ସ୍ତ୍ରୀଙ୍କୁ ହତ୍ୟା ପରେ ସ୍ବାମୀଙ୍କ ଆତ୍ମହତ୍ୟା ଉଦ୍ୟମ

ଦିଗପହଣ୍ଡି,୭ା୩(ଡି.ଏନ.ଏ.):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଡେଙ୍ଗାଡି ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଅନ୍‌ଲାଇନ୍‌ ଗେମ୍‌ ଖେଳରୁ ଜୟସେନ ମହାନ୍ତି ନାମକ ଜଣେ ଶିକ୍ଷକ ତାଙ୍କ ଶିକ୍ଷୟିତ୍ରୀ ସ୍ତ୍ରୀ ନୀଳେନ୍ଦ୍ରି ସ୍ବାଇଁଙ୍କୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ ବେକ ଓ ବାମ ହାତରେ ଗଭୀର କ୍ଷତ ସୃଷ୍ଟି ହୋଇଥିବା ଜଣାପଡିଛି।
ପ୍ରକାଶ ଯେ, ଜୟସେନଙ୍କ ସ୍ତ୍ରୀ ନୀଳେନ୍ଦ୍ରି କଳାହାଣ୍ଡି ଜିଲା ରାମପୁରରେ ଶିକ୍ଷୟିତ୍ରୀ ଥିଲେ। ସେ ଛୁଟିରେ ଗତ କିଛିଦିନ ହେଲା ଜୟସେନଙ୍କ ପାଖକୁ ଆସିଥିଲେ। ଜୟସେନ ଅନ୍‌ଲାଇନ୍‌ରେ ଗେମ୍‌ ଖେଳିବା ସହ ବିଟ୍‌ କଏନ୍‌ କିଣା ବିକାରେ ଲକ୍ଷାଧିକ ଟଙ୍କା କ୍ଷତି ସହିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଜୟସେନ ଶେରଗଡ଼ ବ୍ଲକ କାଚଖଣ୍ଡି ବିଦ୍ୟାଳୟରେ ଶିକ୍ଷକତା କରନ୍ତି। ବିବାହ ପୂର୍ବରୁ ଓ ପରେ ସେ ଅନ୍‌ଲାଇନ୍‌ରେ ଗେମ୍‌ ଖେଳିବା ସହ ଏଥିରେ ଲକ୍ଷାଧିକ ଟଙ୍କା ବରବାଦ କରୁଥିଲେ। ଘଟଣାକୁ ନେଇ ବିବାହର କିଛି ମାସ ପରେ ଉଭୟଙ୍କ ମଧ୍ୟରେ ଝଗଡ଼ା ଲାଗି ରହୁଥିବା ବେଳେ ଜୟସେନ ପ୍ରାୟ ସମୟରେ ଅନ୍‌ଲାଇନ୍‌ ଗେମ୍‌ରେ ବ୍ୟସ୍ତ ରହୁଥିବାରୁ ଗଁାର ବିଭିନ୍ନ ବ୍ୟକ୍ତି ଏବଂ ସାଙ୍ଗସାଥୀମାନଙ୍କଠାରୁ ୧୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଋଣ ଆଣିଥିଲେ। ତେଣୁ ସେ ସବୁବେଳେ ଚାପଗ୍ରସ୍ତ ରହୁଥିଲେ। ସ୍ବାମୀ ସ୍ତ୍ରୀ ଉଭୟଙ୍କ ପରିବାର ଲୋକ ଝଗଡ଼ା ବିଷୟରେ ଜାଣିବାକୁ ପାଇ ବୁଝାଶୁଝା କଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ନୀଳେନ୍ଦ୍ରିଙ୍କ ବାପା ଋଣ ଶୁଝିବା ପାଇଁ କିଛିଦିନ ପୂର୍ବେ ଜୟସେନଙ୍କୁ ୪ ଲକ୍ଷ ଟଙ୍କା ଦେଇଥିଲେ। ରବିବାର ବିଳମ୍ବିତ ରାତିରେ ଉଭୟ ଜୟସେନ ଓ ନୀଳେନ୍ଦ୍ରିଙ୍କ ମଧ୍ୟରେ ଝଗଡ଼ା ହୋଇଥିବା ବେଳେ ସୋମବାର ସକାଳୁ ବନ୍ଦଘରୁ ନୀଳେନ୍ଦ୍ରିଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିବା ସହ ତାଙ୍କ ଦେହର ବିଭିନ୍ନ ସ୍ଥାନରେ କଟାଦାଗ ଥିବାରୁ ତାଙ୍କୁ ସ୍ବାମୀ ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେବାପାଇଁ ଉଦ୍ୟମ କରିଥିବା ନୀଳେନ୍ଦ୍ରିଙ୍କ ପରିବାର ଲୋକେ ପୋଲିସରେ ଅଭିଯୋଗ କରିଛନ୍ତି। ଖବରପାଇ ପାଟପୁର ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ଡାକ୍ତରଖାନାକୁ ପଠାଇଥିଲା। ଏ ନେଇ ୧୧୯/୨୩ରେ ମାମଲା ରୁଜୁ ହୋଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ପାଟପୁର ଥାନା ଆଇଆଇସି ସବ୍ୟସାଚୀ ମଲ୍ଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?