ହାଇଦର ପୁଅଙ୍କ ଜାମିନ ଆବେଦନ ଖାରଜ

କେନ୍ଦ୍ରାପଡ଼ା ଅଫିସ, ୨୯ା୭: ଗ୍ୟାଙ୍ଗଷ୍ଟର ସେକ୍‌ ହାଇଦର ଅଲ୍ଲୀଙ୍କର ଗତ ୨୪ତାରିଖରେ ପୋଲିସ ଏନ୍‌କାଉଣ୍ଟରରେ ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁ ପରେ ପାରମ୍ପରିକ ସଂସ୍କାର କାର୍ଯ୍ୟକ୍ରମରେ ସାମିଲ ପାଇଁ ପୁଅ ସେକ୍‌ କାଦିର ଓରଫ ମୁନା କେନ୍ଦ୍ରାପଡ଼ା ଜିଲା ସେସନ୍ସ କୋର୍ଟରେ ମଧ୍ୟବର୍ତ୍ତୀ କାଳୀନ ଜାମିନରେ ଯିବା ପାଇଁ ଆବେଦନ କରିଥିଲେ। ତେବେ ଏହି ଆବେଦନକୁ ଜିଲା ଜଜ୍‌ ଗୋପାଳ ଚନ୍ଦ୍ର ବେହେରା ବୁଧବାର ଖାରଜ କରିଦେଇଛନ୍ତି। ଆଇନଶୃଙ୍ଖଳା ପରିସ୍ଥିତି ଓ ମୁନାଙ୍କ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ଏହି ଆବେଦନ ଖାରଜ ହୋଇଥିବା ଆଦେଶନାମାରେ ଉଲ୍ଲେଖ କରାଯାଇଛି। ଏ ସମ୍ପର୍କରେ ମୁନାଙ୍କ ଓକିଲ ରବିନାରାୟଣ ମହାନ୍ତି କହିଛନ୍ତି, ହାଇଦରଙ୍କ ମୃତ୍ୟୁ ପରେ ପରିବାରର ପୁରୁଷ ସଦସ୍ୟ କେହି ଘରେ ନାହାନ୍ତି। ମୃତ୍ୟୁର ପାରମ୍ପରିକ ବିଧି ପାଇଁ ଜୁଲାଇ ୨୪ରୁ ସେପ୍ଟେମ୍ବର ୬ ପର୍ଯ୍ୟନ୍ତ ମଧ୍ୟବର୍ତ୍ତୀ କାଳୀନ ଜାମିନ ପାଇଁ ମୁନା କୋର୍ଟରେ ଆବେଦନ କରିଥିଲେ। ଏହା ଖାରଜ ହୋଇଛି। ମୁନାଙ୍କୁ ଜାମିନରେ ଆସିବା ପାଇଁ ଉଚ୍ଚ ନ୍ୟାୟାଳୟର ଆଶ୍ରୟ ନିଆଯିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ମୁନାଙ୍କ ନାମରେ ଅଦ୍ୟାବଧି ୧୮ ମାମଲା ରୁଜୁ ହୋଇଛି। ୨୦୧୧ରେ ସେ ଗିରଫ ହୋଇ ଚୌଦ୍ୱାର ଜେଲରେ ଅଛନ୍ତି। ଗତ ୨୪ ତାରିଖରେ ତାଙ୍କ ବାପା ହାଇଦରଙ୍କୁ ଚୌଦ୍ୱାର ଜେଲରୁ ବାରିପଦା ଜେଲକୁ ସ୍ଥାନାନ୍ତର ସମୟରେ ବାଲେଶ୍ୱର ଜିଲା ସିମୁଳିଆଠାରେ ଏନ୍‌କାଉଣ୍ଟର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri