Posted inଜାତୀୟ

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ ତାଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗ ଆଣିଛନ୍ତି। ତାଙ୍କ ଦାବି ଅନୁସାରେ, ପତ୍ନୀ ଓ ତାଙ୍କ କଥିତ ପ୍ରେମିକଙ୍କ ମଧ୍ୟରେ ହୋଇଥିବା ହୱାଟ୍ସଆପ ଓ ଇନଷ୍ଟାଗ୍ରାମ ଚାଟ୍‌ରେ ତାଙ୍କୁ ହତ୍ୟା କରିବା ନେଇ ଆଲୋଚନା ହୋଇଥିଲା। ଏପରିକି ତାଙ୍କ ମୃତ୍ୟୁକୁ ଏକ ସଡ଼କ ଦୁର୍ଘଟଣା ଭଳି ଦେଖାଇବାକୁ ମଧ୍ୟ ଯୋଜନା ହୋଇଥିବା ଅଭିଯୋଗ ହୋଇଛି।

ମହବୁବାବାଦ ଜିଲାର ଏକ ଗାଁର ବାସିନ୍ଦା ଗାଡେ ରାଜେଶ୍ୱର ରାଓ ପୋଲିସରେ ଅଭିଯୋଗ ଦାଖଲ କରିଛନ୍ତି। ରାଓଙ୍କର ୨୦୧୬ରେ ଭବାନୀଙ୍କ ସହ ବିବାହ ହୋଇଥିଲା ଏବଂ ଉଭୟଙ୍କର ଦୁଇଟି ଝିଅ ଅଛନ୍ତି। ଅଭିଯୋଗ ଅନୁସାରେ, କିଛି ସମୟ ଧରି ରାଓ ତାଙ୍କ ପତ୍ନୀ ଓ ଖମ୍ମମରେ କାମ କରୁଥିବା ଜଣେ କୋରିୟର ଡେଲିଭରି ଏଜେଣ୍ଟ ସୈଦୁଲୁଙ୍କ ମଧ୍ୟରେ କଥିତ ସମ୍ପର୍କକୁ ନେଇ ସନ୍ଦେହ କରୁଥିଲେ।

ରାଓଙ୍କ ଅଭିଯୋଗ ହେଉଛି, ସୈଦୁଲୁ ତାଙ୍କ ଅନୁପସ୍ଥିତିରେ ତାଙ୍କ ଘରକୁ ମଧ୍ୟ ଆସୁଥିଲେ। ଜୁଲାଇ ୨୭ ତାରିଖରେ ସନ୍ଦେହ ଆହୁରି ଘନୀଭୂତ ହେବା ପରେ ରାଓ ତାଙ୍କ ପତ୍ନୀଙ୍କ ଫୋନ ଯାଞ୍ଚ କରିଥିଲେ। ଏହି ସମୟରେ ସେ କିଛି ଏପରି ବାର୍ତ୍ତା ଦେଖିଥିବା ଦାବି କରିଛନ୍ତି, ଯେଉଁଥିରେ ତାଙ୍କୁ ରାସ୍ତାରୁ ହଟାଇବା ଅର୍ଥାତ୍‌ ହତ୍ୟା କରିବା ନେଇ ଯୋଜନା ବିଷୟରେ ଆଲୋଚନା ହୋଇଥିବା ସେ ଅଭିଯୋଗ କରିଛନ୍ତି।

ଅଭିଯୋଗରେ ରାଓ ଦାବି କରିଛନ୍ତି ଯେ, ଚାଟ୍‌ରେ ତାଙ୍କ ପତ୍ନୀ କହିଥିଲେ ଯେ ତାଙ୍କୁ ଘର ଭିତରେ ହତ୍ୟା କରାଯିବା ଉଚିତ୍‌ ନୁହେଁ, କାରଣ ଏହାଦ୍ୱାରା ପୋଲିସର ସନ୍ଦେହ ହୋଇପାରେ। ଏହା ବଦଳରେ ତାଙ୍କ ମୃତ୍ୟୁକୁ ଏକ ସଡ଼କ ଦୁର୍ଘଟଣା ଭାବେ ଦେଖାଇବାକୁ କଥା ହୋଇଥିବା ଅଭିଯୋଗ ହୋଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?