ନେଲୋର, ୨୪ା୯: ଆନ୍ଧ୍ରପ୍ରଦେଶର ନେଲୋର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ଆତ୍ମହତ୍ୟା କରୁଥିବାବେଳର ଦୃଶ୍ୟକୁ ତାଙ୍କ ସ୍ବାମୀ ଭିଡିଓ ଶୁଟିଂ କରିଛନ୍ତି। ଏହି ଘଟଣାକୁ ନେଇ ଉଦ୍ବେଗ ପ୍ରକାଶ ପାଇଛି। ଉକ୍ତ ଭିଡିଓକୁ ଅଭିଯୁକ୍ତ ସ୍ବାମୀ ତାଙ୍କ ଶ୍ୱଶୁର ଘରକୁ ପଠାଇବା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଘଟଣାରୁ ପ୍ରକାଶ, ମୃତା କୋନ୍ଦାମ୍ମା (୨୯) ପେଞ୍ଚାଲାଇଆଙ୍କୁ ୧୨ ବର୍ଷ ପୂର୍ବେ ବିବାହ କରିଥିଲେ। ଉଭୟଙ୍କର ୨ଟି ସନ୍ତାନ ରହିଛନ୍ତି। କୋନ୍ଦାମ୍ମା ଆଉ କାହା ସହ ସମ୍ପର୍କ ରଖିଥିବା ସନ୍ଦେହ କରି ପେଞ୍ଚାଲାଇଆ ତାଙ୍କୁ ନିର୍ଯାତନା ଦେଇ ଆସୁଥିଲେ। ମଙ୍ଗଳବାର ରାତିରେ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଅତିଷ୍ଠ ହୋଇ କୋନ୍ଦାମ୍ମା ଆତ୍ମହତ୍ୟା କରିବାକୁ ନିଷ୍ପତ୍ତି ନେଇଥିଲେ। ଘରେ ସ୍ବାମୀ ଓ ପିଲାଙ୍କ ସାମ୍ନାରେ ସିଲିଂ ଫ୍ୟାନ୍ରେ ସେ ତାଙ୍କ ଶାଢ଼ିରେ ଝୁଲି ପଡ଼ିଥିଲେ। ସେହି ସମୟରେ ପେଞ୍ଚାଲାଇଆ ସ୍ତ୍ରୀଙ୍କୁ ରୋକିବା ପରିବର୍ତ୍ତେ ଆତ୍ମହତ୍ୟାର ଭିଡିଓ ରେକର୍ଡିଂ କରିଥିଲେ। ଉକ୍ତ ଭିଡିଓକୁ ସେ ଶ୍ୱଶୁର ଘରକୁ ପଠାଇ ମୃତଦେହ ସେଠାରୁ ନେଇଯିବାକୁ କହିଥିଲେ। ଏ ନେଇ କୋନ୍ଦାମ୍ମାଙ୍କ ବାପଘର ଲୋକେ ଥାନାରେ ଅଭିଯୋଗ କରିବା ପରେ ପୋଲିସ ପେଞ୍ଚାଲାଇଆଙ୍କୁ ଗିରଫ କରିଛି।
ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ
ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…
MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ
ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍ରେ ୩୯ ରନ୍…
ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…
ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…
ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…
ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…
ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?
ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…
ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…
ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍କା
ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…
ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ
ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…
Archives

