ବଜ୍ରପାତରେ ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଆହତ

ଠାକୁରମୁଣ୍ଡା,୧୮ା୩(ତାରାକାନ୍ତ ପଟ୍ଟନାୟକ): ସୋମବାର ସକାଳେ ବଜ୍ରପାତ ହୋଇ ସ୍ବାମୀଙ୍କର ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଆହତ ହୋଇଛନ୍ତି। ମୃତକ ଜଣକ ହେଉଛନ୍ତି ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଜରକ ପଞ୍ଚାୟତ ଅନ୍ତର୍ଗତ ମାଣିକ ସାହିର ବାଇଧର ସାମାଡ଼। ତାଙ୍କ ସ୍ତ୍ରୀ ବୁଧୁନି ଆହତ ହୋଇଛନ୍ତି।

ମିଳିଥିବା ସୂଚନାନୁଯାୟୀ, ସକାଳେ ପବନ ବର୍ଷା ସହିତ ବିଜୁଳି ମାରୁଥିଲା। ବର୍ଷା ହେବା ଦେଖି ବାଇଧରଙ୍କ ସ୍ତ୍ରୀ ବୁଧୁନି ଘର ବାହାରେ ତାରରେ ଶୁଖାଇଥିବା ଲୁଗାକୁ ଆଣିବାକୁ ଯାଇଥିବା ସମୟରେ ବଜ୍ରପାତ ହୋଇଥିଲା। ବଜ୍ରପାତ ପରେ ସ୍ତ୍ରୀ ତଳେ ପଡ଼ିଯିବା ଦେଖି ବାଇଧର ସ୍ତ୍ରୀଙ୍କୁ ଉଠାଇବାକୁ ଯାଇଥିବା ବେଳେ ପୁଣି ଆଉଥରେ ବଜ୍ରପାତ ହୋଇଥିଲା। ଫଳରେ ବାଇଧର ସଜ୍ଞାହୀନ ହୋଇ ତଳେ ପଡ଼ିଯାଇଥିଲେ। ପରେ ପରିବାର ଲୋକେ ଘଟଣାସ୍ଥଳରୁ ସଂଜ୍ଞାହୀନ ଅବସ୍ଥାରେ ଥିବା ସ୍ତ୍ରୀ ଏବଂ ସ୍ବାମୀଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ୧୦୮ ଆମ୍ବୁଲାନ୍ସ ଯୋଗେ ଆଣି ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। କିନ୍ତୁ ସେଠାରେ ଡାକ୍ତର ବାଇଧରଙ୍କୁ ମୃତ ଘୋଷଣା କରିଥିଲେ। ସ୍ତ୍ରୀ ବୁଧୁନି ଆହତ ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ଖବର ପାଇ ମହୁଲଡ଼ିହା ଥାନା ପୋଲିସ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତ ବାଇଧରଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇ କେସ୍‌ ନମ୍ବର ୨୨/୨୪ ଅନୁଯାୟୀ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

OSRTC ବସ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଜଣେ ମୃତ

ଜଗନ୍ନାଥ ପ୍ରସାଦ,୧୬।୩: ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ଅଧୀନ ପଞ୍ଚଭୂତି ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। OSRTC ବସ୍‌ ଏବଂ ସ୍କୁଟି...

ସୁନ୍ଦର ଓ ସବୁଜ ଦାରିଙ୍ଗବାଡି ପାଇଁ  ପ୍ରୟାସ 

ଦାରିଙ୍ଗବାଡି,୧୬ ।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସବୁଜ ସୁନ୍ଦର କରିବା ପାଇଁ ପ୍ରୟାସ ଆରମ୍ଭ ହୋଇଛି । ଏକ ଫୋରମ ଗଠନ କରାଯାଇ...

କନ୍ଧମାଳରୁ ବେଆଇନ ଗୋଚାଲାଣ: ଉଦ୍ଧାର କଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୬।୩ (ବାବୁଲା ପ୍ରଧାନ): ଶନିବାର ବିଳମ୍ବିତ ରାତିରେ କନ୍ଧମାଳ ଜିଲାରୁ ଶତାଧିକ ଗାଈ, ଗୋରୁ ବେନିୟମ ଭାବେ ଗଞ୍ଜାମ ଜିଲା ବେଲଗୁଣ୍ଠା ହାଟ କିମ୍ବା ଅନ୍ୟ...

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ

ଭୁବନେଶ୍ୱର,୧୬।୩: ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ଘୋଷଣା କରିଛନ୍ତି। ସୋମବାର...

ଆହୁରି ୩ ଦିନ କରିବ କଲବଲ: ଏହି ୩ ଜିଲାକୁ ହିଟୱେଭ ଆଲର୍ଟ

ଭୁବନେଶ୍ୱର,୧୬।୩: ରାଜ୍ୟରେ ଉପରମୁହାଁ ହେଉଛି ପାରଦ। ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଅସହ୍ୟ ହେଉଛି ଗ୍ରୀଷ୍ମ ଲହରୀ। ଆଜିଠାରୁ ଆହୁରି ପ୍ରଚଣ୍ଡ ହେବ ତାତି। ଆସନ୍ତା ୩...

ସାଙ୍ଗମାନଙ୍କ ସହ ଯାଇଥିଲେ ହୋଲି ଖେଳି, ଫେରିଲେନି ଘରକୁ …

ଗଞ୍ଜାମ,୧୬।୩: ଗଞ୍ଜାମ ଜିଲା ପୋଡମପେଟା ଗାଁ ନିକଟ ସମୁଦ୍ର କୂଳରେ ଏକ ଅଘଟଣ ଘଟିଛି। ହୋଲି ଖେଳି ସମୁଦ୍ରରେ ଗାଧୋଇବା ବେଳେ ପାଣିରେ ବୁଡି ଜଣେ...

ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: କହିଲେ କରିହେବନି ତାଙ୍କ ଭୂମିକାକୁ ଅସ୍ବୀକାର

ଭୁବନେଶ୍ୱର,୧୬ । ୩ : ଆଧୁନିକ ଓଡ଼ିଆ ସାହିତ୍ୟର ପ୍ରଥିତଯଶା କବି  ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି...

ସାପକୁ କଚାଡି ମାରିଲେ, ପରେ ସାଙ୍ଗରେ ନେଇ ପହଁଚିଲେ ମେଡିକାଲ

ଉଦଳା,୧୬।୩(ସନ୍ତୋଷ କୁମାର ବାଛିନି): ସାପକୁ କଚାଡି ମାରିଲେ ଆଉ ସାପକୁ ନେଇ ସାଙ୍ଗରେ ପହଁଚିଲେ ମେଡିକାଲ। ଯୁବକଙ୍କୁ କାମୁଡ଼ିଲା ନାଗ ସାପ। ୩ ରୁ ୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri