ହାଇଦର ଏନ୍‌କାଉଣ୍ଟର ଘଟଣା: ରିପୋର୍ଟ ତଲବ କଲେ ମାନବ ଅଧିକାର ଆୟୋଗ

ବାଲେଶ୍ୱର ଅଫିସ,୨୬।୭: ହାଇଦର ଏନକାଉଣ୍ଟର ଘଟଣାରେ ରିପୋର୍ଟ ତଲବ କଲେ ଓଡ଼ିଶା ମାନବ ଅଧିକାର ଆୟୋଗ। ୪ ସପ୍ତାହ ଭିତରେ ରିପୋର୍ଟ ଦେବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଆୟୋଗ । ଏହା ସହିତ ପୋଲିସ କମିଶନରଙ୍କୁ ମଧ୍ୟ ରିପୋର୍ଟ ମାଗିଛନ୍ତି । ଗୃହ ବିଭାଗ, ଜେଲ ଡିଜି, ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ମଧ୍ୟ ରିପୋର୍ଟ ତଲବ କରାଯାଇଛି। ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇ ଏନକାଉଣ୍ଟର ଘଟଣାରେ ଆୟୋଗ ନିଜ ଆଡୁ ମାମଲା ରୁଜୁ କରିଛି । ଆସନ୍ତା ସେପ୍ଟେମ୍ବର ୬ ତାରିଖ ସୁଦ୍ଧା ତଦନ୍ତ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ମିଳିଛି।
ସୂଚନାଯୋଗ୍ୟ, ଶନିବାର ହାଇଦରଙ୍କୁ ଚୌଦ୍ୱାର ଜେଲ୍‌ରୁ ବାରିପଦା ଜେଲକୁ ନିଆଯାଇଥିଲା। ନେଉଥିବା ସମୟରେ ସେ ରାସ୍ତାରେ ପରିସ୍ରା କରିବା ପାଇଁ କହିଥିଲେ। ଏହି ସମୟରେ ସେ ଗାଡ଼ିରେ ଥିବା ପୋଲିସଠାରୁ ବନ୍ଧୁକ ଛଡ଼ାଇ ଦୌଡ଼ିବାକୁ ଚେଷ୍ଟା କରିଥିଲେ। ତାଙ୍କୁୁ ଧରିବା ପାଇଁ ବାଧ୍ୟ ହୋଇ ତାଙ୍କ ଉପରେ ଗୁଳିଚାଳନା କରାଯାଇଥିଲା ବୋଲି ପୋଲିସ କହିଛି। ଏଥିରେ ସେ ଗୁରୁତର ହୋଇଥିବା ବେଳେ ଚିକିତ୍ସା ପାଇଁ ବାଲେଶ୍ବର ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ତେବେ ହାଇଦରଙ୍କ ମୃତ୍ୟୁ ନେଇ ପରିବାର ଲୋକେ ଅନେକ ଅଭିଯୋଗ ଆଣିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri