ରାସ୍ତାପାର୍ଶ୍ୱରେ ଛିଡା ହୋଇଥିବାବେଳେ ଦମ୍ପତିଙ୍କ ଉପରେ ମାଡିଗଲା ଟ୍ରକ

ରାଇରଙ୍ଗପୁର,୨୮ା୯(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ରାଇରଙ୍ଗପୁର-ବାରିପଦା ରାସ୍ତାର ସାନାଛକଠାରେ ସୋମବାର ଅପରାହ୍ନରେ ଟ୍ରକ୍‌ ଧକ୍କାରେ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ବିଶୋଇ ଥାନା ଅଶନଶିଖର ଗ୍ରାମର ଅଙ୍ଗନଓ୍ବାଡି କର୍ମୀ ସାବିତ୍ରୀ ମୁଣ୍ଡା ଓ ତାଙ୍କ ସ୍ବାମୀ ସୁକୁରା ମୁଣ୍ଡା। ଗୁରୁତର ଆହତ ଅନ୍ୟ ଜଣେ ଅଙ୍ଗନଓ୍ବାଡି କର୍ମୀ ଘୋଳାବିନ୍ଧା ଗ୍ରାମର ନିରୁପମା ହେମ୍ବ୍ରମଙ୍କୁ ଚିକିତ୍ସା ଲାଗି ବାରିପଦାସ୍ଥିତ ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି।
ସୂଚନାଅନୁଯାୟୀ, ମୃତ ଦମ୍ପତି ଓ ଆହତ ଅଙ୍ଗନଓ୍ବାଡ଼ି କର୍ମୀ ଜଣକ ସାନାଛକଠାରେ ରାସ୍ତାପାର୍ଶ୍ୱରେ ଛିଡ଼ା ହୋଇଥିବାବେଳେ ଦ୍ରୁତଗତିରେ ଆସୁଥିବା ଗ୍ୟାସ ସିଲିଣ୍ଡର ବୋଝେଇ ଉକ୍ତ ଟ୍ରକ୍‌ଟି ସେମାନଙ୍କୁ ଧକ୍କା ଦେଇଥିଲା। ପୋଲିସ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଜବତ କରି ଏକ ମାମଲା(ନଂ.୯୫/୨୦) ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?