ଜଗତର ସୃଷ୍ଟି କିପରି...

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବିଭାଜନକାରୀ ରାଜନୀତି

ଡିସେମ୍ୱର ୬ ଆଧୁନିକ ଭାରତର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆନ୍ଦୋଳନ କଥା ସ୍ମରଣ କରାଇଦିଏ। ରାଜନୀତିକୁ ସବୁଦିନ ପାଇଁ ପରିବର୍ତ୍ତନ କରିଦେଇଥିବା ଏହି ଆନ୍ଦୋଳନ ବିଷୟରେ ଲେଖିବା...

ବୀମାଭୁକ୍ତ ହେବେ ଧନୁଯାତ୍ରା ଦର୍ଶକ, ଦୁର୍ଘଟଣାରେ କଳାକାରଙ୍କ ମୃତ୍ୟୁ ହେଲେ ମିଳିବ…

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ...

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri