Posted inଜାତୀୟ

ବଳାତ୍କାରରୁ ବର୍ତ୍ତିବା ପାଇଁ ଟ୍ରେନ୍‌ରୁ ଡେଇଁଲେ

ହାଇଦ୍ରାବାଦ, ୨୫ା୩: ହାଇଦ୍ରାବାଦରେ ଜଣେ ଯୁବତୀ (୨୩) ବଳାତ୍କାରରୁ ବର୍ତ୍ତିବା ପାଇଁ ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଛନ୍ତି। ତାଙ୍କୁ ଆହତ ଅବସ୍ଥାରେ ହାଇଦ୍ରାବାଦର ରାହୋଗିରୋସ୍ଥିତ ଏକ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଟ୍ରେନ୍‌ ମଧ୍ୟରେ ଜଣେ ଯୁବକ ତାଙ୍କୁ ବଳାତ୍କାର କରିବାକୁ ଉଦ୍ୟମ କରିଥିଲେ ବୋଲି ଯୁବତୀ ଜଣକ କହିଛନ୍ତି।

ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ରେଲଓ୍ବେ ପୋଲିସ (ଜିଆର୍‌ପି)କୁ ବୟାନ ଦେଇ ପୀଡ଼ିତା କହିଛନ୍ତି, ରବିବାର ରାତିରେ ସେ ସିକନ୍ଦରାବାଦ ରେଲଓ୍ବେ ଷ୍ଟେଶନରୁ ମେଡ୍‌ଚଲ ଅଭିମୁଖେ ଏକ ମଲ୍ଟି ମୋଡାଲ ଟ୍ରାନ୍ସପୋର୍ଟ ସର୍ଭିସ (ଏମ୍‌ଏମ୍‌ଟିଏସ୍‌) ଟ୍ରେନର ମହିଳା କୋଚ୍‌ରେ ଯାଉଥିଲେ। ଅଲ୍‌ଓ୍ବଲ ରେଲଓ୍ବେ ଷ୍ଟେଶନରେ ୨ ଜଣ ମହିଳା ଯାତ୍ରୀ ଟ୍ରେନ୍‌ରୁ ଓହ୍ଲାଇ ପଡ଼ିବା ପରେ ସେ ଉକ୍ତ କୋଚ୍‌ରେ ଏକୁଟିଆ ହୋଇଯାଇଥିଲେ।

ତେବେ ଏହି ସମୟରେ ଜଣେ ଅଚିହ୍ନା ଯୁବକ ଆସି ତାଙ୍କ ସହ ଯୌନ ସମ୍ପର୍କ ରଖିବାକୁ ଇଚ୍ଛା ଜାହିର କରିଥିଲେ। ଏଥିରେ ପୀଡ଼ିତା ଜଣକ ଅସହମତି ପ୍ରକାଶ କରିବାରୁ ଯୁବକ ଜଣକ ତାଙ୍କୁ ବଳାତ୍କାର କରିବାକୁ ଉଦ୍ୟମ କରିଥିଲେ। ଫଳରେ ସେ ଜୀବନ ବିକଳରେ ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଥିଲେ ବୋଲି ପୀଡ଼ିତା କହିଛନ୍ତି। ପୀଡ଼ିତାଙ୍କ ମୁଣ୍ଡ, ଓଠ, ଡାହାଣ ହାତ ଏବଂ ଅଣ୍ଟାରେ ଆଘାତ ଲାଗି ରକ୍ତସ୍ରାବ ହୋଇଥିଲା ବୋଲି ସ୍ଥାନୀୟ ଜିଆର୍‌ପି ଅଧିକାରୀ କହିଛନ୍ତି।

ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ଧାରା ୭୫ (ମହିଳାଙ୍କୁ ଆକ୍ରମଣ) ଓ ୧୩୧ (ଆପରାଧିକ ବଳ ପ୍ରୟୋଗ) ଅନୁଯାୟୀ, ମାମଲା ରୁଜୁ କରିଛି। ଗତ ୨୨ରେ ପୀଡ଼ିତା ନିଜ ମୋବାଇଲ ଫୋନ୍‌ର ଡିସପ୍ଲେ ଠିକ୍‌ କରାଇବାକୁ ମେଡ୍‌ଚଲରୁ ସିକନ୍ଦରାବାଦ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri