ଭଡ଼ାଘରେ ପଡ଼ିଛି ସ୍ବାମୀଙ୍କ ମୃତଦେହ, ସ୍ତ୍ରୀ ଫେରାର

ପାରଳାଖେମୁଣ୍ଡି,୮ା୩(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ନଗର ପଲ୍ଲୀ ସାହିର ଏକ ଭଡ଼ାଘରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡ଼ିଥିବାବେଳେ ସ୍ତ୍ରୀ ଫେରାର ହୋଇଯାଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ମୃତକ ଜଣଙ୍କ ହେଉଛନ୍ତି ଗୁଣୁପୁର ନିକଟ ଜଗନ୍ନାଥପୁର ପଞ୍ଚାୟତ ଅନ୍ତର୍ଗତ ମାଛଖୁଣ୍ଟି ଗ୍ରାମର ଜଗଦୀଶ ମେଲେକା। ଉକ୍ତ ଭଡ଼ାଘରେ ସ୍ତ୍ରୀ-ସ୍ବାମୀ ଦୁହେଁ ରହୁଥିବା ବେଳେ, ସ୍ତ୍ରୀ ଫେରାର ଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପାରଳାଖେମୁଣ୍ଡି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସ୍ବାମୀ ସ୍ତ୍ରୀ କଳହରୁ କୌଣସି କାରଣରୁ ସ୍ବାମୀଙ୍କୁ ହତ୍ୟା କରି ସ୍ତ୍ରୀ ଫେରାର ହୋଇଥିବା ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି।

ସୂଚନାନୁଯାୟୀ, କିଛି ମାସ ତଳେ ଉଭୟେ ପ୍ରେମ ବିବାହ କରିଥଲେ। ଘରେ କିଛି ଦିନ ରହିବା ପରେ ପାରଳାଖେମୁଣ୍ଡିରେ ଚାକିରି କରିଥିବା କହିବାରୁ ସେଠାରେ ଉଭୟେ ମିଳିମିଶି ରହିବା କହି ପାରଳାଖେମୁଣ୍ଡି ଆସି ଏକ ଭଡ଼ାଘରେ ୪ ମାସ ହେଲା ରହି ଆସୁଥିଲେ। ଉଭୟଙ୍କ ମଧ୍ୟରେ କୌଣସି କଥାକୁ ମନୋମାଳିନ୍ୟ ରହିଥିଲା। ତେଣୁ ସେ ହିଁ ହତ୍ୟା କରିଥିବା ଅଭିଯୋଗ କରିଛନ୍ତି ମୃତକଙ୍କ ମା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri