ବୁଗୁଡାଥାନାର ପୁଣି ୧୬ପୋଲିସ କର୍ମଚାରୀଙ୍କ ସହ କାନସୁକା ଗ୍ରାମର ସ୍ବାମୀ, ସ୍ତ୍ରୀ କରୋନା ସଂକ୍ରମିତ

ବୁଗୁଡା,୪।୭(ଡି.ଏନ୍‌.ଏ): ଗଞ୍ଜାମ ଜିଲା ବୁଗୁଡା ବ୍ଳକ ଅନ୍ତର୍ଗତ ଗୌଡିଆବୋରଦା ପଞ୍ଚାୟତ ଅନ୍ତର୍ଗତ କାନସୁକା ଗ୍ରାମର ଗୋଟିଏ ପରିବାରର ସ୍ବାମୀ ଓ ସ୍ତ୍ରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ବୁଗୁଡା ଥାନାର ପୁଣି ୧୬ ପୋଲିସ କର୍ମଚାରୀ (ଓଏସ୍‌ଏପି) କରୋନାରେ ଆକ୍ରାନ୍ତ ହୋଇ ଥିବା ଜଣାପଡିଛି। ପୂର୍ବରୁ ଉକ୍ତ ଥାନାର ୬ଜଣ ପୋଲିସ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଥିବା ବେଳେ ବର୍ତ୍ତମାନ ଏହା ୨୨କୁ ବୃଦ୍ଧି ପାଇଛି। ସେମାନଙ୍କୁ କୋଭିଡ ହସ୍ପିଟାଲରେ ଚିକିତ୍ସା ପାଇଁ ପଠାଯାଇଛି ବୋଲି ବିଡିଓ ସୂଚନା ଦେଇଛନ୍ତି। ବୁଗୁଡାରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏହା ଗୋଷ୍ଠୀ ସଂକ୍ରମଣ ରୂପ ନେବାର ଆଶଙ୍କା ସୃଷ୍ଟି ହୋଇଛି। ଏହାର ପ୍ରତିକାର ନିମନ୍ତେ ବୁଗୁଡାରେ ଶଟ୍‌ଡାଉନ କରିବାର ଏକ ମାତ୍ର ଉପାୟ ବୋଲି କୁହାଯାଉଛି।

ଏନେଇ ଶୁକ୍ରବାର ସ୍ଥାନୀୟ ଡାକ ବଙ୍ଗଳାରେ ବିଡିଓଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ତହସିଲଦାର ସଂଗ୍ରାମ କେଶରୀ ଜେନା, ଥାନା ଆଇଆଇସି, ଏନ୍‌ଏସି ନିର୍ବାହୀ ଅଧିକାରୀ, ବୁଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ, ସିଡିପିଙ୍କ ସମେତ ସାମ୍ବାଦିକ, ଓକିଲ, ଏବଂ ବିଭିନ୍ନ ବ୍ୟବସାୟୀ ସଂଗଠନର କର୍ମକର୍ତ୍ତାମାନେ ଉପସ୍ଥିତ ଥାଇ ନିଜର ମତ ପ୍ରକାଶ କରିଥିଲେ। ଶେଷରେ କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ  ବୈଠକରେ ଆସନ୍ତା ମଙ୍ଗଳବାରରୁ ପରବର୍ତ୍ତୀ ମଙ୍ଗଳବାର ରାତି ପର୍ଯ୍ୟନ୍ତ ଅର୍ଥାତ୍‌ ୮ଦିନ ଧରି ବୁଗୁଡାରେ ଶଟ୍‌ଡାଉନ ଘୋଷଣା କରିବାକୁ ନିଷ୍ପତ୍ତି ନିଆଯାଇଛି। ସୂଚନା ମୁତାବକ ବୁଗୁଡାରେ ଲୋକେ କୋଭିଡ ନିଯମ ମାନୁ ନ ଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri