ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି । ଶାଳଚୁଆ ଘାଟି ରାସ୍ତାରେ ଏହି ଦୁର୍ଘଟଣା ହୋଇଛି ।

ସୂଚନା ଅନୁସାରେ, ୨୧ତାରିଖରେ ଠାକୁରମୁଣ୍ଡା ବ୍ଲକ ମହୁଲଡିହା ଥାନା ଅନ୍ତର୍ଗତ ଜାମୁନାଳିଆ ଗ୍ରାମର କର୍ମୁ ମହାନ୍ତ (୪୫) ସ୍ତ୍ରୀ ରେବତୀ ମହାନ୍ତ (୩୯) ସହିତ ଦିନ ଗୋଟାଏ ବେଳେ ମୋଟର ସାଇକେଲ ଯୋଗେ କେନ୍ଦୁଝର ଜିଲା ଆନନ୍ଦପୁର ଥାନାଅନ୍ତର୍ଗତ କାଠକଟା ଗ୍ରାମକୁ ସମ୍ପ୍ରକିୟ ଭାଇ ଝିଅ ବାହାଘରକୁ ଯାଉଥିଲେ । ସାତକୋଶିଆରୁ ଶାଳଚୁଆ ରାସ୍ତା ଦେଇ ଯାଉଥିବା ବେଳେ ଶାଳଚୁଆ ଘାଟି ରାସ୍ତାର ଶେଷ ବାଙ୍କରେ ଗୋଟିଏ ଗଛକୁ ଧକ୍କା ଦେଇ ପଡି ଯାଇଥିଲେ । ଘଟଣାସ୍ଥଳରେ କର୍ମୁ ମହାନ୍ତଙ୍କ ମୃତ୍ୟୁ ହୋଇ ଯାଇଥିଲା।

ଖବର ପାଇ ମହୁଲଡିହା ଥାନା ଅଧିକାରୀ ତୁଷାର ନାୟକ ଘଟଣାସ୍ଥଳରେ ପହଞ୍ଚି ମୁମୂର୍ଷ ଅବସ୍ଥାରେ ପଡିଥିବା ରେବତୀକୁ ନେଇ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟ ପହଞ୍ଚିବା ପରେ ରେବତୀର ମୃତ୍ୟୁ ଘଟିଥିଲା । ଦୁର୍ଘଟଣା ପରେ ଘଟଣାସ୍ଥଳରେ କର୍ମୁର ମୃତ୍ୟୁ ହୋଇ ଯାଇଥିଲା । କର୍ମୁ ମହାନ୍ତଙ୍କର ୨ ଝିଅ ଓ ୧ ସାନ ପୁଅ ଅଛନ୍ତି । ଦୁର୍ଘଟଣାରେ ଉଭୟଙ୍କର ମୃତ୍ୟୁ ଘଟିଥିବାରୁ ଗ୍ରାମରେ ତଥା ପରିବାରରେ ଶୋକର ଛାୟା ଖେଳି ଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri