Posted inଖେଳ

‘ବ୍ୟାଡ୍‌ ଲାଇଟ୍‌’ ନିୟମ ପରିବର୍ତ୍ତନ ଚାହାନ୍ତି ହୁସେନ

ସାଉଥାମ୍ପଟନ, ୧୦ା୭ (ପି.ଟି.)-‘ବ୍ୟାଡ୍‌ ଲାଇଟ୍‌’ ନିୟମ ବର୍ଷ ବର୍ଷ ଧରି ଟେଷ୍ଟ ମ୍ୟାଚଗୁଡ଼ିକୁ ପ୍ରଭାବିତ କରିଆସୁଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଏହି ନିୟମର ପରିବର୍ତ୍ତନ କରିବା ଆବଶ୍ୟକ ବୋଲି କହିଛନ୍ତି ଇଂଲଣ୍ଡର ପୂର୍ବତନ ଅଧିନାୟକ ନାସେର ହୁସେନ। ବ୍ୟାଡ୍‌ ଲାଇଟ୍‌ ଯୋଗୁ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟର ପ୍ରଥମ ଦିବସରେ ମାତ୍ର ୧୭.୪ଓଭର ଖେଳ ସମ୍ଭବ ହୋଇଥିଲା। ବ୍ୟାଡ୍‌ଲାଇଟ୍‌ ଯୋଗୁ ଖେଳ ଜାରି ରଖିବା ବିପଜ୍ଜନକ କିମ୍ବା ସମ୍ଭବ ହୋଇ ନ ଥାଏ। ସେ ସମୟରେ ଖେଳକୁ ସ୍ଥଗିତ ରଖିବା ନିଷ୍ପତ୍ତି ଆଇସିସି ଅମ୍ପାୟରଙ୍କ ଉପରେ ଛାଡ଼ି ଦେଇଥାଏ। ହୁସେ ଇଂଲଣ୍ଡ ତରଫରୁ ୯୬ ଟେଷ୍ଟ ଖେଳି ୫୭୬୪ ରନ ସଂଗ୍ରହ କରିଛନ୍ତି। ସେ କହିଛନ୍ତି ଖରାପ ଆଲୋକ ପରିସ୍ଥିତି ହେଲେ ଫ୍ଲଡ୍‌ ଲାଇଟ୍‌ ବ୍ୟବସ୍ଥା କରି ଖେଳକୁ ଜାରି ରଖାଯାଇପାରନ୍ତା। ବ୍ୟାଡ୍‌ଲାଇଟ୍‌ ନିୟମକୁ ଅତୀତରେ ସମାଲୋଚନା କରାଯାଇଛି। ୨୦୧୩ ଆଶେସ ସରିଜରେ ୨୨୭ ଟାର୍ଗେଟକୁ ପିଛା କରୁଥିବାବେଳେ ହାତରେ ୫ ଉଇକେଟ ଥାଇ ବିଜୟ ପାଇଁ ଇଂଲଣ୍ଡ ୨୪ ବଲ୍‌ରେ ୨୧ ରନ ଆବଶ୍ୟକ କରୁଥିଲା। ମାତ୍ର ସେତେବେଳେ ବ୍ୟାଡ୍‌ଳାଇଟ୍‌ ଯୋଗୁ ଅମ୍ପାୟର ଖେଳକୁ ସ୍ଥଗିତ ରଖିଥିଲେ। ସେହିପରି ଗତବର୍ଷ ଜାନୁୟାରୀରେ ଏସ୍‌ଏସ୍‌ଜିଠାରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ମ୍ୟାଚ ଖେଳାଯାଉଥିବାବେଳେ ଖରାପ ଆଲୋକ ପାଇଁ ଅମ୍ପାୟର ଚତୁର୍ଥ ଦିବସ ଖେଳକୁ ସ୍ଥଗିତ ରଖିଥିଲେ। ସେତେବେଳେ ବ୍ୟାଡ୍‌ଲାଇଟ୍‌ ନିୟମକୁ ନେଇ ପ୍ରଶ୍ନ ଉଠିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

MS Dhoni IPL Retirement:ଏତିକି ବର୍ଷ ବୟସ ପର୍ଯ୍ୟନ୍ତ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି ଧୋନୀ! IPL ଅବସରକୁ ନେଇ ମୁହଁ ଖୋଲିଲେ ମାହି

ନୂଆଦିଲ୍ଲୀ,୨୩।୩: ଚେନ୍ନାଇ ସୁପର କିଙ୍ଗ୍ସର ଏକ ପ୍ରଶଂସକ କାର୍ଯ୍ୟକ୍ରମରେ, ଏମଏସ ଧୋନୀ ହାସ୍ୟରସପୂର୍ଣ୍ଣ ଭାବରେ ମନ୍ତବ୍ୟ ଦେଇଥିଲେ ଯେ ସେ ୬୦ ବର୍ଷ ବୟସ ପର୍ଯ୍ୟନ୍ତ ଆଇପିଏଲ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

‘ ଆପଣମାନଙ୍କ ପାଇଁ ଟ୍ରଫି ୬…’, IPL ପୂର୍ବରୁ ପ୍ରଶଂସକମାନଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୩: ମୁମ୍ବାଇ ଇଣ୍ଡିଆନ୍ସ ୨୯ ମାର୍ଚ୍ଚରେ IPL ୨୦୨୬ ଅଭିଯାନ ଆରମ୍ଭ କରିବ। ଦଳର ପ୍ରଥମ ମ୍ୟାଚ ୱାଙ୍ଖଡେରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ। ସବୁଦିନ ପରି,…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri