ରାଜ୍ୟରେ ସ୍ଥାପନ ହେବ ହାଇଡ୍ରୋଜେନ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୧୨ା୪(ବ୍ୟୁରୋ):ରାଜ୍ୟରେ ସବୁଜ ଶକ୍ତି ଓ ହାଇଡ୍ରୋଜେନ ପ୍ଲାଣ୍ଟ ସ୍ଥାପନ ହେବ। ଏ ନେଇ ଲୋକସେବା ଭବନଠାରେ ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ୍‌(ବିପିସିଏଲ) ଏବଂ ଇଣ୍ଡଷ୍ଟ୍ରିଆଲ ପ୍ରମୋଶନ ଆଣ୍ଡ ଇନ୍‌ଭେଷ୍ଟମେଣ୍ଟ କର୍ପୋରେଶନ ଲିମିଟେଡ୍‌(ଇପିକଲ) ମଧ୍ୟରେ ବୁଝାମଣା ପତ୍ର (ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଛି। ଇପିକଲ ପକ୍ଷରୁ ଏମ୍‌ଡି ଭୂପିନ୍ଦର ସିଂ ପୁନିଆ ଏବଂ ବିପିସିଏଲ ପକ୍ଷରୁ ଅକ୍ଷୟ ଶକ୍ତି ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର ଅମିତ ଗର୍ଗ ଏହି ଏମ୍‌ଓୟୁରେ ସ୍ବାକ୍ଷର କରିଛନ୍ତି। ଏହି ଅବସରରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ରାଜ୍ୟରେ ସବୁଜ ଶକ୍ତି, ସୌର ଶକ୍ତି ଏବଂ ହାଇଡ୍ରୋଜେନ୍‌ ଉତ୍ପାଦନ ପାଇଁ ପର୍ଯ୍ୟାପ୍ତ ସୁଯୋଗ ରହିଛି। ବିପିସିଏଲର ଏହି ପ୍ରକଳ୍ପ ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ସହାୟତା କରିବାକୁ ପ୍ରସ୍ଚୁତ। ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା କହିଛନ୍ତି ଯେ, ମେଟାଲ ଓ ପେଟ୍ରୋକେମିକାଲ କ୍ଷେତ୍ରରେ ପୁଞ୍ଜିି ନିବେଶ ପାଇଁ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ। ରାଜ୍ୟରେ ସବୁଜ ଶକ୍ତି ପାଇଁ ବିପିସିଏଲ ରାଜ୍ୟ ସରକାରଙ୍କ ସହ ହାତ ମିଳାଇଥିବାରୁ ଏହା ଏକ ସ୍ବତନ୍ତ୍ର ମୁହୂର୍ତ୍ତ। ବିପିସିଏଲ ଏମ୍‌ଡି ସିଂ କହିଛନ୍ତି ଯେ, ସୌରଶକ୍ତି ଓ ସବୁଜ ଶକ୍ତି ପାଇଁ ଓଡ଼ିଶାରେ ପର୍ଯ୍ୟାପ୍ତ ସୁଯୋଗ ରହିଛି। ବିପିସିଏଲର ଅନେକ ପୂର୍ବ ପ୍ରକଳ୍ପ ଲାଗି ରାଜ୍ୟ ସରକାର ସମସ୍ତ ସହଯୋଗ ଯୋଗାଇ ଦେଇଥିବାରୁ ସେ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତି।
ଘରୋଇ ବ୍ୟବହାର ଏବଂ ବାହାରକୁ ରପ୍ତାନି ପାଇଁ ଏହି ହାଇଡ୍ରୋଜେନ ପ୍ରକଳ୍ପ ଲାଗି ଇପିକଲ ଓ ବିପିସିଏଲ ମଧ୍ୟରେ ହୋଇଥିବା ଏମ୍‌ଓୟୁ ବହୁତ ସହାୟକ ହେବ। ୨୦୨୪ ସୁଦ୍ଧା ବିପିସିଏଲ ରାଜ୍ୟରେ ୧୦ ଗିଗାଓ୍ବାଟର ସୌର, ପବନ ଏବଂ ହାଇଡ୍ରୋଜେନ ପ୍ଲାଣ୍ଟ କରିବାକୁ ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri