ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ: ସ୍ବାମୀଙ୍କ ମାଡ଼ରେ ଭାଙ୍ଗିଲା ପ୍ରିୟତମାଙ୍କ ନାକ ହାଡ଼

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବାସୁଦେବପୁର ପଞ୍ଚାୟତ ପଡିଆପୁରୁଷୋତ୍ତମପୁର ଗ୍ରାମର ପ୍ରିୟତମାଧରଙ୍କୁ ତାଙ୍କ ସ୍ବାମୀ ବଇଁଶୀଧର ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ସ୍ବାମୀଙ୍କ ମାଡ଼ରେ ପ୍ରିୟତମାଙ୍କ ନାକ ହାଡ଼ ଭାଙ୍ଗି ଯାଇଛି। ଏ ନେଇ ଏତଲା ହେବାପରେ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ଥାନା ମାମଲା ନଂ.୧୬୯/୨୫ ଅନୁଯାୟୀ ଅଭିଯୁକ୍ତ ସ୍ବାମୀଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ଏସ୍‌ଆଇ ଜ୍ୟୋତି ରଞ୍ଜନ ବେହେରାଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଗତ ଗୁରୁବାର ଅପରାହ୍ନ ପ୍ରାୟ ୩ଟାରେ ବଇଁଶୀ ତାଙ୍କ ସ୍ତ୍ରୀଙ୍କୁ ନିସ୍ତୁକ ମାଡ ମାରିଥିଲେ। ତାଙ୍କୁ ରକ୍ତାକ୍ତ ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସା ହେବାପରେ ସେ ଶୁକ୍ରବାର ରାତିରେ ଥାନାରେ ପହଞ୍ଚି ଏତଲା ଦେଇଥିଲେ । ଗତ ପ୍ରାୟ ୧୩ ବର୍ଷ ପୂର୍ବେ ସେ ବଇଁଶୀଙ୍କୁ ବିବାହ କରିଥିଲେ। ତାଙ୍କ ୮ ବର୍ଷର ପୁଅ ଅଛନ୍ତି। ବିବାହ ପରଠାରୁ ସେ ତାଙ୍କୁ ମାନସିକ ଓ ଶାରିରୀକ ନିର୍ଯ୍ୟାତନା ଦେଇ ଆସୁଛନ୍ତି। ଘର ଚଳାଇବା ପାଇଁ ଟଙ୍କା ମାଗିଲେ ତାଙ୍କୁ ନିସ୍ତୁକ ମାଡ ମାରିବା ସହ ଘରର ଆସବାବ ପରେ ବାହାରକୁ ଫୋପାଡ଼ି ଦେଇ ଧମକ ଦେଇ ଆସୁଥିବା ଏତଲାରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri