ସ୍ବାମୀଙ୍କୁ ହତ୍ୟା ଘଟଣା: ସ୍ତ୍ରୀ ସହ ପ୍ରେମିକ ଗିରଫ

ବୁଗୁଡ଼ା,୩୧ା୧୦(ଡି.ଏନ.ଏ.)-ବୁଗୁଡ଼ା ସହର ବାଲିପିଣ୍ଡି ବନ୍ଧ ନିକଟ ଦଳିତ ସାହିରେ ଗୁରୁବାର ରାତିରେ ପ୍ରେମିକଙ୍କ ସହ ମିଶି ସ୍ତ୍ରୀ ସ୍ବାମୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ପୋଲିସ ଶନିବାର ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ କୋର୍ଟଚାଲାଣ କରିଛି। ଗିରଫ ସ୍ତ୍ରୀ ହେଲେ ମାହେଶ୍ୱରୀ ବେହେରା, ପ୍ରେମିକ ଢେଙ୍କାନାଳ ଅଞ୍ଚଳର ଦିପକ ସାହୁ। ଜାମିନ ଆବେଦନ ନାମଞ୍ଜୁର ହେବାରୁ ଉଭୟଙ୍କୁ ଜେଲ୍‌କୁ ପଠାଇଦିଆଯାଇଛି। ମୃତକଙ୍କ ଭାଇଙ୍କ ଏତଲା କ୍ରମେ ବୁଗୁଡ଼ା ପୋଲିସ ନଂ. ୩୧୮/୨୦ରେ ହତ୍ୟା ମାମଲା ରୁଜୁ କରି ମାହେଶ୍ୱରୀ ଓ ଦିପକଙ୍କୁ ଅଟକ ରଖିଥିଲା। ପ୍ରକାଶ ଯେ, ୧୦ ବର୍ଷ ତଳେ ସିଲୁ ମେହେରଙ୍କ ସହ ବୁଗୁଡ଼ାର ମାହେଶ୍ୱରୀଙ୍କ ବିବାହ ହୋଇଥିଲା। ୬ ମାସ ତଳେ ଏକ ଚୋରି ଘଟଣାରେ ସମ୍ପୃକ୍ତ ଥିବାରୁ ସିଲୁ ଫେରାର ହୋଇଯାଇଥିଲେ। ଏହି ସମୟରେ ମାହେଶ୍ୱରୀଙ୍କ ସହ ଦିପକଙ୍କ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ୪ ଦିନ ତଳେ ଦୁହେଁ ଢେଙ୍କାନାଳରୁ ବୁଗୁଡ଼ା ଚାଲି ଆସିଥିଲେ। ସୂଚନା ପାଇ ସିଲୁ ଗୁରୁବାର ରାତିରେ ବୁଗୁଡ଼ାରେ ପହଞ୍ଚତ୍ ସ୍ତ୍ରୀ ଏବଂ ତାଙ୍କ ପ୍ରେମିକଙ୍କୁ ଦେଖି ଗାଳିଗୁଲଜ କରିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ତ୍ରୀ ଏବଂ ପ୍ରେମିକ ମିଶି ସିଲୁଙ୍କୁ ତଣ୍ଟି ଚିପି ହତ୍ୟା କରି ମୃତଦେହକୁ ଫିଙ୍ଗି ଦେଇଥିଲେ। ସାହିବାସୀଙ୍କଠାରୁ ଖବର ପାଇ ଆଇଆଇସି ଚିତ୍ତରଞ୍ଜନ ବେହେରା ସଦଳବଳ ଘଟଣାସ୍ଥଳକୁ ପହଞ୍ଚତ୍ ମୃତଦେହ ଜବତ କରି ତଦନ୍ତ ଚଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri