ରାଜ୍ୟରେ ସ୍ଥାପନ ହେବ ହାଇଡ୍ରୋଜେନ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୧୨ା୪(ବ୍ୟୁରୋ):ରାଜ୍ୟରେ ସବୁଜ ଶକ୍ତି ଓ ହାଇଡ୍ରୋଜେନ ପ୍ଲାଣ୍ଟ ସ୍ଥାପନ ହେବ। ଏ ନେଇ ଲୋକସେବା ଭବନଠାରେ ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ୍‌(ବିପିସିଏଲ) ଏବଂ ଇଣ୍ଡଷ୍ଟ୍ରିଆଲ ପ୍ରମୋଶନ ଆଣ୍ଡ ଇନ୍‌ଭେଷ୍ଟମେଣ୍ଟ କର୍ପୋରେଶନ ଲିମିଟେଡ୍‌(ଇପିକଲ) ମଧ୍ୟରେ ବୁଝାମଣା ପତ୍ର (ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଛି। ଇପିକଲ ପକ୍ଷରୁ ଏମ୍‌ଡି ଭୂପିନ୍ଦର ସିଂ ପୁନିଆ ଏବଂ ବିପିସିଏଲ ପକ୍ଷରୁ ଅକ୍ଷୟ ଶକ୍ତି ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର ଅମିତ ଗର୍ଗ ଏହି ଏମ୍‌ଓୟୁରେ ସ୍ବାକ୍ଷର କରିଛନ୍ତି। ଏହି ଅବସରରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ରାଜ୍ୟରେ ସବୁଜ ଶକ୍ତି, ସୌର ଶକ୍ତି ଏବଂ ହାଇଡ୍ରୋଜେନ୍‌ ଉତ୍ପାଦନ ପାଇଁ ପର୍ଯ୍ୟାପ୍ତ ସୁଯୋଗ ରହିଛି। ବିପିସିଏଲର ଏହି ପ୍ରକଳ୍ପ ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ସହାୟତା କରିବାକୁ ପ୍ରସ୍ଚୁତ। ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା କହିଛନ୍ତି ଯେ, ମେଟାଲ ଓ ପେଟ୍ରୋକେମିକାଲ କ୍ଷେତ୍ରରେ ପୁଞ୍ଜିି ନିବେଶ ପାଇଁ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ। ରାଜ୍ୟରେ ସବୁଜ ଶକ୍ତି ପାଇଁ ବିପିସିଏଲ ରାଜ୍ୟ ସରକାରଙ୍କ ସହ ହାତ ମିଳାଇଥିବାରୁ ଏହା ଏକ ସ୍ବତନ୍ତ୍ର ମୁହୂର୍ତ୍ତ। ବିପିସିଏଲ ଏମ୍‌ଡି ସିଂ କହିଛନ୍ତି ଯେ, ସୌରଶକ୍ତି ଓ ସବୁଜ ଶକ୍ତି ପାଇଁ ଓଡ଼ିଶାରେ ପର୍ଯ୍ୟାପ୍ତ ସୁଯୋଗ ରହିଛି। ବିପିସିଏଲର ଅନେକ ପୂର୍ବ ପ୍ରକଳ୍ପ ଲାଗି ରାଜ୍ୟ ସରକାର ସମସ୍ତ ସହଯୋଗ ଯୋଗାଇ ଦେଇଥିବାରୁ ସେ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତି।
ଘରୋଇ ବ୍ୟବହାର ଏବଂ ବାହାରକୁ ରପ୍ତାନି ପାଇଁ ଏହି ହାଇଡ୍ରୋଜେନ ପ୍ରକଳ୍ପ ଲାଗି ଇପିକଲ ଓ ବିପିସିଏଲ ମଧ୍ୟରେ ହୋଇଥିବା ଏମ୍‌ଓୟୁ ବହୁତ ସହାୟକ ହେବ। ୨୦୨୪ ସୁଦ୍ଧା ବିପିସିଏଲ ରାଜ୍ୟରେ ୧୦ ଗିଗାଓ୍ବାଟର ସୌର, ପବନ ଏବଂ ହାଇଡ୍ରୋଜେନ ପ୍ଲାଣ୍ଟ କରିବାକୁ ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri