Posted inଜାତୀୟ

ଜିରୋ ନାଇଟ୍ ପାର୍ଟିରେ ବିରିୟାନି ଖାଇବା ହେଲା କାଳ, ଜଣେ ମୃତ ୧୫ ଅସୁସ୍ଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ମଉଜ କରୁକରୁ ଚାଲିଗଲା ଜୀବନ । ଜାନୁଆରୀ ୧ ତାରିଖରେ ହାଇଦ୍ରାବାଦରେ ନୂତନ ବର୍ଷର ଉତ୍ସବ ଦୁଃଖଦ ହୋଇଗଲା । ବିରିୟାନି ପାର୍ଟି ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଅସୁସ୍ଥ ହୋଇଥିବା ଜଣାପଡିଛି । ଏହି ଘଟଣା ମେଡଚଲ-ମାଲକାଜଗିରି ଜିଲାର ଭବାନୀ ନଗରରେ ଘଟିଛି ।

ବନ୍ଧୁମାନଙ୍କ ସହିତ ନୂତନ ବର୍ଷ ପାଳନ କରୁଥିବା ସମୟରେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ଜଣେ ୫୩ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁସାରେ, ୧୭ ଜଣ ବନ୍ଧୁ ଡିସେମ୍ବର ୩୧ ରାତିରେ ଜିରୋ ନାଇଟ ପାର୍ଟି ଆୟୋଜନ କରିଥିଲେ । ବନ୍ଧୁମାନେ ବିରିୟାନି ଖାଇ ଏବଂ ମଦ୍ୟପାନ କରି ନୂତନ ବର୍ଷ ଦିବସକୁ ବହୁତ ଉତ୍ସାହର ସହିତ ପାଳନ କରିଥିଲେ। ମଧ୍ୟରାତ୍ରିରେ ପାର୍ଟି ଶେଷ ହେବା ପରେ, ଯେତେବେଳେ ସେମାନେ ସମସ୍ତେ ଘରକୁ ଫେରିବାକୁ ପରେ ପାଣ୍ଡୁ ନାମକ ବ୍ୟକ୍ତି ଅସୁସ୍ଥ ହୋଇପଡିଥିଲେ ।

ଯୁବକଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡିବାର ପ୍ରମୁଖ ମୁଖ୍ୟ କାରଣ ଫୁଡ ପଏଜନ ବୋଲି ଜଣାପଡଛି । ଯୁବକଜଣକ ଅସୁସ୍ଥ ହେବା ପରେ ତାଙ୍କୁ ହସ୍ପିଟାଲ ନେବା ବାଟରେ ତାଙ୍କର ମୃତ୍ୟୁ ହୋଇଥିଲା । ତେବେ ପାଣ୍ଡୁଙ୍କ ବ୍ୟତିତ ଆହୁରି ପନ୍ଦର ଜଣ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡିଥିବା ନେଇ ସୂଚନା ରହିଛି । ସମସ୍ତେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ ଚିକିତ୍ସା ଜାରି ରହିଛି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନବପଞ୍ଚମ ଯୋଗରେ ଆରମ୍ଭ ହେବ ସେପ୍ଟେମ୍ବର: ମେଷ-ମକର ସମେତ ୪ ରାଶିଙ୍କ ପାଇଁ ଏମିତି ରହିବ ପୂରା ମାସ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଓ ଶନିଙ୍କ ନବପଞ୍ଚମ ଯୋଗ ୨୦୨୬ରେ ୪ଟି ରାଶି ପାଇଁ ଶୁଭ ସାବ୍ୟସ୍ତ ହୋଇପାରେ। ମାସ ଆରମ୍ଭରେ ଏହି ଯୋଗ ଗଠନ…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା: ବଦଳିଲା ୧୫ ବିମାନର ରୁଟ୍‌

ନୂଆଦିଲ୍ଲୀ,୨୪।୮: ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁ ବିମାନ ସେବା ପ୍ରଭାବିତ ହୋଇଛି। ବର୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀ ବିମାନବନ୍ଦରରେ ୧୫ଟି ବିମାନର…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri