ଶ୍ୱଶୁର ଘରେ ପହଞ୍ଚି ନବବିବାହିତା ସ୍ତ୍ରୀଙ୍କୁ ବେଲ୍ଟରେ ନିର୍ଧୂମ ପିଟିଲେ ସ୍ବାମୀ, ଆଉ ତା’ ପରେ…

ଭୋପାଳ,୬ା୯: ଗ୍ବାଲିଅରରେ ଜଣେ ନବବିବାହିତାଙ୍କୁ ତାଙ୍କ ଶାଶୁଘର ଲୋକେ ଅଧିକ ଯୌତୁକ ଦାବି କରି ଘରୁ ତଡ଼ି ଦେଇଥିଲେ। ଫଳରେ ସେ ତାଙ୍କ ବାପଘରକୁ ଚାଲିଯାଇଥିଲେ। ଏଥିରେ କ୍ରୋଧାନ୍ବିତ ହୋଇ ଜ୍ୱାଇଁ ପହଞ୍ଚିଥିଲେ ଶ୍ୱଶୁର ଘରେ। ପରେ ମାର୍‌ପିଟ୍‌ ଆରମ୍ଭ କରିଥିଲେ। ଫଳରେ ଶ୍ୱଶୁର ଘର ଲୋକ ମଧ୍ୟ ଛାଡ଼ି ନ ଥିଲେ। ସେମାନେ ସମସ୍ତେ ମିଶି ଜ୍ୱାଇଁଙ୍କୁ ଭଲ ଭାବରେ ଧୋଇ ଦେଇଛନ୍ତି।

ଗ୍ବାଲିଅର ଥାନା ବାହାଡ଼ାପୁର ଥାନା ଅନ୍ତର୍ଗତ କୁଶବାହାରେ ରହୁଥିବା ସାଧନାଙ୍କ ବିବାହ ୨୦୨୦ ଡିସେମ୍ବରରେ ମହାରାଜପୁରର ଅମନଙ୍କ ସହ ହୋଇଥିଲା। ବିବାହର ମାତ୍ର ଅଳ୍ପ କିଛିଦିନ ମଧ୍ୟରେ ୧୦ ଲକ୍ଷ ଟଙ୍କା ଅଧିକ ଯୌତୁକ ଦାବି କରି ଅମନଙ୍କ ପରିବାର ଲୋକେ ସାଧନାଙ୍କ ଉପରେ ମାନସିକ ଏବଂ ଶାରୀରିକ ନିର୍ଯାତନା ଆରମ୍ଭ କରିଥିଲେ। ଫଳରେ ସାଧନା ବାପଘରକୁ ଚାଲିଆସିଥିଲେ। କିଛିଦିନ ପରେ ଅମନ ଶ୍ୱଶୁର ଘରେ ହଠାତ୍‌ ପହଞ୍ଚି ସାଧନାଙ୍କୁ ବେଲ୍ଟରେ ପିଟିଥିଲେ। ଏହା ଦେଖି ଶ୍ୱଶୁର ଘର ଲୋକେ ମଧ୍ୟ ଅମନଙ୍କୁ ଛାଡ଼ି ନ ଥିଲେ। ଏନେଇ ସାଧନାଙ୍କ ପିତା ଥାନାର ଦ୍ୱାରସ୍ଥ ହୋଇଛନ୍ତି। ପୋଲିସ ମାମଲାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri