ଝିଅଙ୍କୁ ବଳାତ୍କାର ଅଭିଯୋଗରେ ଯାଇଥିଲେ ଜେଲ, ଜାମିନରେ ଫେରି ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ; ପୁଣି ଥରେ ଅଭିଯୁକ୍ତ ସ୍ବାମୀ… 

ଦିଗପହଣ୍ଡି, ୧୬।୧(ଅଶେଷ ନାଥ ମିଶ୍ର): ୬ ମାସ ପୂର୍ବେ ବଡ଼ ଝିଅଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜେଲ ଯାଇଥିଲେ। ଜେଲରୁ ଫେରି ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ। ଅଭିଯୁକ୍ତ ସ୍ବାମୀ ପୁଣି ଗଲେ ଜେଲ। ଏଭଳି ଏକ ଅଭାବନୀୟ ଘଟଣା ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳରେ ଘଟିଛି। ଅଭିଯୁକ୍ତ ହେଲେ ଦ୍ବାରଗାଁ ଗ୍ରାମର ଭୀମ ପ୍ରଧାନ। ତାଙ୍କୁ କେ.ନୂଆଗାଁ ପୋଲିସ ଶୁକ୍ରବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୧୯/୨୬ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବଜେଲ ହାଜତକୁ ପଠାଇ ଦିଆଯାଇଛି।
ସୂଚନା ମୁତାବକ, ଅଭିଯୁକ୍ତ ଭୀମ ଗତ ପ୍ରାୟ ୬ ମାସ ପୂର୍ବେ ନିଜ ବଡ଼ଝିଅଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ଥାନା ମାମଲା ନଂ.୨୧୦/୨୫ ଅନୁଯାୟୀ ଜେଲ ହାଜତରେ ଥିଲେ। କିଛିଦିନ ପୂର୍ବେ ସେ ଜେଲରୁ ଜାମିନରେ ମୁକୁଳିଥିଲେ। ଅଭିଯୁକ୍ତ ଭୀମ ଙ୍କ ସ୍ତ୍ରୀ ଲକ୍ଷ୍ମୀ ପ୍ରଧାନ ଓ ପିଲାମାନେ କେ. ନୂଆଗାଁ ଥାନା ଅର୍ନ୍ତଗତ ନୂଆପଡ଼ା ଗ୍ରାମ ନିଲମ ଛକରେ ଏକ ଭଡ଼ାଘରେ ରହୁଛନ୍ତି। ଭୀମ ଗୁରୁବାର ସା ପ୍ରାୟ ୭ ଟାରେ ନୂଆପଡ଼ା ଗ୍ରାମରେ ରହୁଥିବା ସ୍ତ୍ରୀ ଲକ୍ଷ୍ମୀଙ୍କ ଘରେ ଜବରଦସ୍ତ ପଶି ଘର ଭିତରେ ଥିବା ଆସବାବପତ୍ର ଗୁଡ଼ିକୁ ଭାଙ୍ଗି ଫିଙ୍ଗା ଫୋପଡା କରିଥିଲେ।

ସ୍ତ୍ରୀ ଲକ୍ଷ୍ମୀ ପ୍ରତିବାଦ କରିବାରୁ ସେ ଏକ ଛୁରୀରେ ତାଙ୍କୁ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥିଲେ। ଲକ୍ଷ୍ମୀଙ୍କ ପାଟି ଶୁଣି ସାହି ପଡୋଶୀ ଘଟଣାସ୍ଥଳରେ ପହଞ୍ଚି ଲକ୍ଷ୍ମୀଙ୍କୁ ଉଦ୍ଧାର କରିବା ସହ ସେଠାରୁ ଚମ୍ପଟ ମାରିବାକୁ ଉଦ୍ୟମ କରୁଥିବା ଭୀମଙ୍କୁ କାବୁ କରି ପୋଲିସକୁ ଜଣାଇଥିଲେ। କେ.ନୂଆଗାଁ ଥାନା ଆଇଆଇସି କିଶୋର କୁମାର ସାମଲ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ଭୀମ ଙ୍କୁ ଧରି ଥାନାକୁ ଉଠାଇ ନେଇଥିଲେ। ଏନେଇ ଲକ୍ଷ୍ମୀ ଥାନାରେ ଏତଲା ଦେବାପରେ ତଦନ୍ତକାରୀ ଅଧିକାରୀ ଏଏସ୍‌ଆଇ ସୁବାସ ଚନ୍ଦ୍ର ବାୟକ ଅଭିଯୁକ୍ତଙ୍କୁ ଗିରଫ କରି ତାଙ୍କ ନିକଟରୁ ହତ୍ୟା ଉଦ୍ୟମ ଘଟଣାରେ ବ୍ୟବହୃତ ଛୁରୀ ଜବତ କରି କୋର୍ଟ ଚାଲାଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri