ବୁଗୁଡାଥାନାର ପୁଣି ୧୬ପୋଲିସ କର୍ମଚାରୀଙ୍କ ସହ କାନସୁକା ଗ୍ରାମର ସ୍ବାମୀ, ସ୍ତ୍ରୀ କରୋନା ସଂକ୍ରମିତ

ବୁଗୁଡା,୪।୭(ଡି.ଏନ୍‌.ଏ): ଗଞ୍ଜାମ ଜିଲା ବୁଗୁଡା ବ୍ଳକ ଅନ୍ତର୍ଗତ ଗୌଡିଆବୋରଦା ପଞ୍ଚାୟତ ଅନ୍ତର୍ଗତ କାନସୁକା ଗ୍ରାମର ଗୋଟିଏ ପରିବାରର ସ୍ବାମୀ ଓ ସ୍ତ୍ରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ବୁଗୁଡା ଥାନାର ପୁଣି ୧୬ ପୋଲିସ କର୍ମଚାରୀ (ଓଏସ୍‌ଏପି) କରୋନାରେ ଆକ୍ରାନ୍ତ ହୋଇ ଥିବା ଜଣାପଡିଛି। ପୂର୍ବରୁ ଉକ୍ତ ଥାନାର ୬ଜଣ ପୋଲିସ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଥିବା ବେଳେ ବର୍ତ୍ତମାନ ଏହା ୨୨କୁ ବୃଦ୍ଧି ପାଇଛି। ସେମାନଙ୍କୁ କୋଭିଡ ହସ୍ପିଟାଲରେ ଚିକିତ୍ସା ପାଇଁ ପଠାଯାଇଛି ବୋଲି ବିଡିଓ ସୂଚନା ଦେଇଛନ୍ତି। ବୁଗୁଡାରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏହା ଗୋଷ୍ଠୀ ସଂକ୍ରମଣ ରୂପ ନେବାର ଆଶଙ୍କା ସୃଷ୍ଟି ହୋଇଛି। ଏହାର ପ୍ରତିକାର ନିମନ୍ତେ ବୁଗୁଡାରେ ଶଟ୍‌ଡାଉନ କରିବାର ଏକ ମାତ୍ର ଉପାୟ ବୋଲି କୁହାଯାଉଛି।

ଏନେଇ ଶୁକ୍ରବାର ସ୍ଥାନୀୟ ଡାକ ବଙ୍ଗଳାରେ ବିଡିଓଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ତହସିଲଦାର ସଂଗ୍ରାମ କେଶରୀ ଜେନା, ଥାନା ଆଇଆଇସି, ଏନ୍‌ଏସି ନିର୍ବାହୀ ଅଧିକାରୀ, ବୁଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ, ସିଡିପିଙ୍କ ସମେତ ସାମ୍ବାଦିକ, ଓକିଲ, ଏବଂ ବିଭିନ୍ନ ବ୍ୟବସାୟୀ ସଂଗଠନର କର୍ମକର୍ତ୍ତାମାନେ ଉପସ୍ଥିତ ଥାଇ ନିଜର ମତ ପ୍ରକାଶ କରିଥିଲେ। ଶେଷରେ କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ  ବୈଠକରେ ଆସନ୍ତା ମଙ୍ଗଳବାରରୁ ପରବର୍ତ୍ତୀ ମଙ୍ଗଳବାର ରାତି ପର୍ଯ୍ୟନ୍ତ ଅର୍ଥାତ୍‌ ୮ଦିନ ଧରି ବୁଗୁଡାରେ ଶଟ୍‌ଡାଉନ ଘୋଷଣା କରିବାକୁ ନିଷ୍ପତ୍ତି ନିଆଯାଇଛି। ସୂଚନା ମୁତାବକ ବୁଗୁଡାରେ ଲୋକେ କୋଭିଡ ନିଯମ ମାନୁ ନ ଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri