Posted inଖେଳ

ହାଇଦ୍ରାବାଦ ପିଛା ଛାଡ଼ୁନି ପରାଜୟ

ଦୁବାଇ,୨୨।୯: ବୁଧବାର ଖେଳାଯାଇଥିବା ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ଅତିସହଜରେ ହରାଇ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ। ହାଇଦ୍ରାବାଦ୍‌ ପକ୍ଷରୁ ଧାର୍ଯ୍ୟ ୧୩୫ ରନ୍‌ର ମାମୁଲି ବିଜୟ ଲକ୍ଷ୍ୟକୁ ୧୭.୫ ଓଭରରେ ୨ ଉଇକେଟ ହାସଲ କରି ନେଇଥିଲା। ଏହି ବିଜୟ ସହ ରିଷଭ ପନ୍ତଙ୍କ ନେତୃତ୍ୱାଧୀନ ଦିଲ୍ଲୀ ପଏଣ୍ଟ ଟେବୁଲ ଶୀର୍ଷକୁ ଉଠିଛି। ଅନ୍ୟପକ୍ଷରେ ଚଳିତ ଆଇପିଏଲ ସିଜନରେ ହାଇଦ୍ରାବାଦ୍‌ର ପରାଜୟ ଧାରା ଜାରି ରହିଛି।

ବ୍ୟାଟିଂ ବିଫଳତା କାରଣରୁ ହାଇଦ୍ରାବାଦ୍‌ ଧାର୍ଯ୍ୟ ୨୦ ଓଭରରେ ୯ ଉଇକେଟ ହରାଇ ୧୩୪ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଡେଭିଡ୍‌ ଓ୍ବାର୍ନର ଖାତା ଖୋଲି ପାରି ନ ଥିବାବେଳେ ଅଧିନାୟକ କେନ ଓ୍ବିଲିୟମସନ ୧୮ ରନ୍‌ କରି ଆଉଟ୍‌ ହୋଇଥିଲେ। ଶେଷ ଆଡ଼କୁ ଅବଦୁଲ ସମଦ (୨୮) ଓ ରଶିଦ ଖାନ (୨୨)ଙ୍କ ଯୋଗୁ ସମ୍ମାନଜନକ ସ୍କୋର ଛିଡ଼ା କରିପାରିଥିଲା ହାଇଦ୍ରାବାଦ୍‌। ଦିଲ୍ଲୀ ପାଇଁ କାଗିସୋ ରବାଡା ୩ ଉଇକେଟ ନେଇଥିବାବେଳେ ଅକ୍ଷର ପଟେଲ ଓ ଅନରିଚ ନର୍ଟଜେ ୨ ଲେଖାଏ ସଫଳତା ପାଇଥିଲେ।

ଜବାବରେ ଶିଖର ଧାଓ୍ବନ (୪୨), ଶ୍ରେୟାସ ଆୟାର (୪୭*) ଓ ଅଧିନାୟକ ପନ୍ତ (୩୫)ଙ୍କ ଇନିଂସ ସହାୟତାରେ ଦିଲ୍ଲୀ ୧୩ ବଲ ପୂର୍ବରୁ ୮ ଉଇକେଟରେ ମ୍ୟାଚ୍‌ ଜିତି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri