Posted inଜାତୀୟ

ସ୍ତ୍ରୀଙ୍କ ପ୍ରାଇଭେଟ୍‌ ପାର୍ଟରେ ଲଙ୍କାଗୁଣ୍ଡ ପକାଇ ଗରମ ଆଇରନ୍‌ ମାଡ଼ିଦେଲେ ସ୍ବାମୀ: ଆଉ ତା’ପରେ…

ମୁଜାଫରପୁର,୧୭।୬: ବିହାରର ମୁଜାଫରପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ପ୍ରତି ନିଷ୍ଠୁରତାର ଏକ ଘଟଣା ସାମ୍ନାକୁ ଆସିଛି। ମୁଜାଫରପୁରରେ ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ନିର୍ମମ ଭାବରେ ପିଟିବା ସହ ତାଙ୍କ ପ୍ରାଇଭେଟ୍‌ ପାର୍ଟରେ ଲଙ୍କା ଗୁଣ୍ଡ ପକାଇ ଦେଇଥିଲେ। ପରେ ଗରମ ଆଇରନ୍‌ ମାଡ଼ି ଦେଇଥିଲେ। କେବଳ ଏତିକି ନୁହେଁ, ସେ ତାଙ୍କ ସ୍ତ୍ରୀଙ୍କୁ ବିଦ୍ୟୁତ ଆଘାତ ଦେବାକୁ ମଧ୍ୟ ଚେଷ୍ଟା କରିଥିଲେ। ଏହି ସମ୍ପୂର୍ଣ୍ଣ ଘଟଣା ମୁଜାଫରପୁର ଜିଲାର ଦେଓରିଆ କୋଠି ଅଞ୍ଚଳର ବୋଲି କୁହାଯାଉଛି।

ମହିଳାଙ୍କ ଅବସ୍ଥା ଗୁରୁତର ଏବଂ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମହିଳାଙ୍କ ଅଭିଯୋଗ ଆଧାରରେ ପୋଲିସ ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରିଛି। ଅଭିଯୁକ୍ତ ସ୍ବାମୀଙ୍କ ନାମ ଶତ୍ରୁଘ୍ନ ରାୟ (୪୦)। ମହିଳା କହିଛନ୍ତି, ତାଙ୍କ ସ୍ବାମୀ, ଶାଶୁ ଏବଂ ଶ୍ୱଶୁର ସମସ୍ତେ ମିଶି ତାଙ୍କୁ ନିର୍ଯାତନା ଦେଇଥିଲେ। ମହିଳା ଦେଓରିଆ ଥାନାରେ ସମସ୍ତଙ୍କ ବିରୋଧରେ ମାମଲା ରୁଜୁ କରିଛନ୍ତି।

ପୀଡିତା ମହିଳା କହିଛନ୍ତି, ତାଙ୍କର ତିନୋଟି ପିଲା ଅଛନ୍ତି। ତାଙ୍କ ସ୍ବାମୀଙ୍କର ଏକ ମେକଅପ ଦୋକାନ ଅଛି। ଜୁନ ୧୩ ତାରିଖରେ ସ୍ବାମୀ ତାଙ୍କୁ ନିର୍ମମ ଭାବରେ ପିଟିଥିଲେ। ତାଙ୍କ ହାତ ଗୋଡ଼ ବାନ୍ଧି ତାଙ୍କୁ ଗଳା କାଟି ହତ୍ୟା କରିବାକୁ ଚେଷ୍ଟା କରିଥିଲେ। କାରଣ ସେ ସନ୍ଦେହ କରୁଥିଲେ ଯେ ମୋର ଗାଁର କାହା ସହିତ ଅବୈଧ ସମ୍ପର୍କ ଅଛି।

ସ୍ବାମୀଙ୍କ ଅବୈଧ ସମ୍ପର୍କ ଅଭିଯୋଗ ପରେ ପୀଡିତା କହିଥିଲେ ଯେ, ତାଙ୍କୁ ଡାକ୍ତରୀ ପରୀକ୍ଷା କରାଇବା ଉଚିତ। ଏଥିରେ ସ୍ବାମୀ ରାଗିଗଲେ। ଏହା ପରେ ସେ ନିଷ୍ଠୁରତା କଲେ। ସେ ତାଙ୍କୁ ଏକ ଘରେରେ ବନ୍ଦ କରି ଦେଇଥିଲେ ଏବଂ ଦୁଇ ଦିନ ପର୍ଯ୍ୟନ୍ତ ଖାଦ୍ୟ ଦେଇ ନ ଥିଲେ। ଶ୍ୱଶୁର ଘର ଲୋକେ ମଧ୍ୟ ସାହାଯ୍ୟ କରିବାକୁ ଆଗେଇ ଆସି ନ ଥିଲେ।

ପଡ଼ୋଶୀମାନେ ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାର ବିଷୟରେ ପୋଲିସକୁ ଜଣାଇଥିଲେ। ଜୁନ ୧୫ରେ ପୀଡିତାଙ୍କ ଭାଇ ତାଙ୍କ ଶ୍ୱଶୁର ଘରକୁ ଆସି ତାଙ୍କୁ ଡାକ୍ତରଖାନାକୁ ନେଇ ଯାଇଥିଲେ। ଏହି ମାମଲାରେ ପୋଲିସ କହିଛି, ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରାଯାଇଛି। ମହିଳାଙ୍କ ଅବସ୍ଥା ଗୁରୁତର ଏବଂ ତାଙ୍କୁ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି। ମାମଲାରେ ଅଭିଯୁକ୍ତ ଶ୍ୱଶୁର ଘରର ଅନ୍ୟ ସଦସ୍ୟମାନଙ୍କୁ ଖୋଜା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri