ନେଲୋର, ୨୪ା୯: ଆନ୍ଧ୍ରପ୍ରଦେଶର ନେଲୋର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ଆତ୍ମହତ୍ୟା କରୁଥିବାବେଳର ଦୃଶ୍ୟକୁ ତାଙ୍କ ସ୍ବାମୀ ଭିଡିଓ ଶୁଟିଂ କରିଛନ୍ତି। ଏହି ଘଟଣାକୁ ନେଇ ଉଦ୍ବେଗ ପ୍ରକାଶ ପାଇଛି। ଉକ୍ତ ଭିଡିଓକୁ ଅଭିଯୁକ୍ତ ସ୍ବାମୀ ତାଙ୍କ ଶ୍ୱଶୁର ଘରକୁ ପଠାଇବା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଘଟଣାରୁ ପ୍ରକାଶ, ମୃତା କୋନ୍ଦାମ୍ମା (୨୯) ପେଞ୍ଚାଲାଇଆଙ୍କୁ ୧୨ ବର୍ଷ ପୂର୍ବେ ବିବାହ କରିଥିଲେ। ଉଭୟଙ୍କର ୨ଟି ସନ୍ତାନ ରହିଛନ୍ତି। କୋନ୍ଦାମ୍ମା ଆଉ କାହା ସହ ସମ୍ପର୍କ ରଖିଥିବା ସନ୍ଦେହ କରି ପେଞ୍ଚାଲାଇଆ ତାଙ୍କୁ ନିର୍ଯାତନା ଦେଇ ଆସୁଥିଲେ। ମଙ୍ଗଳବାର ରାତିରେ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଅତିଷ୍ଠ ହୋଇ କୋନ୍ଦାମ୍ମା ଆତ୍ମହତ୍ୟା କରିବାକୁ ନିଷ୍ପତ୍ତି ନେଇଥିଲେ। ଘରେ ସ୍ବାମୀ ଓ ପିଲାଙ୍କ ସାମ୍ନାରେ ସିଲିଂ ଫ୍ୟାନ୍ରେ ସେ ତାଙ୍କ ଶାଢ଼ିରେ ଝୁଲି ପଡ଼ିଥିଲେ। ସେହି ସମୟରେ ପେଞ୍ଚାଲାଇଆ ସ୍ତ୍ରୀଙ୍କୁ ରୋକିବା ପରିବର୍ତ୍ତେ ଆତ୍ମହତ୍ୟାର ଭିଡିଓ ରେକର୍ଡିଂ କରିଥିଲେ। ଉକ୍ତ ଭିଡିଓକୁ ସେ ଶ୍ୱଶୁର ଘରକୁ ପଠାଇ ମୃତଦେହ ସେଠାରୁ ନେଇଯିବାକୁ କହିଥିଲେ। ଏ ନେଇ କୋନ୍ଦାମ୍ମାଙ୍କ ବାପଘର ଲୋକେ ଥାନାରେ ଅଭିଯୋଗ କରିବା ପରେ ପୋଲିସ ପେଞ୍ଚାଲାଇଆଙ୍କୁ ଗିରଫ କରିଛି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

