ହାଇଦର ପୁଅଙ୍କ ଜାମିନ ଆବେଦନ ଖାରଜ

କେନ୍ଦ୍ରାପଡ଼ା ଅଫିସ, ୨୯ା୭: ଗ୍ୟାଙ୍ଗଷ୍ଟର ସେକ୍‌ ହାଇଦର ଅଲ୍ଲୀଙ୍କର ଗତ ୨୪ତାରିଖରେ ପୋଲିସ ଏନ୍‌କାଉଣ୍ଟରରେ ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁ ପରେ ପାରମ୍ପରିକ ସଂସ୍କାର କାର୍ଯ୍ୟକ୍ରମରେ ସାମିଲ ପାଇଁ ପୁଅ ସେକ୍‌ କାଦିର ଓରଫ ମୁନା କେନ୍ଦ୍ରାପଡ଼ା ଜିଲା ସେସନ୍ସ କୋର୍ଟରେ ମଧ୍ୟବର୍ତ୍ତୀ କାଳୀନ ଜାମିନରେ ଯିବା ପାଇଁ ଆବେଦନ କରିଥିଲେ। ତେବେ ଏହି ଆବେଦନକୁ ଜିଲା ଜଜ୍‌ ଗୋପାଳ ଚନ୍ଦ୍ର ବେହେରା ବୁଧବାର ଖାରଜ କରିଦେଇଛନ୍ତି। ଆଇନଶୃଙ୍ଖଳା ପରିସ୍ଥିତି ଓ ମୁନାଙ୍କ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ଏହି ଆବେଦନ ଖାରଜ ହୋଇଥିବା ଆଦେଶନାମାରେ ଉଲ୍ଲେଖ କରାଯାଇଛି। ଏ ସମ୍ପର୍କରେ ମୁନାଙ୍କ ଓକିଲ ରବିନାରାୟଣ ମହାନ୍ତି କହିଛନ୍ତି, ହାଇଦରଙ୍କ ମୃତ୍ୟୁ ପରେ ପରିବାରର ପୁରୁଷ ସଦସ୍ୟ କେହି ଘରେ ନାହାନ୍ତି। ମୃତ୍ୟୁର ପାରମ୍ପରିକ ବିଧି ପାଇଁ ଜୁଲାଇ ୨୪ରୁ ସେପ୍ଟେମ୍ବର ୬ ପର୍ଯ୍ୟନ୍ତ ମଧ୍ୟବର୍ତ୍ତୀ କାଳୀନ ଜାମିନ ପାଇଁ ମୁନା କୋର୍ଟରେ ଆବେଦନ କରିଥିଲେ। ଏହା ଖାରଜ ହୋଇଛି। ମୁନାଙ୍କୁ ଜାମିନରେ ଆସିବା ପାଇଁ ଉଚ୍ଚ ନ୍ୟାୟାଳୟର ଆଶ୍ରୟ ନିଆଯିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ମୁନାଙ୍କ ନାମରେ ଅଦ୍ୟାବଧି ୧୮ ମାମଲା ରୁଜୁ ହୋଇଛି। ୨୦୧୧ରେ ସେ ଗିରଫ ହୋଇ ଚୌଦ୍ୱାର ଜେଲରେ ଅଛନ୍ତି। ଗତ ୨୪ ତାରିଖରେ ତାଙ୍କ ବାପା ହାଇଦରଙ୍କୁ ଚୌଦ୍ୱାର ଜେଲରୁ ବାରିପଦା ଜେଲକୁ ସ୍ଥାନାନ୍ତର ସମୟରେ ବାଲେଶ୍ୱର ଜିଲା ସିମୁଳିଆଠାରେ ଏନ୍‌କାଉଣ୍ଟର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri