Posted inଖେଳ

ଓଡ଼ିଶା ବିପକ୍ଷରେ ହାଇଦ୍ରାବାଦ ୪୯/୧

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରିଷ୍ଣା ବିକାଶ ଗ୍ରାଉଣ୍ଡରେ ଶୁକ୍ରବାର ଓଡ଼ିଶା ଏବଂ ହାଇଦ୍ରାବାଦ ମଧ୍ୟରେ ୧୯ବର୍ଷରୁ କମ୍‌ କୁଚ୍‌ ବିହାର ଟ୍ରଫିର ଏଲିଟ୍‌ ଗ୍ରୁପ-ଇ ଲିଗ୍‌ ମ୍ୟାଚ ଆରମ୍ଭ ହୋଇଛି। ଓଡ଼ିଶା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ବର୍ଷା କାରଣରୁ କେବଳ ୧୭ ଓଭର ଖେଳ ସମ୍ଭବ ହୋଇଥିଲା। ହାଇଦ୍ରାବାଦ ଏକ ଉଇକେଟ ବିନିମୟରେ ୪୯ରନ୍‌ ସଂଗ୍ରହ କରିଛି। ଭ୍ରମଣକାରୀ ଦଳ ପକ୍ଷରୁ ୱାଫି କାଚ୍‌ଛି ଡାଇମଣ୍ଡ୍‌ ଓ ସି. ସିଦ୍ଧାର୍ଥ ରାଓ ଚେପ୍ୟାଲା ବ୍ୟାଟିଂ ଆରମ୍ଭ କରିଥିଲେ। ସିଦ୍ଧାର୍ଥ ୧୪ରନ କରି ଓଡ଼ିଶା ବୋଲର ଶ୍ରୀରାଜ ପଟ୍ଟନାୟକଙ୍କ ଦ୍ୱାରା ସେ ଆଉଟ୍‌ ହୋଇଯାଇଛନ୍ତି। ପ୍ରଥମ ଦିବସର ଖେଳ ଶେଷବେଳକୁ ୱାଫି କାଚ୍‌ଛି ୧୬ ଏବଂ ଆର୍‌. ଅଲଙ୍କ୍ରିଡ୍‌ ୧୩ରନ କରି ଅପରାଜିତ ରହିଛନ୍ତି। ଓଡ଼ିଶା ପକ୍ଷରୁ ଶ୍ରୀରାଜ ପଟ୍ଟନାୟକ ୭ ଓଭରରେ ୧୫ରନ ଦେଇ ଗୋଟିଏ ଉଇକେଟ ନେଇଛନ୍ତି।
ବିସିସିଆଇର ଅମ୍ପାୟର ପ୍ରେମଦୀପ ଚାଟାର୍ଜୀ ଓ ରବିଶଙ୍କର ଖେଳ ପରିଚାଳନା କରିଥିଲେ। ଅମିତ ଶର୍ମା ମ୍ୟାଚ ରେଫରି ଥିବାବେଳେ ପରମବୀର ସିଂ ଅନ୍‌ଲାଇନ ସ୍କୋରର ଅଛନ୍ତି। ସଞ୍ଜୟ କୁମାର ଏବଂ ଅମିତ କୁମାର ଭିଡ଼ିଓ ଆନାଲିଷ୍ଟ ଅଛନ୍ତି। ଉଦ୍‌ଘାଟନୀ ସମାରୋହରେ କ୍ରିଷ୍ଣା ବିକାଶ ଗ୍ରୁପ୍‌ର ଚେୟାରମ୍ୟାନ ତଥା ଭେନ୍ୟୁ ମ୍ୟାନେଜର ଡି. ମୁରଲୀ କ୍ରିଷ୍ଣା, ଜିଲା କ୍ରିକେଟ ଆସୋସିଏଶନ ସଭାପତି ହରିହର ପ୍ରଧାନ, ସମ୍ପାଦକ ରବି ନାରାୟଣ ପଣ୍ଡା, ଉପସଭାପତି ଶୁଭ୍ରାଂଶୁ ଶେଖର ମହାପାତ୍ର, ଯୁଗ୍ମ ସମ୍ପାଦକ ସଚ୍ଚିଦାନନ୍ଦ ପଣ୍ଡା, କୋଷାଧ୍ୟକ୍ଷ ଗୁରୁଦତ୍ତ ଦାଶ, ପୂର୍ବତନ ସମ୍ପାଦକ ସୁବ୍ରତ ଚାଟାର୍ଜୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦିଅନ୍ତୁ ଗଣଶିକ୍ଷା ମନ୍ତ୍ରୀ: ଗର୍ଜିଲା ସିପିଆଇ

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଗଞ୍ଜାମ ଜିଲା କମିଟି ପକ୍ଷରୁ ଦିଲ୍ଲୀସ୍ଥିତ ଜନ୍ତରମନ୍ତରଠାରେ ହୋଇଥିବା ଯୁବଛାତ୍ର ଆନ୍ଦୋଳନର ସଫଳତା ପରିପ୍ରେକ୍ଷୀରେ ଦେଶର ଅଗଣିତ ଛାତ୍ରୀଛାତ୍ର ଓ…

ପୁଣି ଚର୍ଚ୍ଚାରେ ଦାନ ମାଝୀ, ଏହି କାରଣକୁ ନେଇ ଫିଲ୍ମ ‘ଲାଶ୍’ର ପ୍ରଯୋଜକଙ୍କ ନାଁରେ ଦେଲେ ଏତଲା

ଭବାନୀପାଟଣା,୨୭।୭(ଉତ୍ତମ କୁମାର ଦାଶ): କାନ୍ଧରେ ପତ୍ନୀଙ୍କ ମୃତ ଦେହ ବୋହି ସାରା ବିଶ୍ୱରେ ଏକଦା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଥିବା କଳାହାଣ୍ଡିର ଦାନ ମାଝୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି…

ରଥଯାତ୍ରାର ଅନ୍ତିମ ଯାତ୍ରା ଦେଖିବା ପାଇଁ ଶ୍ରୀକ୍ଷେତ୍ରକୁ ଭକ୍ତଙ୍କ ଆଗମନ

ପୁରୀ,୨୭ା୭: ଆଜି ଘୋଷଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରିବିଜେ। ନୀଳକନ୍ଦରକୁ ବିଜେ କରିବେ ନୀଳାଦ୍ରିନାଥ। ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନବେଦିକୁ ବିଜେ କରିବେ ଦାରୁବିଗ୍ରହ। ଏଥିସହ ଚଳିତବର୍ଷର ବିଶ୍ୱପ୍ରସିଦ୍ଧ…

ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ

ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ…

ରେଳ ଟ୍ରାକ୍‌ରେ ଦୁଇ ଫୁଟ ପାଣି, ଦୁଇ ଘଣ୍ଟା ଧରି ଅଟକିଲା କୋରାପୁଟ–ବିଶାଖାପାଟଣମ୍ ଟ୍ରେନ୍

ଟିକିରି, ୨୭।୭ (ପ୍ରଫୁଲ୍ଲ କୁମାର ବେହେରା): ଲଗାଣ ବର୍ଷାର ପ୍ରଭାବ ଏବେ ରେଳ ଚଳାଚଳ ଉପରେ ପଡ଼ିଛି। ରାୟଗଡ଼ା ଜିଲାର ଟିକିରି ଷ୍ଟେଶନ୍ ନିକଟରେ ରେଳ ଟ୍ରାକ୍‌…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ଘଣ୍ଟାପ୍ରତି ୮୫ କିମି ବେଗରେ ପବନ! IMD ଜାରି କଲା ଚେତାବନୀ, ୧୩ ଘଣ୍ଟା ଭିତରେ ଭୟଙ୍କର ହେବ….

ନୂଆଦିଲ୍ଲୀ, ୨୭।୭: ଦେଶରେ ମୌସୁମୀ ବର୍ଷାର ପ୍ରଭାବ ଜୋରଦାର ଭାବେ ଜାରି ରହିଥିବା ବେଳେ ପୁଣିଥରେ ପାଗ ଅଧିକ ଖରାପ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର…

ଲୋମହର୍ଷଣକାରୀ ଘଟଣା…ପ୍ୟାଣ୍ଟରେ ପରିସ୍ରା କରିଦେବାରୁ ନିଷ୍ଠୁର ହେଲେ ଶିକ୍ଷୟିତ୍ରୀ, ଗୁପ୍ତାଙ୍ଗରେ ଚେଙ୍କ ଦେଇ…

ଲକ୍ଷ୍ନୌ,୨୭।୭: ବାରାଣସୀର ଲାଲପୁର-ପାଣ୍ଡେପୁର ପୋଲିସ ଷ୍ଟେସନ ଅଞ୍ଚଳର ଏକ ପ୍ଲେ ସ୍କୁଲରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଶିକ୍ଷୟିତ୍ରୀ ୫ ବର୍ଷୀୟ ଛାତ୍ରଙ୍କ ଗୁପ୍ତାଙ୍ଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri