ସ୍ତ୍ରୀଙ୍କ ହାତ ଗୋଡ଼ ବାନ୍ଧି ମାରିବା ପାଇଁ ସ୍ବାମୀଙ୍କ ଉଦ୍ୟମ, ଜ୍ୱାଇଁଙ୍କୁ ମାଡ଼ ମାରି ଶ୍ୱଶୁର ଘର ଲୋକେ…

ମହାକାଳପଡ଼ା,୧୧ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ସ୍ଥାନୀୟ ଖରିନାଶୀ ଗ୍ରାମର ମନୋରଞ୍ଜନ ଗିରି ୧୪ ବର୍ଷ ପୂର୍ବେ ଜମ୍ବୁ ଗ୍ରାମର ସାରଥି ମାନ୍ନାଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ। ସେମାନଙ୍କର ଝିଅ ପୁଅ ଅଛନ୍ତି। ଅନେକ ସମୟରେ ସ୍ବାମୀ ଓ ସ୍ତ୍ରୀଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଗଣ୍ଡଗୋଳ ଲାଗି ରହୁଥିଲ। ବିଭିନ୍ନ ସମୟରେ ଉଭୟ ପକ୍ଷ ଆପୋଷ ମିଳାମିଶା କରିଥିଲେ ମଧ୍ୟ ପୂର୍ବ ଭଳି ବିବାଦ ଲାଗି ରହିଥିଲା। ଏ ନେଇ ସ୍ତ୍ରୀ ସାରଥି ସ୍ବାମୀଙ୍କ ନିର୍ଯାତନା ସହି ନ ପାରି ପ୍ରାୟ ଦେଢ଼ ବର୍ଷ ଧରି ବାପଘରେ ରହୁଥିଲେ। କିଛି ମାସ ପୂର୍ବେ ଘଟଣାର ସମାଧାନ ହୋଇ ଶାଶୁଘରକୁ ଆସିଥିଲେ। ଶନିବାର କୌଣସି କାରଣରୁ ସ୍ବାମୀ ମନୋରଞ୍ଜନ ସ୍ତ୍ରୀଙ୍କୁ କାଠ ଫାଳିଆରେ ମାଡ ମାରିବା ସହ ଗୋଡ଼ ହାତ ବାନ୍ଧି ଡିଜେଲ ଢାଳି ଜୀବନରୁ ମାରିଦେବା ପାଇଁ ଉଦ୍ୟମ କରିଥିବା ସାରଥିଙ୍କ ମା’ ସାଧନା ମାନ୍ନା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ନଂ. ୮୧/୨୬ରେ ମାମଲା ରୁଜୁ କରାଯାଇଛି। ଅପରପକ୍ଷରେ ଖବର ପାଇ ଝିଅର ବାପଘରର କେତେକ ଲୋକ ଖରିନାଶୀ ଗ୍ରାମର ମନୋରଞ୍ଜନଙ୍କ ଘରେ ପହଞ୍ଚି ଆମ ଝିଅକୁ କାହିଁକି ବାଡେଇଲ ବୋଲି ପଚାରିବା ସହ ଘରୁ ଘୋଷାଡି ରାସ୍ତାରେ ବାଡେଇ ଖଣ୍ଡିଆଖାବରା କରିଥିବା ଦେଖିବାକୁ ମିଳିଛି। ଏ ନେଇ ମନୋରଞ୍ଜନ ଶ୍ୱଶୁର ଘର ଲୋକଙ୍କ ବିରୋଧରେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ନଂ.୮୨/୨୬ରେ ମାମଲା ରୁଜୁ କରାଯାଇଥିବା ଜଣାପଡିଛି। ମନୋରଞ୍ଜନଙ୍କ ମାଡରେ ସ୍ତ୍ରୀ ସାରଥି ଆହତ ହୋଇ କେନ୍ଦ୍ରାପଡ଼ା ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ମନୋରଞ୍ଜନ ଶ୍ୱଶୁର ଘର ଲୋକଙ୍କ ମାଡ଼ରେ ଆହତ ହୋଇ କେନ୍ଦ୍ରାପଡ଼ା ମେଡିକାଲରେ ମଧ୍ୟ ଚିକିତ୍ସିତ ହେଉଥିବା ଜଣାପଡିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହେମନ୍ତ ସୋରେନଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦି, ଜାଣନ୍ତୁ ପୋଷ୍ଟ ଶେୟାର କରି କ’ଣ ଲେଖିଲେ

ନୂଆଦିଲ୍ଲୀ,୧୦।୮: ଝାଡ଼ଖଣ୍ଡରେ ଛାତ୍ରମାନେ ବର୍ତ୍ତମାନ ବିଶାଳ ପ୍ରତିବାଦ କରୁଛନ୍ତି, ନିଯୁକ୍ତି ପରୀକ୍ଷାରେ ଅନିୟମିତତା ଅଭିଯୋଗକୁ ବିରୋଧ କରି ଅନେକ ଲୋକ ଅନଶନ କରୁଛନ୍ତି। ଏହି ଆନ୍ଦୋଳନ ଅନେକ…

୧୩ କୋଟିରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ, ପୋଲିସକୁ ଦେଖି ଡ୍ରାଇଭର…

ଅମରପାଲି,୧୦ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ କଣ୍ଟେନରରୁ ୧୨ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୩…

ଚୋରି ହୋଇଥିବା ଘରୁ ପୁଣି ଚୋରି

କେସିଙ୍ଗା,୧୦।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା କଲେଜ ରୋଡ଼ ମୁହାଣ ଥିବା ସୁବାଷ ଅଗ୍ରୱାଲଙ୍କ ଘରୁ ଗତ ଦୁଇ ବର୍ଷ ତଳେ ପ୍ରାୟ ଲକ୍ଷ୍ୟାଧିକ ଟଙ୍କା ସୁନା…

କାମ କରୁନି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, କାର୍ଯ୍ୟକ୍ଷମ କରିବାକୁ ଅଞ୍ଚଳବାସୀଙ୍କ ଦାବି

କେସିଙ୍ଗା ତା ୧୦।୮,( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଷ୍ଟିକୁଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ଶିରୋଲ ଗ୍ରାମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ପଛ…

ଧାନବିକ୍ରି ପଞ୍ଜୀକରଣ ଆରମ୍ଭରୁ ଏଗ୍ରିଷ୍ଟାକ କଟକଣାକୁ ବିରୋଧ, ସବୁଠି ତେଜିଲା ଚାଷୀ ଅସନ୍ତୋଷ, ଆଜି ହେବ…

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ନେଇ ରାଜ୍ୟ ସରକାର ଦିନକୁ ଦିନ ଗୋଟିଏ ପରେ ଗୋଟିଏ ନିୟମ ଲାଗୁ କରୁଛନ୍ତି। ଏଥିପାଇଁ ପ୍ରତି ୬ମାସରେ ଥରେ ଚାଷୀ ପଞ୍ଜୀକରଣ…

JPSC ପରୀକ୍ଷା ହେରଫେର ମାମଲାରେ EDର ଏଣ୍ଟ୍ରି; ଆସୁ ଆସୁ ନେଲା ବଡ଼ ଆକ୍ସନ

ନୂଆଦିଲ୍ଲୀ,୧୦।୮: ଝାଡ଼ଖଣ୍ଡରେ JPSCର 14ତମ ପ୍ରିଲିମିନାରୀ ଟେଷ୍ଟ (PT) ଏବଂ ଅନ୍ୟାନ୍ୟ ସମ୍ବନ୍ଧିତ ପରୀକ୍ଷାରେ ହୋଇଥିବା ଅନିୟମିତତାର ତଦନ୍ତ ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପଦକ୍ଷେପ ନେଇଛି।…

ଏଇ ଭାରତରେ

ଅନେକ ସମୟରେ ଜଣେ ମହିଳା ପରିବାର ପ୍ରତିପୋଷଣର ଦାୟିତ୍ୱ ବହନ କରିବା ଲାଗି ଏକ ପୁରୁଷକୈନ୍ଦ୍ରିକ ପେସାକୁ ଆଦରିନେବାକୁ ବାଧ୍ୟ ହୋଇଥାନ୍ତି, ଯାହା ଘଟିଛି ଜାନ୍‌ସୀ ବି.ଭି.ଙ୍କ…

ଝାଡ଼ଖଣ୍ଡ ବିଧାନସଭା ଘେରାଓ ପୂର୍ବରୁ ରାଞ୍ଚିରେ କଡ଼ା ହେଲା ସୁରକ୍ଷା ବ୍ୟବସ୍ଥା

ରାଞ୍ଚି,୧୦।୮: ଛାତ୍ରଙ୍କ ପ୍ରତିବାଦ ଏବଂ ବିଧାନସଭା ଘେରାଉ ଡାକରା ପରେ, ବିଧାନସଭାକୁ ଯାଉଥିବା ରାସ୍ତାରେ ସୁରକ୍ଷା ବଳୟ ସ୍ଥାପନ କରାଯାଇଛି, ଯାହା ଫଳରେ ବିକ୍ଷୋଭକାରୀମାନେ ସେହି ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri