Posted inଖେଳ

୧୨୧ ରନ୍‌ରେ ଅଟକିଲା ହାଇଦ୍ରାବାଦ

ଲକ୍ଷ୍ନୌ, ୭।୪: ଲକ୍ଷ୍ନୌସ୍ଥିତ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଉଥିବା ଆଇପିଏଲ୍‌ର ୧୦ତମ ମ୍ୟାଚରେ ସନ୍‌ରାଇଜର୍ସ ହାଇଦ୍ରାବାଦ ଅଧିନାୟକ ଅଦେନ ମାର୍‌କ୍ରମ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ହେଲେ ହାଇଦ୍ରାବାଦ ପ୍ରାରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ ହରାଇ ୧୨୧ ରନ୍‌ରେ ଅଟକି ଯାଇଥିଲା। ଫଳରେ ଲକ୍ଷ୍ନୌ ଆଗରେ ୧୨୨ ରନ୍‌ର ଟାର୍ଗେଟ୍‌ ରଖିଛି ହାଇଦ୍ରାବାଦ।

ହାଇଦ୍ରାବାଦର ଦୁଇ ଓପ୍‌ନର ଅନ୍‌ମୋଲ ପ୍ରୀତ ସିଂ ଏବଂ ମୟଙ୍କ ଅଗ୍ରୱାଲ ବ୍ୟାଟିଂ କରିବାକୁ ଆସିଥିଲେ। ହେଲେ ଦଳର ୨୧ ରନ୍‌ରେ ମୟଙ୍କ ୮ ରନ୍‌କରି ଆଉଟ ହୋଇଯାଇଥିଲେ। ଅନ୍ୟପକ୍ଷେ ରାହୁଲ ତ୍ରିପାଠୀ ୩୫ ରନ୍‌ କରିଥିବା ବେଳେ ଅନମୋଲ ପ୍ରୀତ ସିଂ ୩୧ ରନ୍‌ କରିଥିଲେ। କିନ୍ତୁ ଦଳର ଷ୍ଟାର ବ୍ୟାଟର ତଥା ଅଧିନାୟକ ଅଦେନ ବିଫଳ ହୋଇଥିଲେ। ଅଦେନ ଖାତା ଖୋଲି ନ ପାରି ଆଉଟ୍‌ ହୋଇଯାଇଥିଲେ। ସେହିପରି ଓ୍ବାଶିଂଟନ ସୁନ୍ଦର ୧୬ ରନ୍‌ କରିଥିବା ବେଳେ ଶେଷବେଳକୁ ଅବଦୁଲ ସମାଦ ୨ଟି ଛକା ସହ ୨୧ ରନ୍‌ କରି ଦଳୀୟ ସ୍କୋରକୁ ୧୨୧ରେ ପହଞ୍ଚାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ।

ଲକ୍ଷ୍ନୌର କ୍ରୁନାଲ ପାଣ୍ଡ୍ୟା ଦମ୍‌ଦାର ବୋଲିଂ କରି ୪ ଓଭରରେ ୧୮ ରନ୍‌ ଦେଇ ୩ଟି ଉଇକେଟ ନେବାରେ ସକ୍ଷମ ହୋଇଥିଲେ। ସେହିପରି ଅମିତ୍‌ ମିଶ୍ର ୨ଟି ଉଇକେଟ ନେଇଥିବା ବେଳେ ୟଶ୍‌ ଠାକୁର ଏବଂ ରବି ବିଷ୍ଣୋଇ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri