ଗଛମୂଳେ ଥିବା ସ୍ତ୍ରୀଙ୍କୁ ଘରକୁ ନେଲେ ସ୍ବାମୀ

କେନ୍ଦୁଝର,୧୯।୨(ସ୍ବ.ପ୍ର.): ତେଲକୋଇ ବ୍ଲକ ସଲେଇକେନା ପଞ୍ଚାୟତର ଡିମିରିଆ ଗ୍ରାମରେ ପରିବାର କଲ୍ୟାଣ ଅସ୍ତ୍ରୋପଚାର କରିଥିବାରୁ ଭୂୟାଁ ସମ୍ପ୍ରଦାୟର ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଘରୁ ବାହାର କରିଦେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଏପରି କି ମହିଳା ଜଣକ ୩ ଦିନ ଧରି ବାହାରେ ଗଛମୂଳେ ଏକମାସର ଶିଶୁପୁତ୍ରକୁ ଧରି ଆଶ୍ରୟ ନେବା ଏବଂ ସ୍ଥାନୀୟ ପ୍ରଶାସନ ଏହାକୁ ହାଲୁକା ଭାବେ ନେଇଥିବାରୁ ଭୂୟାଁ ମହାସମାଜ ପକ୍ଷରୁ ଉଦ୍‌ବେଗ ପ୍ରକାଶ ପାଇଛି।

ରବିବାର ମହାସଭାର ସଦସ୍ୟମାନେ ଗାଁକୁ ଯାଇ ସ୍ବାମୀ ରବି ଦେହୁରୀଙ୍କ ସହିତ ଆଲୋଚନା କରି ସମସ୍ୟାର ସମାଧାନ କରିଛନ୍ତି। ଭୂୟାଁ ସମାଜରେ ସେଭଳି କୌଣସି ପରମ୍ପରା ନାହିଁ ଯେ ଅସ୍ତ୍ରୋପଚାର ହେଲେ ଜଣେ ମହିଳା ପୂର୍ବପୁରୁଷଙ୍କୁ ପିଣ୍ଡଦାନ କରିପାରିବନାହିଁ କିମ୍ବା ପୂଜାପାଠରୁ ବଞ୍ଚିତ ହେବ ସେନେଇ ସଦସ୍ୟମାନେ ରବିଙ୍କୁ ସଚେତନ କରିବା ପରେ ସେ କାନ୍ଦିପକାଇ ଭୁଲ୍‌ ବୁଝିଥିଲେ। ପରେ ସ୍ତ୍ରୀଙ୍କୁ ସ୍ବୀକାର କରିବାକୁ ରାଜି ହୋଇଥିଲେ ବୋଲି ମହାସଭାର କାର୍ଯ୍ୟକାରୀ ସଭାପତି ସଞ୍ଜୟ କୁମାର ଗିରି କହିଛନ୍ତି।

ସେହିପରି ଗୋପବନ୍ଧୁ ସେବାକେନ୍ଦ୍ରର ମଧ୍ୟସ୍ଥତା ପରେ ସନ୍ଧ୍ୟାରେ ଜାନକୀ ମାସକର ଶିଶୁପୁତ୍ରକୁ ଧରି ଘରେ ପହଞ୍ଚିଥିଲେ ବୋଲି ସେବାକେନ୍ଦ୍ର ସଂଯୋଜକ ରାଜଶ୍ରୀ ଉପାଧ୍ୟାୟ କହିଛନ୍ତି। ତାଙ୍କ ପରିବାରକୁ ଅନୁକମ୍ପାମୂଳକ ସହାୟତା ଭାବେ ପାଞ୍ଚ ହଜାର ଟଙ୍କା ପ୍ରଦାନ କରାଯାଇଥିବା ସୂଚନା ଦେଇଛନ୍ତି। ରୂପଶ୍ରୀ ଗନ୍ତାୟତ ଏବଂ ବୈଶାଳୀ ପ୍ରିୟଦର୍ଶିନୀ ମଧ୍ୟ ଉପସ୍ଥିତ ଥିଲେ। ଏନେଇ ତେଲକୋଇ ବିଡିଓ ଶାନ୍ତନୁ କୁମାର ନାୟକଙ୍କୁ ଯୋଗାଯୋଗ କରିବାରୁ ସମସ୍ୟାର ସମାଧାନ ହୋଇଯାଇଥିବା ଫୋନ୍‌ରେ ମେସେଜ୍‌ କରି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri