ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ କରି ଜେଲ୍‌ ଗଲେ ସ୍ବାମୀ

ଦିଗପହଣ୍ଡି,୩୦ା୧୦:(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଓ୍ବାର୍ଡ ନଂ.୨ ଅଧୀନ ମେଦିରି ସାହିରେ ରହୁଥିବା ଶଙ୍କର ନାୟକଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। କେସ୍‌ ନଂ ୪୨୧/୨୪ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି।

ପ୍ରାୟ ୫ ମାସ ତଳେ ଗଞ୍ଜାମ ଜିଲା ଗାଙ୍ଗପୁର ଥାନା କୁଲାଙ୍ଗି ଗ୍ରାମର ଦେବ ନାୟକଙ୍କ କନ୍ୟା ରଚନା ଦିଗପହଣ୍ଡି ମେଦିରିି ସାହିର ରଘୁ ନାୟକଙ୍କ ପୁଅ ଶଙ୍କରଙ୍କୁ ବିବାହ କରିଥିଲେ। ବିବାହ ସମୟରେ ସମସ୍ତ ଯୌତୁକ ସାମଗ୍ରୀ ଦିଆଯାଇଥିଲା। କିଛିଦିନ ଖୁସିରେ କଟିବା ପରେ ଶଙ୍କର ସଦା ସର୍ବଦା ଅଧିକ ଯୌତୁକ ପାଇଁ ତାଙ୍କୁ ମାଡ଼ ମାରିବା ସହ ଶାରୀରିକ ଓ ମାନସିକ ନିର୍ଯାତନା ଦେଇ ଆସୁଥିଲେ। ଏପରିକି ତାଙ୍କ ଚରିତ୍ରରେ ସନ୍ଦେହ କରି ଗତ ଜୁଲାଇ ୩୧ଅପରାହ୍ନରେ ତାଙ୍କ ସ୍ତ୍ରୀ ରଚନାଙ୍କୁ ସେ ନିସ୍ତୁକ ମାଡ଼ ମାରିବା ସହ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା ନେଇ ଗତ ରବିବାର ରଚନା ଦିଗପହଣ୍ଡି ଥାନାରେ ଏତଲା ଦେବା ପରେ ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଶଙ୍କରଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ। ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ସୋଫିଆ ମିଶ୍ର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?