ସ୍ତ୍ରୀଙ୍କୁ ପେଟ୍ରୋଲ ଢାଳି ପୋଡ଼ି ମାରିବା ଅଭିଯୋଗରେ ସ୍ବାମୀ କୋର୍ଟ ଚାଲାଣ

କୋକସରା,୨୬ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଯାହାକୁ ସାତ ଜନ୍ମର ଜୀବନସାଥୀ କରିବାକୁ ହୋମନିଆଁରେ ଶପଥ ନେଇଥିଲେ ସ୍ବାମୀ ସେହି ଜୀବନସାଥୀଙ୍କୁ ପେଟ୍ରୋଲ ଢାଳି ନିଆଁରେ ପୋଡ଼ି ମାରି ଏବେ ଜେଲ୍‌ ହାଜତକୁ ଗଲେ ନୃଶଂସ ସ୍ବାମୀ।

ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ମାଝୀଗୁଡ଼ାରେ। ଗ୍ରାମର ବାଲେଶର ନାଗଙ୍କ ପୁଅ ଜୟନ୍ତ ଗତ ୨୦୨୦ରେ କୋକସରା ଥାନା ଅନ୍ତର୍ଗତ ଜୟନ୍ତପୁର ଗ୍ରାମର ଦିପେନ ସାଗରଙ୍କ ଝିଅ ଉର୍ମିଳା (ପୂଜା)ଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ। ହେଲେ ବିବାହର କିଛିମାସ ହସଖୁସିରେ ଦାମ୍ପତ୍ୟ ଜୀବନ କଟିଥିବା ବେଳେ ପରେ କିନ୍ତୁ ବୈବାହିକ ଜୀବନରେ ସ୍ବାମୀଙ୍କ ନିର୍ଯାତନାର ଶିକାର ହୋଇ ଆସୁଥିଲେ ଉର୍ମିଳା। ଗତ ୨୩ ତାରିଖ ସନ୍ଧ୍ୟାରେ କୌଣସି କଥାକୁ ନେଇ ଜୟନ୍ତ ସ୍ତ୍ରୀ ଉର୍ମିଳାଙ୍କ ମଧ୍ୟରେ ମତାନ୍ତର ହୋଇଥିବା ବେଳେ ସ୍ତ୍ରୀଙ୍କୁ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଇଥିବା ଅଭିଯୋଗ ହୋଇଛି। ନିଆଁରେ ପୋଡି ଉର୍ମିଳାଙ୍କ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏମ୍ସ ହସ୍ପିଟାଲରେ ୨୪ ତାରିଖରେ ମୃତ୍ୟୁ ହୋଇଥିବା ବେଳେ ମୃତ ମହିଳାଙ୍କ ବାପାଙ୍କ ଅଭିଯୋଗ ପରେ ମଙ୍ଗଳବାର କୋକସରା ପୋଲିସ ଉର୍ମିଳାଙ୍କ ସ୍ବାମୀ ଜୟନ୍ତକୁ ଗିରଫ କରିଥିଲେ। ଅନ୍ୟପଟେ ଭୁବନେଶ୍ବରରୁ ମୃତ ଉର୍ମିଳାଙ୍କ ମୃତଦେହ ପହଞ୍ଚିବା ପରେ ବୁଧବାର ମାଝୀଗୁଡା ଗାଁ ମଶାଣିରେ ଶୋକାକୁଳ ପରିବେଶ ମଧ୍ୟରେ ସମ୍ପନ୍ନ ହୋଇଛି। ଉର୍ମିଳାଙ୍କ ୨ ବର୍ଷର ଝିଅ ମୁଖାଗ୍ନି ଦେଉଥିବା ଦୃଶ୍ୟ ସମସ୍ତଙ୍କୁ ବ୍ୟଥିତ କରିଛି। କୋକସରା ପୋଲିସ ଘଟଣାରେ ଅଭିଯୁକ୍ତ ଜୟନ୍ତଙ୍କୁ କରି ବୁଧବାର କୋର୍ଟ ଚାଲାଣ କରିଛି। ଏନେଇ କୋକସରା ପୋଲିସ ହତ୍ୟା ମାମଲା ୧୯୩/୨୩ ରୁଜୁ କରି ଘଟଣାର ତଦନ୍ତ ଜାରି ରହିଥିବା ନେଇ ତଦନ୍ତକାରୀ ଅଧିକାରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri