ମାରିଦେଲେ ସ୍ବାମୀ, ଶାଶୁଘର ଲୋକେ

କଣିହାଁ,୧୭।୫(ଡି.ଏନ.ଏ.) ବାପଘରୁ ୮୦ ହଜାର ଟଙ୍କା ନ ଆଣିବାରୁ କଣିହାଁ ଥାନା ବଡଗୁଣ୍ଡୁରୀ ଗ୍ରାମର ଦୀପ୍ତି ନାୟକ (୨୫)ଙ୍କୁ ତାଙ୍କ ସ୍ବାମୀ ଓ ଶାଶୁଘର ଲୋକେ ମାରିଦେଇଥିବା ଦୀପ୍ତିଙ୍କ ବାପଘର ପକ୍ଷରୁ ଅଭିଯୋଗ ହୋଇଛି। ଦୀପ୍ତିଙ୍କ ଭାଇ ପଦ୍ମଚରଣ ନାୟକଙ୍କ ଅଭିଯୋଗ ଆଧାରରେ କଣିହଁା ପୋଲିସ ଦୀପ୍ତିଙ୍କ ଝୁଲନ୍ତା ମୃତଦେହ ସୋମବାର ଜବତ କରିବା ସହ ନଂ. ୨୪/୨୨ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତ ସ୍ବାମୀ ପ୍ରତାପ ସାହୁଙ୍କୁ ଅଟକ ରଖି ତଦନ୍ତ କରୁଛି।
ପୋଲିସ କହିଛି, ୭ବର୍ଷ ତଳେ କାକୁଡିଆ ଗ୍ରାମର କ୍ଷେତି ଚରଣ ନାୟକଙ୍କ ଝିଅ ଦୀପ୍ତି ନାୟକ ବଡଗୁଣ୍ଡୁରୀ ଗ୍ରାମର ପ୍ରତାପ ସାହୁଙ୍କୁ ବିବାହ କରିଥିଲେ। ବିବାହ ସମୟରେ ବାପଘର ପକ୍ଷରୁ ନଗଦ ୧ଲକ୍ଷ ଟଙ୍କା, ୨ଭରି ସୁନା ସହିତ ଅନ୍ୟାନ୍ୟ ଜିନିଷପତ୍ର ଯୌତୁକ ଆକାରରେ ଦିଆଯାଇଥିଲା। ତେବେ ପ୍ରତାପ କିଛିଦିନ ହେବ ଦୀପ୍ତିଙ୍କୁ ଆଉ ୮୦ ହଜାର ଟଙ୍କା ଆଣିବାକୁ କହି ନିର୍ଯାତନା ଦେଉଥିଲେ। ହେଲେ ରବିବାର ରାତିରେ ପ୍ରତାପ ତାଙ୍କ ଶାଳକ ପଦ୍ମଚରଣଙ୍କୁ ଫୋନ କରି ଦୀପ୍ତି ଶୌଚାଳୟରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ଦେଇଥିଲେ। ଏହାପରେ ଦୀପ୍ତିଙ୍କ ପରିବାର ଲୋକେ ବଡଗୁଣ୍ଡୁରୀରେ ପହଞ୍ଚିଥିଲେ। ତେବେ ଘଟଣା ସମ୍ପର୍କରେ ବାପଘର ଲୋକେ ପଚାରିବାରୁ ପ୍ରତାପ ଓ ଅନ୍ୟମାନେ ମିଶି ଆକ୍ରମଣ କରିଥିଲେ। ଏଥିରେ ଦୀପ୍ତିଙ୍କ ବାପା ଗୁରୁତର ହୋଇ କଣିହାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ସନ୍ଧାନୀ କୁକୁର ସହାୟତାରେ ଘଟଣାସ୍ଥଳରେ ତଦନ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?