Posted inଖେଳ

ପୁଣି ଥରେ ବଦଳିପାରେ ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ, ଜାଣନ୍ତୁ ଏଥର କ’ଣ ରହିଛି କାରଣ…

ନୂଆଦିଲ୍ଲୀ,୨୦।୮: ଆଇସିସି ପୁରୁଷ ଦିନିକିଆ ବିଶ୍ୱକପ୍‌ ୨୦୨୩ର କାର୍ଯ୍ୟସୂଚୀ ପୁଣି ପରିବର୍ତ୍ତନ ହୋଇପାରେ। ମ୍ୟାଚ୍‌ରେ ପରିବର୍ତ୍ତନ ନେଇ ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ ପକ୍ଷରୁ ବିସିସିଆଇକୁ ଅନୁରୋଧ ମିଳିଛି। ସ୍ଥାନୀୟ ପୋଲିସ ପୂର୍ବ ଚାମ୍ପିୟନ ପାକିସ୍ତାନ ଏବଂ ଶ୍ରୀଲଙ୍କା ମଧ୍ୟରେ ହୋଇଥିବା ମ୍ୟାଚ୍‌ ସହ ବ୍ୟାକ୍‌ ଟୁ ବ୍ୟାକ୍‌ ମ୍ୟାଚ୍‌ର ଆୟୋଜନକୁ ନେଇ ଚିନ୍ତା ପ୍ରକଟ କରିବା ପରେ ଏଭଳି ଅନୁରୋଧ କରାଯାଇଛି।

ତେବେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଅକ୍ଟୋବର ୯ରେ ନ୍ୟୁଜିଲାଣ୍ଡ ବନାମ ନେଦରଲ୍ୟାଣ୍ଡ ମଧ୍ୟରେ ମୁକାବିଲା ହେବ। ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ ୩ ମ୍ୟାଚ୍‌ ଆୟୋଜନ କରିବ। ହେଲେ ସୁରକ୍ଷା ସମ୍ବନ୍ଧୀତ ଅସୁବିଧାର ସମ୍ମୁଖୀନ ହେବା ଆଶଙ୍କାରେ ଅକ୍ଟୋବର ୧୨ରେ ହେବାକୁ ଥିବା ପାକିସ୍ତାନ-ଶ୍ରୀଲଙ୍କା ମ୍ୟାଚ୍‌କୁ ଆଗକୁ ବଢ଼ାଇ ଅକ୍ଟୋବର ୧୦ରେ କରାଯାଇଛି। ହେଲେ ଆସୋସିଏଶନ ଦୁଇ ମ୍ୟାଚ୍‌ ମଧ୍ୟରେ ଅଧିକ ଦିନ ସୁନିଶ୍ଚିତ କରିବା ଲାଗି କାର୍ଯ୍ୟକ୍ରମରେ ପରିବର୍ତ୍ତନ ଲାଗି ଆଧିକାରିକ ଅନୁରୋଧ କରିଛି। ପଛକୁ ପଛ ମ୍ୟାଚ୍‌ ଥିବାରୁ ପାକିସ୍ତାନ ଟିମ୍‌କୁ ସୁରକ୍ଷା ପ୍ରଦାନ କରିବା ସହଜ ନୁହେଁ। କାରଣ ଷ୍ଟାଡିୟମ ସହ ଦଳ ରହୁଥିବା ହୋଟେଲରେ ଅଧିକ ସୁରକ୍ଷାକର୍ମୀଙ୍କୁ ମୁତୟନ କରିବାର ଆବଶ୍ୟକତା ରହିଛି ବୋଲି ଆସୋସିଏଶନ ଦର୍ଶାଇଛି।

ପୂର୍ବରୁ ବିସିସିଆଇ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରି ସମାଲୋଚିତ ହୋଇଥିଲା। ଏମିତିରେ ଏଚ୍‌ସିଏର ଏଭଳି ଅନୁରୋଧ ଉପରେ ବିସିସିଆଇ କିଭଳି ପଦକ୍ଷେପ ନେଉଛି ତା ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri