Posted inଅପରାଧ

ସନ୍ତାନ ନ ହେବାରୁ ସ୍ତ୍ରୀକୁ ବାବାଙ୍କ ପାଖକୁ ନେଇଗଲେ ସ୍ବାମୀ; ତାପରେ…

ଭୋପାଳ, ୯।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରୁ ଝଡ଼ାଫୁଙ୍କା ବାହାନାରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଭଳି ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଘଟଣାରୁ ଜଣାପଡ଼ିଛି ଯେ, ମହିଳାଙ୍କ କୌଣସି ପିଲାଛୁଆ ହଉ ନ ଥିଲା। ତେଣୁ ଏଥିରେ ବିବ୍ରତ ହୋଇ ତାଙ୍କ ସ୍ବାମୀ ଓ ଶାଶୁ ଜଣେ ବାବାଙ୍କ ପାଖକୁ ନେଇଯାଇଥିଲେ। କିନ୍ତୁ ବାବାଜଣଙ୍କ ମହିଳାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ମହିଳାଙ୍କ ଅଭିଯୋଗ ଆଧାରରେ ପୋଲିସ ବାବାଙ୍କ ସମେତ ତାଙ୍କ ସ୍ବାମୀ ଓ ଶାଶୁଙ୍କୁ ଗିରଫ କରିଛି।
ଜଣାପଡ଼ିଛି ଯେ, ପୀଡ଼ିତା ମହିଳାଜଣଙ୍କ ବିବାହ ୧୦ ଜୁନ୍‌ ୨୦୧୯ରେ ଆଗର ଗ୍ରାମରେ ହୋଇଥିଲା। ବିବାହର ବର୍ଷକ ପରେ ମଧ୍ୟ ମହିଳାଙ୍କ କୌଣସି ପିଲାଛୁଆ ନ ଥିଲେ। ତେଣୁ ଗତ ମାସ ୮ରେ ମହିଳାଙ୍କ ସ୍ବାମୀ ଓ ଶାଶୁ ତାଙ୍କୁ କଲ୍ଲା ଶାହ ନାମକ ଜଣେ ବାବାଙ୍କ ପାଖକୁ ନେଇଯାଇଥିଲେ। ଏହାପରେ ବାବାଜଣଙ୍କ ମହିଳାଙ୍କୁ ଗୋଟିଏ ରୁମ୍‌କୁ ନେଇ ସେଠାରେ ବଳାତ୍କାର କରିଥିଲେ। ଏହି ଘଟଣା ବାହାରେ ପ୍ରକାଶ କଲେ ତାଙ୍କୁ ଜୀବନରୁ ମାରି ଦେେବେ ବୋଲି ମହିଳାଙ୍କୁ ଧମକ ଦେଇଥିଲେ। ଏହାପରେ ପୁନର୍ବାର ୧୮ ତାରିଖରେ ମହିଳାଙ୍କୁ ତାଙ୍କ ସ୍ବାମୀ ଓ ଶାଶୁ ପୁଣିଥରେ ବାବାଙ୍କ ପାଖକୁ ନେଇଥିଲେ। ବାବା ପୁଣିଥରେ ମହିଳାଙ୍କୁ ଅଲଗା ରୁମ୍‌କୁ ନେଇ ବଳାତ୍କାର କରିଥିଲେ। ଏଥର କିନ୍ତୁ ମହିଳାଜଣଙ୍କ ସମସ୍ତ ଘଟଣା ତାଙ୍କ ସ୍ବାମୀ, ଶାଶୁ ଓ ମାମୁଁଙ୍କୁ ଜଣାଇଥିଲେ। ଏହାପରେ ପୋଲିସରେ ଅଭିଯୋଗ ହୋଇଥିଲା। ପୋଲିସ ଏହି ଘଟଣାରେ ପ୍ରଥମେ ମହିଳାଙ୍କ ସ୍ବାମୀ ଓ ଶାଶୁଙ୍କୁ ଗିରଫ କରିଥିଲା। ପରେ ଫେରାର୍‌ ହୋଇଯାଇଥିବା ବାବାଙ୍କୁ ଗିରଫ କରିବାରେ ସଫଳ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri