ସ୍ତ୍ରୀଙ୍କୁ ହତ୍ୟା ପରେ ସ୍ବାମୀଙ୍କ ଆତ୍ମହତ୍ୟା ଉଦ୍ୟମ

ଦିଗପହଣ୍ଡି,୭ା୩(ଡି.ଏନ.ଏ.):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଡେଙ୍ଗାଡି ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଅନ୍‌ଲାଇନ୍‌ ଗେମ୍‌ ଖେଳରୁ ଜୟସେନ ମହାନ୍ତି ନାମକ ଜଣେ ଶିକ୍ଷକ ତାଙ୍କ ଶିକ୍ଷୟିତ୍ରୀ ସ୍ତ୍ରୀ ନୀଳେନ୍ଦ୍ରି ସ୍ବାଇଁଙ୍କୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ ବେକ ଓ ବାମ ହାତରେ ଗଭୀର କ୍ଷତ ସୃଷ୍ଟି ହୋଇଥିବା ଜଣାପଡିଛି।
ପ୍ରକାଶ ଯେ, ଜୟସେନଙ୍କ ସ୍ତ୍ରୀ ନୀଳେନ୍ଦ୍ରି କଳାହାଣ୍ଡି ଜିଲା ରାମପୁରରେ ଶିକ୍ଷୟିତ୍ରୀ ଥିଲେ। ସେ ଛୁଟିରେ ଗତ କିଛିଦିନ ହେଲା ଜୟସେନଙ୍କ ପାଖକୁ ଆସିଥିଲେ। ଜୟସେନ ଅନ୍‌ଲାଇନ୍‌ରେ ଗେମ୍‌ ଖେଳିବା ସହ ବିଟ୍‌ କଏନ୍‌ କିଣା ବିକାରେ ଲକ୍ଷାଧିକ ଟଙ୍କା କ୍ଷତି ସହିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଜୟସେନ ଶେରଗଡ଼ ବ୍ଲକ କାଚଖଣ୍ଡି ବିଦ୍ୟାଳୟରେ ଶିକ୍ଷକତା କରନ୍ତି। ବିବାହ ପୂର୍ବରୁ ଓ ପରେ ସେ ଅନ୍‌ଲାଇନ୍‌ରେ ଗେମ୍‌ ଖେଳିବା ସହ ଏଥିରେ ଲକ୍ଷାଧିକ ଟଙ୍କା ବରବାଦ କରୁଥିଲେ। ଘଟଣାକୁ ନେଇ ବିବାହର କିଛି ମାସ ପରେ ଉଭୟଙ୍କ ମଧ୍ୟରେ ଝଗଡ଼ା ଲାଗି ରହୁଥିବା ବେଳେ ଜୟସେନ ପ୍ରାୟ ସମୟରେ ଅନ୍‌ଲାଇନ୍‌ ଗେମ୍‌ରେ ବ୍ୟସ୍ତ ରହୁଥିବାରୁ ଗଁାର ବିଭିନ୍ନ ବ୍ୟକ୍ତି ଏବଂ ସାଙ୍ଗସାଥୀମାନଙ୍କଠାରୁ ୧୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଋଣ ଆଣିଥିଲେ। ତେଣୁ ସେ ସବୁବେଳେ ଚାପଗ୍ରସ୍ତ ରହୁଥିଲେ। ସ୍ବାମୀ ସ୍ତ୍ରୀ ଉଭୟଙ୍କ ପରିବାର ଲୋକ ଝଗଡ଼ା ବିଷୟରେ ଜାଣିବାକୁ ପାଇ ବୁଝାଶୁଝା କଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ନୀଳେନ୍ଦ୍ରିଙ୍କ ବାପା ଋଣ ଶୁଝିବା ପାଇଁ କିଛିଦିନ ପୂର୍ବେ ଜୟସେନଙ୍କୁ ୪ ଲକ୍ଷ ଟଙ୍କା ଦେଇଥିଲେ। ରବିବାର ବିଳମ୍ବିତ ରାତିରେ ଉଭୟ ଜୟସେନ ଓ ନୀଳେନ୍ଦ୍ରିଙ୍କ ମଧ୍ୟରେ ଝଗଡ଼ା ହୋଇଥିବା ବେଳେ ସୋମବାର ସକାଳୁ ବନ୍ଦଘରୁ ନୀଳେନ୍ଦ୍ରିଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିବା ସହ ତାଙ୍କ ଦେହର ବିଭିନ୍ନ ସ୍ଥାନରେ କଟାଦାଗ ଥିବାରୁ ତାଙ୍କୁ ସ୍ବାମୀ ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେବାପାଇଁ ଉଦ୍ୟମ କରିଥିବା ନୀଳେନ୍ଦ୍ରିଙ୍କ ପରିବାର ଲୋକେ ପୋଲିସରେ ଅଭିଯୋଗ କରିଛନ୍ତି। ଖବରପାଇ ପାଟପୁର ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ଡାକ୍ତରଖାନାକୁ ପଠାଇଥିଲା। ଏ ନେଇ ୧୧୯/୨୩ରେ ମାମଲା ରୁଜୁ ହୋଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ପାଟପୁର ଥାନା ଆଇଆଇସି ସବ୍ୟସାଚୀ ମଲ୍ଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri