କିମ୍ସରେ ହାଇବ୍ରିଡ୍‌ ଅସ୍ତ୍ରୋପଚାର ସଫଳ

ଭୁବନେଶ୍ୱର, ୩।୨(ବ୍ୟୁରୋ):କିମ୍ସ-ଭୁବନେଶ୍ୱରରେ ହାଇବ୍ରିଡ୍‌ ଅସ୍ତ୍ରୋପଚାର ସଫଳ ହୋଇଛି। ଓଡ଼ିଶାରେ ପ୍ରଥମଥର ଲାଗି ହାଇବ୍ରିଡ୍‌ ଅସ୍ତ୍ରୋପଚାର କରାଯାଇଥିବା ସମ୍ପୃକ୍ତ ଡାକ୍ତରମାନେ ଦାବି କରିଛନ୍ତି। ନିକଟରେ କଟକ ଜିଲା ବାଙ୍କୀ ବ୍ଲକ୍‌ ଅନ୍ତର୍ଗତ ରତାଗଡ଼ ଗ୍ରାମର ୫୦ବର୍ଷ ବୟସ୍କା ସୁଷମା ରଣାଙ୍କ ମୁଖ୍ୟ ରକ୍ତନଳୀରେ ଏହି ଅସ୍ତ୍ରୋପଚାର କରାଯାଇଛି। ପିଠିର ଉପରିଭାଗ ଓ ଛାତିରେ ଅସହ୍ୟ ଯନ୍ତ୍ରଣା ଅନୁଭବ କରିବାରୁ ସେ ଡାକ୍ତରଙ୍କ ସହ ପରାମର୍ଶ କରିଥିଲେ। ବିଭିନ୍ନ ଡାକ୍ତରଖାନାକୁ ଯାଇ ଚିକିତ୍ସିତ ହୋଇଥିଲେ ମଧ୍ୟ କୌଣସି ସୁଫଳ ନ ମିଳିବାରୁ ଶେଷରେ ସୁଷମା ଗତ ୧୮ ତାରିଖରେ କିମ୍ସ ହୃଦ୍‌ରୋଗ ବିଭାଗ ଡାକ୍ତରଙ୍କ ସହ ପରାମର୍ଶ କରିଥିଲେ। ବିଭିନ୍ନ ପରୀକ୍ଷା ନିରୀକ୍ଷା ପରେ ସୁଷମାଙ୍କ ହୃତ୍‌ପିଣ୍ଡରୁ ବିଭିନ୍ନ ଅଙ୍ଗ ପ୍ରତ୍ୟଙ୍ଗକୁ ରକ୍ତ ସଞ୍ଚାଳନ ହେଉଥିବା ମୁଖ୍ୟ ରକ୍ତନଳୀ ଫାଟିଯାଇ ଇଣ୍ଟରନାଲ୍‌ ବ୍ଲିଡିଂ ହେଉଥିବା ଜଣାପଡ଼ିଥିଲା। ତେଣୁ ତୁରନ୍ତ ତାଙ୍କର ହାଇବ୍ରିଡ୍‌ ଅସ୍ତ୍ରୋପଚାର ପାଇଁ ଡାକ୍ତର ନିଷ୍ପତ୍ତି ନେଇଥିଲେ। ପ୍ରଥମେ କିମ୍ସର କାର୍ଡିଓଥୋରାସିସ୍‌ ଓ ଭାସ୍କୁଲାର ସର୍ଜରି (ସିଟିଭିଏସ୍‌) ବିଶେଷଜ୍ଞ ଡା. ଏ. ଶାରଦା ଏବଂ ଡା. ଚନ୍ଦନ କୁମାର ରାୟମହାପାତ୍ରଙ୍କ ନେତୃତ୍ୱରେ ତାଙ୍କର ବାଇପାସ୍‌ ଅସ୍ତ୍ରୋପଚାର କରାଯାଇଥିଲା। ଏଥିରେ ମୁଖ୍ୟ ରକ୍ତନଳୀରୁ ବାମ ହାତ ଓ ମସ୍ତିଷ୍କକୁ ରକ୍ତ ସଞ୍ଚାଳନ କରୁଥିବା ରକ୍ତନଳୀ ସହ ଦୁଇଟି ନଳୀ ସଂଯୋଗ କରାଯାଇଥିଲା। ପରେ ହୃଦ୍‌ରୋଗ ବିଶେଷଜ୍ଞ ଡା. ଅନୁପମ ଜେନାଙ୍କ ଦ୍ୱାରା ଷ୍ଟେଣ୍ଟି କରାଯାଇ ମୁଖ୍ୟ ରକ୍ତନଳୀର ଫାଟି ଯାଇଥିବା ସ୍ଥାନକୁ ବନ୍ଦ କରାଯାଇଥିଲା। ନିଶ୍ଚେତକ ବିଶେଷଜ୍ଞ ଡା. ଅଶୋକ କୁମାର ବଡ଼ମାଳିଙ୍କ ସହାୟତାରେ ଏହି ହାଇବ୍ରିଡ୍‌ ଅସ୍ତ୍ରୋପଚାର ୪ରୁ ୫ଘଣ୍ଟା ସମୟ ଲାଗିଥିଲା ବୋଲି ଡା. ଜେନା କହିଛନ୍ତି। ଏହାର ତୁରନ୍ତ ଅସ୍ତ୍ରୋପଚାର କରାଯାଇ ନ ଥିଲେ ହୃଦ୍‌ଘାତ, ମସ୍ତିଷ୍କାଘାତ, ଯକୃତ ଅକାମୀ, ଅଗ୍ନାଶୟରେ ସମସ୍ୟା ଭଳି ଗୁରୁତର ସମସ୍ୟା ଦେଖା ଦେଇଥାନ୍ତା ଏବଂ ଜୀବନ ପ୍ରତି ବିପଦ ରହିଥାନ୍ତା। ଏଭଳି ହାଇବ୍ରିଡ୍‌ ଅସ୍ତ୍ରୋପଚାର ପାଇଁ ସାଧାରଣତଃ ୧୪ରୁ ୧୫ଲକ୍ଷ ଟଙ୍କା ଖର୍ଚ୍ଚ ହେଉଥିବା ଓ ଏଥିପାଇଁ ରୋଗୀକୁ ଓଡ଼ିଶା ବାହାରକୁ ଯିବାକୁ ପଡ଼ୁଥିବାବେଳେ କିମ୍ସରେ ରାଜ୍ୟ ସରକାରଙ୍କ ବିଏସ୍‌କେୱାଇରେ ମାତ୍ର ୬ଲକ୍ଷ ୫୦ ହଜାର ଟଙ୍କାରେ ସୁଷମାଙ୍କର ଅସ୍ତ୍ରୋପଚାର କରାଯାଇପାରିଲା। ଅସ୍ତ୍ରୋପଚାରର ୫ଦିନ ପରେ ସୁଷମା ସୁସ୍ଥ ହୋଇ ଘରକୁ ଫେରିଛନ୍ତି ବୋଲି ଡା. ଜେନା ସୂଚନା ଦେଇଛନ୍ତି। କିମ୍ସର ଡାକ୍ତରଙ୍କ ଚିକିତ୍ସା ଯୋଗୁ ତାଙ୍କର ଜୀବନ ବଞ୍ଚିଗଲା ବୋଲି ସୁଷମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri