Posted inଖେଳ

ରାଜସ୍ଥାନ ହାତରୁ ମ୍ୟାଚ୍‌ ଛଡାଇ ଆଣିଲା ହାଇଦ୍ରାବାଦ

ହାଇଦ୍ରାବାଦ,୩ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଗୁରୁବାର ରାଜସ୍ଥାନ ରୟାଲ୍ସ ବିପକ୍ଷରେ ୧ ରନ୍‌ର ରୋମାଞ୍ଚକ ବିଜୟ ହାସଲ କରିଛି ସନ୍‌ରାଇଜର୍ସ ହାଇଦ୍ରାବାଦ। ପ୍ରଥମେ ବ୍ୟାଟିଂ କରି ସନରାଇଜର୍ସ ୨୦ ଓଭରରେ ୩ ଉଇକେଟ ହରାଇ ୨୦୧ ରନ୍‌ ସଂଗ୍ରହ କରିଥିଲା। ଜବାବରେ ରାଜସ୍ଥାନ ୭ ଉଇକେଟ ହରାଇ ୨୦୦ ରନ୍‌ କରିଥିଲା।
ଟସ୍‌ ଜିତି ସନରାଇଜର୍ସ ହାଇଦ୍ରାବାଦ ପ୍ରଥମେ ବ୍ୟାଟିଂ କରିଥିଲା। ରାଜସ୍ଥାନ ଚମତ୍କାର ବୋଲିଂ କରି ହାଇଦ୍ରାବାଦକୁ ପାଓ୍ବାର ପ୍ଲେରେ ୩୭/୨ରେ ସୀମିତ ରଖିଥିଲା। ୩୫ରନରେ ଦ୍ୱିତୀୟ ଉଇକେଟର ପତନ ଘଟିବା ପରେ ନୀତୀଶ ରେଡ୍ଡୀ(୭୬*) ଓ ଟ୍ରାଭିସ୍‌ ହେଡ୍‌(୫୮) ତୃତୀୟ ଉଇକେଟରେ ୯୬ ରନ୍‌ ଯୋଡିଥିଲେ। ହେଡ୍‌ ୪୪ ବଲ୍‌ ଖେଳି ୬ ଚୌକା ଓ ୩ ଛକା ମାରିଥିଲେ। ନୀତୀଶ ୪୨ ବଲ୍‌ ଖେଳି ୩ ଚୌକା ଓ ୮ ଛକା ମାରିଥିଲେ। ହେଡ୍‌ ଆଉଟ ହେବା ପରେ ହେନରିଚ୍‌ କ୍ଲାସେନ୍‌(୪୨*)ଙ୍କ ସହ ମିଶି ଚତୁର୍ଥ ଉଇକେଟରେ ୭୦ ରନ୍‌ ଯୋଡିଥିଲେ ନୀତୀଶ। ରାଜସ୍ଥାନ ପକ୍ଷରୁ ଆଭେଶ୍‌ ଖାନ୍‌ ୨ ଓ ସନ୍ଦୀପ ଶର୍ମା ୧ ଉଇକେଟ ନେଇଥିଲେ। ୨୦୨ ରନ୍‌ର ପିଛା କରି ରାଜସ୍ଥାନ ପ୍ରଥମ ଓଭରରେ ୨ ଉଇକେଟ ହରାଇଥିଲା। ତେବେ ରିୟାନ ପରାଗ(୭୭) ଓ ଯଶସ୍ବୀ ଜୟସ୍ବାଲ(୬୭) ତୃତୀୟ ଉଇକେଟରେ ୧୩୪ ରନ୍‌ ଯୋଡିଥିଲେ। ଉଭୟ ଖେଳାଳି ଆଉଟ ହେବା ପରେ ରାଜସ୍ଥାନ ଇନିଂସ ଦିଗହରା ହୋଇ ଯାଇଥିଲା। ଅନ୍ତିମ ଓଭରରେ ୧୩ ରନ୍‌ ଆବଶ୍ୟକ ଥିବା ବେଳେ ପ୍ରଥମ ୫ ବଲରୁ ରୋଭମାନ ପାଓ୍ବେଲ ୧୧ ରନ୍‌ କରିଥିଲେ। ଶେଷ ବଲରେ ୨ ରନ୍‌ ଆବଶ୍ୟକ ଥିବା ବେଳେ ଏକ ଫୁଲଟସ୍‌ ବଲରେ ଲେଗ ବିଫୋର ହୋଇଥିଲେ ପାଓ୍ବେଲ। ହାଇଦ୍ରାବାଦ ପକ୍ଷରୁ ଭୁବନେଶ୍ୱର କୁମାର ୩, ପ୍ୟାଟ୍‌ କୁମିନ୍ସ ଓ ଟି. ନଟରାଜନ ୨ଟି ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri