ସ୍ତ୍ରୀଙ୍କ ପାଇଁ ହାତ ପାତୁଛନ୍ତି ସ୍ବାମୀ

କୁଆମରା, ୩୦।୪ (ଡି.ଏନ.ଏ.)-କର୍କଟ ରୋଗାକ୍ରାନ୍ତ ସ୍ତ୍ରୀଙ୍କୁ ଭଲ କରିବା ପାଇଁ ସ୍ବାମୀ ବାରଦୁଆର ବୁଲି ବୁଲି ଅର୍ଥ ଭିକ୍ଷା କରୁଛନ୍ତି। ଚିକିତ୍ସା ପାଇଁ ଅର୍ଥ ଯୋଗାଡ଼ କରି ନ ପାରି ସହାୟତା ପାଇଁ ପ୍ରଶାସନଠାରୁ ଆରମ୍ଭ କରି ବିଭିନ୍ନ ବ୍ୟକ୍ତିଙ୍କଠାରେ ହାତ ପାତିି ଆକୁଳ ନିବେଦନ କରୁଥିବା ଦେଖିବାକୁ ମିଳିଛି। ଏପରି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ସାଇଁକୁଳା ଗଡସାହି ଗ୍ରାମରେ। ଏହି ଗ୍ରାମର ପ୍ରଫୁଲ୍ଲ ଚନ୍ଦ୍ର ବେହେରାଙ୍କ ସ୍ତ୍ରୀ କଳ୍ପଲତା (୫୦) ଗତ ଜାନୁୟାରୀ ମାସରେ ହଠାତ୍‌ ଅସୁସ୍ଥ ହୋଇ ପଡ଼ିଥିଲେ। ସ୍ଥାନୀୟ ଡାକ୍ତରଖାନାରେ ମାସେ କାଳ ଚିକିତ୍ସିତ ହେବା ପରେ ରୋଗ ଉପସମ ହେଲା ନାହିଁ। ଫଳରେ ସେ ବାଲେଶ୍ୱର ଡାକ୍ତରଖାନା ଯାଇଥିଲେ। ସେଠାରେ କଳ୍ପଲତାଙ୍କ ପାଟିରେ ଘା’ ଦେଖି ଡାକ୍ତର କ୍ୟାନ୍ସର ବୋଲି କହିବା ପରେ ପ୍ରଫୁଲ୍ଲଙ୍କ ପାଦତଳୁ ମାଟି ଖସି ପଡ଼ିଥିଲା। ଡାକ୍ତରଙ୍କ ପରାମର୍ଶ କ୍ରମେ ସେ କଳ୍ପଲତାଙ୍କୁ ନେଇ କଟକ ଆଚାର୍ଯ୍ୟ ହରିହର କ୍ୟାନ୍ସର ହସ୍ପିଟାଲ୍‌କୁ ଯାଇଥିଲେ। ସେଠାରେ ୩ ଦିନ ରହି ଚିକିତ୍ସିତ ହୋଇଥିଲେ। ସେଠାରେ ଚିକିତ୍ସାରେ ଅବହେଳା କରାଯିବା ସହ ଅସ୍ତ୍ରୋପଚାର ପାଇଁ ଏକ ଘରୋଇ ହସ୍ପିଟାଲକୁ ପଠାଇ ଦିଆଯାଇଥିବା ପ୍ରଫୁଲ୍ଲ ଅଭିଯୋଗ କରିଛନ୍ତି। ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ପାଖରେ ସମ୍ବଳ ନ ଥିବାରୁ ଶେଷରେ କଳ୍ପଲତାଙ୍କୁ ଘରକୁ ଫେରାଇ ଆଣିଥିଲେ। ପ୍ରଫୁଲ୍ଲଙ୍କ ଦୁଇ ଝିଅ ବିବାହ କରି ସାରିଥିବା ବେଳେ ଏକ ମାତ୍ର ପୁଅ ମା’ ବାପାଙ୍କଠାରୁ ଅଲଗା ରହୁଛନ୍ତି। ପ୍ରଫୁଲ୍ଲଙ୍କ ବୟସ ଗଡ଼ି ଚାଲିଥିବା ବେଳେ ଆଉ ପର ଘରେ କାମଧନ୍ଦା କରି ନ ପାରି ଅନେକ ସମୟରେ ସ୍ତ୍ରୀ ସ୍ବାମୀ ଉପାସରେ ଦିନ କାଟୁଛନ୍ତି। ରୋଗ ଭଲ ହେବା ପାଇଁ ଅତିକମ୍‌ରେ ୨ଲକ୍ଷ ଟଙ୍କାର ଆବଶ୍ୟକତା ରହିଛି ବୋଲି ଡାକ୍ତର କହିଛନ୍ତି। ସହାୟତା ପାଇଁ ସେ ସ୍ଥାନୀୟ ଉପଜିଲାପାଳଙ୍କଠାରେ ଆବେଦନ କରିଥିଲେ। ଉପ ଜିଲାପାଳ ତାଙ୍କ ଦରଖାସ୍ତଟିକୁ ଜିଲାପାଳଙ୍କ ମଞ୍ଜୁରୀ ନିମନ୍ତେ ପଠାଇଛନ୍ତି। କଳ୍ପଲତାଙ୍କ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ଯୋଗାଇ ଦେବାକୁ ସେ ଗୁହାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ଛାତ୍ରୀଙ୍କ ସହ ଶାରୀରୀକ ସମ୍ପର୍କ ରଖୁଥିଲେ କଲେଜର ଅଧ୍ୟାପକ, ବିବାହ ପାଇଁ କହିବାରୁ…

ଦେବଗଡ,୧୫।୪(ଶଶାଙ୍କ ଶେଖର ଝାଙ୍କର): ବିବାହ ପ୍ରଲୋଭନ ଦେଖାଇ ଜଣେ ଛାତ୍ରୀଙ୍କ ସହିତ ଶାରୀରୀକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା ଅଭିଯୋଗରେ ଏକ କଲେଜର ଜଣେ ଅଧ୍ୟାପକ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri