ଜେଲ୍‌ ଗଲେ ଶୁଭ୍ରା, ପ୍ରମାଣ ଯୋଗାଡ଼ରେ ସିବିଆଇ

ଭୁବନେଶ୍ୱର,୨୩।୧(ବ୍ୟୁରୋ): ରୋଜ୍‌ଭ୍ୟାଲି ଚିଟ୍‌ଫଣ୍ଡ୍‌ ଠକେଇ ମାମଲାରେ ଗିରଫ ହୋଇଥିବା ସଂସ୍ଥାର ଚେୟାରମ୍ୟାନ ଗୌତମ କୁଣ୍ଡୁଙ୍କ ସ୍ତ୍ରୀ ଶୁଭ୍ରା କୁଣ୍ଡୁଙ୍କ ୫ ଦିନିଆ ରିମାଣ୍ଡ ଅବଧି ଶୁକ୍ରବାର ଶେଷ ହୋଇଛି। ସିବିଆଇ ଅପରାହ୍ନରେ ତାଙ୍କୁ ଭୁବନେଶ୍ୱର ସ୍ବତନ୍ତ୍ର ସିବିଆଇ କୋର୍ଟରେ ହାଜର କରିଥିଲା। ଜାମିନ ନାମଞ୍ଜୁର ହେବାରୁ ଶୁଭ୍ରାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସେ ଏବେ ଝାରପଡା ସ୍ବତନ୍ତ୍ର କାରାଗାରରେ ରହିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଶୁକ୍ରବାର ହେବ। ତଦନ୍ତ ସମ୍ପର୍କିତ କୌଣସି ତଥ୍ୟ ଗଣମାଧ୍ୟମକୁ ଦିଆଯାଇ ନ ଥିଲେ ମଧ୍ୟ ଜେରାବେଳେ ମିଳିଥିବା ତଥ୍ୟକୁ ଆଧାର କରି ଅଧିକ ପ୍ରମାଣ ଯୋଗାଡ଼ କରିବାରେ ଲାଗି ପଡ଼ିଛି ସିବିଆଇ। ଗତ ୧୫ ତାରିଖରେ ସିବିଆଇ ଶୁଭ୍ରାଙ୍କୁ କୋଲକାତାରୁ ଗିରଫ କରିବା ପରେ ଓଡ଼ିଶା ଆଣି ୫ ଦିନିଆ ଟ୍ରାଞ୍ଜିଟ୍‌ ରିମାଣ୍ଡରେ ନେଇଥିଲା। ଏହା ମଧ୍ୟରେ ତାଙ୍କୁ କୋଲକାତା ସହ ଓଡ଼ିଶାର କିଛି ସ୍ଥାନକୁ ନେଇ ଜମାକରୀଙ୍କ ଅର୍ଥ ଠକେଇ ସମ୍ପର୍କରେ ପଚରାଉଚରା କରିଥିତ୍ଲା। ଏହି ଠକେଇରେ ଓଡ଼ିଶାର କେତେଜଣ ରାଜନେତା, ବ୍ୟବସାୟୀ ଓ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସମ୍ପୃକ୍ତି ରହିଥିବା ସିବିଆଇ ହାତରେ ତଥ୍ୟ ଲାଗିଛି। ସେମାନଙ୍କୁ ନୋଟିସ ଜାରି କରାଯିବ ବୋଲି ସିବିଆଇର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଅନ୍ୟପକ୍ଷରେ ଦୀର୍ଘବର୍ଷ ପରେ ହଠାତ୍‌ ସିବିଆଇର ଖୋଳତାଡ଼କୁ ନେଇ ମଧ୍ୟ ବିଭିନ୍ନ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଗକୁ ପଶ୍ଚିମବଙ୍ଗ ନିର୍ବାଚନ ରହିଥିବାରୁ କେନ୍ଦ୍ର ସିବିଆଇକୁ ଅସ୍ତ୍ର ଭାବେ ବ୍ୟବହାର କରୁଥିବା କୁହାଯାଉଛି। ୨୦୧୩ରୁ ପ୍ରଥମେ ପଶ୍ଚିମବଙ୍ଗ, ବିହାର, ଆସାମ, ମହାରାଷ୍ଟ୍ର, ଝାଡ଼ଖଣ୍ଡ ସମେତ ଓଡ଼ିଶାରେ ରୋଜ୍‌ଭ୍ୟାଲି ନିଜର କାରବାର ଆରମ୍ଭ କରିଥିଲା। ଦେଶରୁ ପ୍ରାୟ ୧୭ ହଜାର ୫୨୦ କୋଟିର ଟଙ୍କା ଠକେଇ କରିଥିବା ଜଣାପଡିଥିଲା। ତେବେ ସୁନା ବ୍ୟବସାୟ ଓ ଚିଟ୍‌ଫଣ୍ଡ୍‌ ସ୍କାମ୍‌ରେ ସଂସ୍ଥା କେବଳ ଓଡ଼ିଶାରୁ ୫୦୦ କୋଟିରୁ ଅଧିକ ଟଙ୍କା ଠକେଇ କରିଥିଲା। ୨୦୧୫ରେ ସଂସ୍ଥାର ଚେୟାରମ୍ୟାନ ଗୌତମଙ୍କୁ ସିବିଆଇ ଗିରଫ କରିଥିଲା। ୨୦୧୯ରେ ଓଡ଼ିଶାର ଦୁଇ ବିଜେଡି ବିଧାୟକଙ୍କୁ ନୋଟିସ ଜାରି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର ଇସ୍ତଫା ଦେବେ ବାଂଲାଦେଶ ରାଷ୍ଟ୍ରପତି; କିଏ ନେବେ ନେତୃତ୍ୱ? ରାଜନୈତିକ ମହଲରେ ହେଲାଣି ତୀବ୍ର ଆଲୋଚନା

ଢାକା,୨୩।୭: ବାଂଲାଦେଶରେ ରାଜନୈତିକ ଅସ୍ଥିରତା ଆରମ୍ଭ ହୋଇଛି। ଅନେକ ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଛି ଯେ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ଖୁବ ଶୀଘ୍ର ଇସ୍ତଫା ଦେବାକୁ ଯାଉଛନ୍ତି;…

ବରଗଡ଼ ଉପକଣ୍ଠ ରାଜପଥରେ ରାହାଜାନୀ, ୩ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ରାଜପଥରେ ରାହାଜାନୀ ତଥା ବିଭିନ୍ନ ସ୍ଥାନରେ ଲୁଟପାଟ୍ ଅଭିଯୋଗ ହୋଇ ଆସୁଥିଲା । ଏହି ଘଟଣାରେ ପୋଲିସ…

ଧର୍ମେନ୍ଦ୍ର ପ୍ରଧାନଙ୍କ ପୁରୁଣା ପୋଷ୍ଟ ଭାଇରାଲ, ସୋନମ ଓ୍ବାଙ୍ଗଚୁକ ଏବଂ ତାଙ୍କ ପତ୍ନୀଙ୍କୁ କରିଥିଲେ ଏଭଳି ପ୍ରଶଂସା

ନୂଆଦିଲ୍ଲୀ,୨୩।୯: ଜଳବାୟୁ କର୍ମୀ ଓ ଶିକ୍ଷା ସଂସ୍କାରକ ସୋନମ ୱାଙ୍ଗଚୁକଙ୍କ ଅନଶନ ଜାରି ଥିବା ବେଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ତିନି ବର୍ଷ ପୁରୁଣା ଏକ…

NEET UG ପେପର ଲିକ: ପରୀକ୍ଷାର ୧୦ ଦିନ ପୂର୍ବରୁ ଅଭିଯୁକ୍ତଙ୍କ ମୋବାଇଲ ଫୋନକୁ ଆସିଯାଇଥିଲା ପ୍ରଶ୍ନ, କୋର୍ଟରେ CBI ଖୋଲିଲା…

ନୂଆଦିଲ୍ଲୀ,୨୩।୭: NEET-UG 2026 ପେପର୍‌ ଲିକ ମାମଲାରେ ଅଭିଯୁକ୍ତ ଡକ୍ଟର ମନୋଜ ଭଗବାନରାଓ ଶିରୁରେ ଏବଂ ଶିବରାଜ ମୋଟେଗାଓଁକରଙ୍କ ଜାମିନ ଆବେଦନ ଉପରେ କୋର୍ଟ ଜୁଲାଇ ୨୪ରେ…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ଉପକୋଷାଗାର ପୂର୍ବତନ କର୍ମଚାରୀଙ୍କୁ ଜେଲ୍‌ଦଣ୍ଡ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଉପକୋଷାଗାର କାର୍ଯ୍ୟାଳୟର ପୂର୍ବତନ କର୍ମଚାରୀ ତଥା ବରିଷ୍ଠ କିରାଣି ନାରାୟଣ ମେହେରଙ୍କୁ ଲାଞ୍ଚ ନେବା ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ…

୨ବର୍ଷ ପରେ ଦମଦାର ପ୍ରତ୍ୟାବର୍ତ୍ତନ, ପ୍ରଥମ ବଲ୍‌ରେ ୱିକେଟ୍ ନେଇ ଇତିହାସ ରଚିଲେ ମୟଙ୍କ

ନୂଆଦିଲ୍ଲୀ,୨୩।୭: ମୟଙ୍କ ଯାଦବ ଜିମ୍ବାୱେ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍‌ରେ ଦୁଇ ବର୍ଷରୁ ଅଧିକ ସମୟ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେ ତାଙ୍କର ପ୍ରଥମ…

Commonwealth Games 2026: ପଦକ ପକ୍କା, ଉଦଘାଟନୀ ଉତ୍ସବ ପୂର୍ବରୁ ଇତିହାସ ରଚିଲେ ଲୋଭଲିନା ବୋରଗୋହାଇନ!

ନୂଆଦିଲ୍ଲୀ,୨୩।୭: ଭାରତ ଉଦଘାଟନୀ ଉତ୍ସବ ପୂର୍ବରୁ 2026 ରାଜ୍ୟଗୋଷ୍ଠୀ କ୍ରୀଡାରେ ପଦକ ତାଲିକା ଖୋଲିସାରିଛି। ଷ୍ଟାର ବକ୍ସର ଲୋଭଲିନା ବୋରଗୋହାଇନ ପ୍ରଥମ ରାଉଣ୍ଡରେ ବାଇ ପାଇ 75…

ନଦୀକୂଳରେ ଚାଲିଥିଲା ବ୍ରାଉନସୁଗାର କାରବାର, ଅତିର୍କିତ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ…

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜୀରା ନଦୀକୂଳରେ ବ୍ରାଉନସୁଗାର କାରବାର ଚାଲିଥିବା ସମୟରେ ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri