ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ଘର ଆଗରେ ପୁଅ ସହ ଧାରଣାରେ ବସିଲେ ସ୍ତ୍ରୀ’

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି ଦ୍ୱିତୀୟ ବିବାହ କରିବାକୁ ଉଦ୍ୟମ କରୁଥିବା ଅଭିଯୋଗ ହୋଇଛି। ପ୍ରତିବାଦରେ ବୁଧବାର ବ୍ରହ୍ମପୁର ସ୍ଥିତ ଏକ ମହିଳା ସ୍ବେଚ୍ଛାସେବୀ ସଙ୍ଗଠନ କାର୍ଯ୍ୟକର୍ତ୍ତାଙ୍କ ସହାୟତାରେ ଶ୍ରୀୟା ତାଙ୍କ ୨ ବର୍ଷର ପୁଅ ସହ ସ୍ବାମୀଙ୍କ ଘର ଆଗରେ ଧାରଣା ଦେବା ଘଟଣା ଚର୍ଚ୍ଚା ର ପ୍ରସଙ୍ଗ ପାଲଟିଛି।

ସ୍ତ୍ରୀଙ୍କ ଧାରଣା ଦେଖି ପି.ଶିବରାମ କୌଶଳକ୍ରମେ ଗାଁ’ରୁ ଫେରାର ହୋଇଯାଇଛନ୍ତି। ଗତ ପ୍ରାୟ ୭ ବର୍ଷ ପୂର୍ବେ ପି.ସୂର୍ଯ୍ୟଙ୍କ ବଡ଼ ପୁଅ ଶିବରାମ ଶ୍ରୀୟାଙ୍କୁ ପ୍ରେମ ବିବାହ କରିଥିଲେ। ପରେ ଉଭୟେ ଚେନ୍ନାଇ ଯାଇ ସେଠାରେ କାମ କରୁଥିଲେ। ଉଭୟଙ୍କ ଔରସରୁ ଏକ ପୁତ୍ର ସନ୍ତାନ ଜନ୍ମ ହୋଇଥିଲା। ଶ୍ରୀୟା ସେଠାରେ କାମ କରୁଥିବା ବେଳେ ପ୍ରତି ମାସର ଦରମା ଟଙ୍କା ତାଙ୍କ ସ୍ବାମୀ ଙ୍କ ଆକାଉଣ୍ଟରେ ଡିପୋଜିଟ କରୁଥିଲେ। ଗତ ପ୍ରାୟ ଦେଢ଼ମାସ ପୂର୍ବେ ସ୍ତ୍ରୀ ଓ ପୁଅକୁ ଚେନ୍ନାଇରେ ଛାଡି ଦେଇ ଶିବରାମ ଗାଁ’କୁ ଚାଲିଆସି ପରିବାର ଲୋକଙ୍କ ଚାପରେ ଅନ୍ୟତ୍ର ବିବାହ କରିବାକୁ ଉଦ୍ୟମ ଚଳାଇଥିବା ଜାଣିବାକୁ ପାଇ ସେ ତାଙ୍କ ସ୍ବାମୀଙ୍କୁ ଫୋନ କରିବାରୁ ”ତୁ ସେଠାରେ ବିଷ ପିଇ ମରିଯା କିମ୍ବା ରଶି ଲଗାଇ ଆତ୍ମହତ୍ୟା କରିବାକୁ କହିଥିଲେ।” ସେ ବାଧ୍ୟ ହୋଇ ଚେନ୍ନାଇରୁ ବ୍ରହ୍ମପୁର ରେଳ ଷ୍ଟେସନରେ ପହଞ୍ଚି ଫୋନରେ ସମସ୍ତ ଘଟଣା ଭଉଣୀ ଭିଣୋଇଙ୍କୁ ଜଣାଇଥିଲେ। ସେ ଦୁହେଁ ବ୍ରହ୍ମପୁର ଷ୍ଟେସନ ରେ ପହଞ୍ଚି ତାଙ୍କୁ ନେଇ ଏକ ଭଡ଼ା ଘରେ ରଖିଥିବା ଶ୍ରୀୟା କହିଛନ୍ତି।

ଦିଗପହଣ୍ଡି ପୋଲିସ ଟିମ୍ ବାସୁଦେବପୁର ଗ୍ରାମରେ ପହଞ୍ଚି ଶ୍ରୀୟାଙ୍କୁ ବୁଝାସୁଝା କରିବା ପରେ ମଧ୍ୟ ତାଙ୍କୁ ସ୍ତ୍ରୀ’ର ମର୍ଯ୍ୟାଦା ଦେବାସହ ପୁଅଙ୍କୁ ପିତୃତ୍ୱର ପରିଚୟ ଦାବୀ ହାସଲ ପର୍ଯ୍ୟନ୍ତ ସେ ତାଙ୍କ ଶାନ୍ତିପୂର୍ଣ୍ଣ ଧାରଣା ଜାରି ରଖିବେ ବୋଲି କହିଛନ୍ତି। ଏନେଇ ଦିଗପହଣ୍ଡି ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ରଙ୍କୁ ପଚାରିବାରୁ ଗତ ନଭେମ୍ବର ୨୪ ତାରିଖରେ ଶ୍ରୀୟା ତାଙ୍କ ସ୍ଵାମୀଙ୍କ ବିରୋଧରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଥାନା ମାମଲା ନଂ.୪୬୫/୨୪ ଅନୁଯାୟୀ ଅଭିଯୁକ୍ତ ସ୍ବାମୀଙ୍କ ବିରୋଧରେ ମକଦ୍ଦମା ରୁଜୁ କରାଯାଇ ଏଏସଆଇ ଅଜୟ କୁମାର ନାୟକଙ୍କୁ ତଦନ୍ତଭାର ଦିଆଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?