ବାହାରେ ଦାଦନ ଖଟୁଛନ୍ତି ସ୍ବାମୀ, ଘରେ ନାଏବ ସରପଞ୍ଚ ଥିବା ସ୍ତ୍ରୀ କଲେ ଆତ୍ମହତ୍ୟା

ଥୁଆମୂଳ ରାମପୁର,୨୮ା୧୧(ଦୁର୍ଗା କୀର୍ତ୍ତି): ସ୍ବାମୀ  ବାହାର ରାଜ୍ୟକୁ ଦାଦନ ଶ୍ରମିକ ଭାବରେ ଖଟିବାକୁ ଯାଇଥିବା ବେଳେ ନିଜ ଘରେ ସ୍ତ୍ରୀ ଆତ୍ମହତ୍ୟା କରିଥିବା ଖବର ଅଞ୍ଚଳରେ ଚାଞ୍ଚଲ୍ୟକର ପରିବେଶ ସୃଷ୍ଟି ହୋଇଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ। ଉକ୍ତ ଗ୍ରାମପଞ୍ଚାୟତର ୧୧ ନମ୍ବର ଓ୍ବାର୍ଡର ନାଏବ ସରପଞ୍ଚ ନିଜ ଘରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।

ମିଳିଥିବା ସୂଚନାରୁ ଜଣାଯାଏ ଯେ, ପଲାଡୁମେର ଗ୍ରାମର ସାନ ମାଝୀଙ୍କ ସ୍ତ୍ରୀ କାରୁମ ମାଝୀ (୩୫) ଗୁରୁବାର ଅପରାହ୍ନରେ ତାଙ୍କ ଘରେ କେହି ନ ଥିବା ସମୟରେ ଏକା ଓଢ଼ଣୀରେ ଫାଶୀ ଦେଇ ଆତ୍ମହତ୍ୟା କରିଛନ୍ତି। ପରେ ପଡ଼ୋଶୀ ଦେଖି ଥୁଆମୂଳ ରାମପୁର ଥାନାକୁ ସୂଚନା ଦେଇଥିଲେ। ସୂଚନା ପାଇ ପୋଲିସ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି କେସ୍‌ ନଂ ୧୧/୨୫ରେ ମାମଲା ରୁଜୁ କରି ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏନେଇ ଅଧିକ ତଦନ୍ତ ଜାରି ରଖିଥିବା ଥାନା ଅଧିକାରୀ କୈବଲ୍ୟ ସେଠ ସୂଚନା ଦେଇଛନ୍ତି। ତେବେ ନିଜ ଗ୍ରାମରେ କୌଣସି କାମଧନ୍ଦା ନ ପାଇ ନାଏବ ସରପଞ୍ଚଙ୍କ ସ୍ବାମୀ ଅନ୍ୟ ରାଜ୍ୟକୁ ଦାଦନ ଖଟିବାକୁ ଯାଇଥିବା ବେଳେ ସ୍ତ୍ରୀଙ୍କର ଏଭଳି ଆତ୍ମହତ୍ୟାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ କ୍ଷୋଭ ପ୍ରକାଶ ପାଇବା ସହ ଘରୋଇ କଳିକୁ କେନ୍ଦ୍ର କରି ଏଭଳି ଦୁଃଖଦ ଘଟଣା ଘଟିଥାଏ ବୋଲି ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri