Posted inଜାତୀୟ

ହାଇଦ୍ରାବାଦରେ ଅଗ୍ନିକାଣ୍ଡ: ଜିଅନ୍ତା ଜଳିଗଲେ ୧୭, ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ହାଇଦ୍ରାବାଦ,୧୮ା୫: ରବିବାର ସକାଳେ ହାଇଦ୍ରାବାଦର ଚାରମିନାର ନିକଟସ୍ଥ ଗୁଲଜାର ହାଉସରେ ଏକ ଭୀଷଣ ଅଗ୍ନିକାଣ୍ଡ ଘଟି ୧୭ ଜଣଙ୍କର ମୃତ୍ୟୁ ହୋଇଛି।  ତେଲଙ୍ଗାନାର ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀ ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ଏବଂ କୋଠାରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନେବାକୁ ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ଏହା ସହିତ, ମୃତକଙ୍କ ପରିବାରକୁ କ୍ଷତିପୂରଣ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ତେଲଙ୍ଗାନାର ହାଇଦ୍ରାବାଦରେ ଅଗ୍ନିକାଣ୍ଡ ଘଟଣାରେ ଲୋକଙ୍କ ମୃତ୍ୟୁରେ ମୁଁ ଗଭୀର ଦୁଃଖିତ। ଯେଉଁମାନେ ସେମାନଙ୍କର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ପ୍ରତ୍ୟେକ ମୃତକଙ୍କ ପରିବାର ସଦସ୍ୟଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି।

ଅଗ୍ନିଶମ ବିଭାଗର ଜଣେ ଅଧିକାରୀଙ୍କ ଅନୁଯାୟୀ, ଆଜି ସକାଳ ପ୍ରାୟ ୬.୩୦ରେ ଅଗ୍ନିକାଣ୍ଡ ସମ୍ପର୍କରେ ସୂଚନା ମିଳିଥିଲା ଏବଂ ତା’ପରେ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେ କହିଛନ୍ତି, ଅନେକ ଲୋକ ଚେତାଶୂନ୍ୟ ଅବସ୍ଥାରେ ଥିଲେ ଏବଂ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୧୭ ଜଣଙ୍କ ମୃତ୍ୟୁ ଘଟିଛି।

ଘଟଣାସ୍ଥଳ ପରିଦର୍ଶନ କରିବା ପରେ କେନ୍ଦ୍ର ମନ୍ତ୍ରୀ ଜି. କିଷନ ରେଡ୍ଡୀ ସାମ୍ବାଦିକମାନଙ୍କୁ କହିଛନ୍ତି, ମୃତକଙ୍କ ମଧ୍ୟରେ କିଛି ପିଲା ମଧ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri