ବଜ୍ରପାତରେ ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଆହତ

ଠାକୁରମୁଣ୍ଡା,୧୮ା୩(ତାରାକାନ୍ତ ପଟ୍ଟନାୟକ): ସୋମବାର ସକାଳେ ବଜ୍ରପାତ ହୋଇ ସ୍ବାମୀଙ୍କର ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଆହତ ହୋଇଛନ୍ତି। ମୃତକ ଜଣକ ହେଉଛନ୍ତି ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଜରକ ପଞ୍ଚାୟତ ଅନ୍ତର୍ଗତ ମାଣିକ ସାହିର ବାଇଧର ସାମାଡ଼। ତାଙ୍କ ସ୍ତ୍ରୀ ବୁଧୁନି ଆହତ ହୋଇଛନ୍ତି।

ମିଳିଥିବା ସୂଚନାନୁଯାୟୀ, ସକାଳେ ପବନ ବର୍ଷା ସହିତ ବିଜୁଳି ମାରୁଥିଲା। ବର୍ଷା ହେବା ଦେଖି ବାଇଧରଙ୍କ ସ୍ତ୍ରୀ ବୁଧୁନି ଘର ବାହାରେ ତାରରେ ଶୁଖାଇଥିବା ଲୁଗାକୁ ଆଣିବାକୁ ଯାଇଥିବା ସମୟରେ ବଜ୍ରପାତ ହୋଇଥିଲା। ବଜ୍ରପାତ ପରେ ସ୍ତ୍ରୀ ତଳେ ପଡ଼ିଯିବା ଦେଖି ବାଇଧର ସ୍ତ୍ରୀଙ୍କୁ ଉଠାଇବାକୁ ଯାଇଥିବା ବେଳେ ପୁଣି ଆଉଥରେ ବଜ୍ରପାତ ହୋଇଥିଲା। ଫଳରେ ବାଇଧର ସଜ୍ଞାହୀନ ହୋଇ ତଳେ ପଡ଼ିଯାଇଥିଲେ। ପରେ ପରିବାର ଲୋକେ ଘଟଣାସ୍ଥଳରୁ ସଂଜ୍ଞାହୀନ ଅବସ୍ଥାରେ ଥିବା ସ୍ତ୍ରୀ ଏବଂ ସ୍ବାମୀଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ୧୦୮ ଆମ୍ବୁଲାନ୍ସ ଯୋଗେ ଆଣି ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। କିନ୍ତୁ ସେଠାରେ ଡାକ୍ତର ବାଇଧରଙ୍କୁ ମୃତ ଘୋଷଣା କରିଥିଲେ। ସ୍ତ୍ରୀ ବୁଧୁନି ଆହତ ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ଖବର ପାଇ ମହୁଲଡ଼ିହା ଥାନା ପୋଲିସ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତ ବାଇଧରଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇ କେସ୍‌ ନମ୍ବର ୨୨/୨୪ ଅନୁଯାୟୀ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?