ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ଘର ଆଗରେ ପୁଅ ସହ ଧାରଣାରେ ବସିଲେ ସ୍ତ୍ରୀ’

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି ଦ୍ୱିତୀୟ ବିବାହ କରିବାକୁ ଉଦ୍ୟମ କରୁଥିବା ଅଭିଯୋଗ ହୋଇଛି। ପ୍ରତିବାଦରେ ବୁଧବାର ବ୍ରହ୍ମପୁର ସ୍ଥିତ ଏକ ମହିଳା ସ୍ବେଚ୍ଛାସେବୀ ସଙ୍ଗଠନ କାର୍ଯ୍ୟକର୍ତ୍ତାଙ୍କ ସହାୟତାରେ ଶ୍ରୀୟା ତାଙ୍କ ୨ ବର୍ଷର ପୁଅ ସହ ସ୍ବାମୀଙ୍କ ଘର ଆଗରେ ଧାରଣା ଦେବା ଘଟଣା ଚର୍ଚ୍ଚା ର ପ୍ରସଙ୍ଗ ପାଲଟିଛି।

ସ୍ତ୍ରୀଙ୍କ ଧାରଣା ଦେଖି ପି.ଶିବରାମ କୌଶଳକ୍ରମେ ଗାଁ’ରୁ ଫେରାର ହୋଇଯାଇଛନ୍ତି। ଗତ ପ୍ରାୟ ୭ ବର୍ଷ ପୂର୍ବେ ପି.ସୂର୍ଯ୍ୟଙ୍କ ବଡ଼ ପୁଅ ଶିବରାମ ଶ୍ରୀୟାଙ୍କୁ ପ୍ରେମ ବିବାହ କରିଥିଲେ। ପରେ ଉଭୟେ ଚେନ୍ନାଇ ଯାଇ ସେଠାରେ କାମ କରୁଥିଲେ। ଉଭୟଙ୍କ ଔରସରୁ ଏକ ପୁତ୍ର ସନ୍ତାନ ଜନ୍ମ ହୋଇଥିଲା। ଶ୍ରୀୟା ସେଠାରେ କାମ କରୁଥିବା ବେଳେ ପ୍ରତି ମାସର ଦରମା ଟଙ୍କା ତାଙ୍କ ସ୍ବାମୀ ଙ୍କ ଆକାଉଣ୍ଟରେ ଡିପୋଜିଟ କରୁଥିଲେ। ଗତ ପ୍ରାୟ ଦେଢ଼ମାସ ପୂର୍ବେ ସ୍ତ୍ରୀ ଓ ପୁଅକୁ ଚେନ୍ନାଇରେ ଛାଡି ଦେଇ ଶିବରାମ ଗାଁ’କୁ ଚାଲିଆସି ପରିବାର ଲୋକଙ୍କ ଚାପରେ ଅନ୍ୟତ୍ର ବିବାହ କରିବାକୁ ଉଦ୍ୟମ ଚଳାଇଥିବା ଜାଣିବାକୁ ପାଇ ସେ ତାଙ୍କ ସ୍ବାମୀଙ୍କୁ ଫୋନ କରିବାରୁ ”ତୁ ସେଠାରେ ବିଷ ପିଇ ମରିଯା କିମ୍ବା ରଶି ଲଗାଇ ଆତ୍ମହତ୍ୟା କରିବାକୁ କହିଥିଲେ।” ସେ ବାଧ୍ୟ ହୋଇ ଚେନ୍ନାଇରୁ ବ୍ରହ୍ମପୁର ରେଳ ଷ୍ଟେସନରେ ପହଞ୍ଚି ଫୋନରେ ସମସ୍ତ ଘଟଣା ଭଉଣୀ ଭିଣୋଇଙ୍କୁ ଜଣାଇଥିଲେ। ସେ ଦୁହେଁ ବ୍ରହ୍ମପୁର ଷ୍ଟେସନ ରେ ପହଞ୍ଚି ତାଙ୍କୁ ନେଇ ଏକ ଭଡ଼ା ଘରେ ରଖିଥିବା ଶ୍ରୀୟା କହିଛନ୍ତି।

ଦିଗପହଣ୍ଡି ପୋଲିସ ଟିମ୍ ବାସୁଦେବପୁର ଗ୍ରାମରେ ପହଞ୍ଚି ଶ୍ରୀୟାଙ୍କୁ ବୁଝାସୁଝା କରିବା ପରେ ମଧ୍ୟ ତାଙ୍କୁ ସ୍ତ୍ରୀ’ର ମର୍ଯ୍ୟାଦା ଦେବାସହ ପୁଅଙ୍କୁ ପିତୃତ୍ୱର ପରିଚୟ ଦାବୀ ହାସଲ ପର୍ଯ୍ୟନ୍ତ ସେ ତାଙ୍କ ଶାନ୍ତିପୂର୍ଣ୍ଣ ଧାରଣା ଜାରି ରଖିବେ ବୋଲି କହିଛନ୍ତି। ଏନେଇ ଦିଗପହଣ୍ଡି ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ରଙ୍କୁ ପଚାରିବାରୁ ଗତ ନଭେମ୍ବର ୨୪ ତାରିଖରେ ଶ୍ରୀୟା ତାଙ୍କ ସ୍ଵାମୀଙ୍କ ବିରୋଧରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଥାନା ମାମଲା ନଂ.୪୬୫/୨୪ ଅନୁଯାୟୀ ଅଭିଯୁକ୍ତ ସ୍ବାମୀଙ୍କ ବିରୋଧରେ ମକଦ୍ଦମା ରୁଜୁ କରାଯାଇ ଏଏସଆଇ ଅଜୟ କୁମାର ନାୟକଙ୍କୁ ତଦନ୍ତଭାର ଦିଆଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

ନୂଆବର୍ଷ ଆରମ୍ଭରୁ ଆମେରିକାକୁ ବଡ଼ ଝଟକା ଦେଲା ଏହି ୨ ଦେଶ, ଟ୍ରମ୍ପଙ୍କ ନିଦ ହଜିଲା…

ଓ୍ବାଶିଂଟନ୍‌,୧।୧: ନୂତନ ବର୍ଷର ପ୍ରଥମ ଦିନରେ ଆମେରିକା ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟକା ଲାଗିଛି। ଦୁଇଟି ଦେଶ ଆମେରିକୀୟ ନାଗରିକଙ୍କୁ...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri