ରାଜ୍ୟରେ ଚାଲିବ ହାଇଡ୍ରୋଜେନ ଚାଳିତ ବସ୍‌

ଭୁବନେଶ୍ୱର, ୨୪ା୧୨(ସୁନିତ୍‌ ମିଶ୍ର):ରାଜ୍ୟରେ ଗ୍ରୀନ୍‌ ହାଇଡ୍ରୋଜେନ୍‌ ମୋବିଲିଟି ପ୍ରୋଜେକ୍ଟ ଶୁଭାରମ୍ଭ ଦିଗରେ ଓଡ଼ିଶା ସରକାର ପ୍ରଥମ ପଦକ୍ଷେପ ଗ୍ରହଣ କରିଛନ୍ତି। ଏନେଇ ସୋମବାର ତ୍ରିପାକ୍ଷିକ ବୁଝାମଣାପତ୍ର ଚୁକ୍ତି ସ୍ବାକ୍ଷର ହୋଇଛି। ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ଅଧୀନରେ ଥିବା କ୍ୟାପିଟାଲ୍‌ ରିଜିୟନ ଅର୍ବାନ୍‌ ଟ୍ରାନ୍ସପୋର୍ଟ (କ୍ରୁଟ୍‌), ଶକ୍ତି ବିଭାଗର ଗ୍ରୀଡ୍‌ କର୍ପୋରେଶନ୍‌ ଅଫ୍‌ ଓଡ଼ିଶା ଲିମିଟେଡ୍‌ (ଗ୍ରୀଡ୍‌କୋ) ଏବଂ ଏନ୍‌ଟିପିସି ମଧ୍ୟରେ ଏକ ବୁଝାମଣା ପତ୍ର ଚୁକ୍ତି ସ୍ବାକ୍ଷର ହୋଇଛି। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦଓ, ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଉପସ୍ଥିତିରେ କ୍ରୁଟର ପରିଚାଳନା ନିର୍ଦ୍ଦେଶକ ତିରୁମାଲା ନାୟକ, ଏନ୍‌ଟିପିସିର ସିଜିଏମ୍‌ ଡି. ଏମ. ଆର. ପଣ୍ଡା, ଗ୍ରୀଡକୋର ପରିଚାଳନା ନିର୍ଦ୍ଦେଶକ ତ୍ରିଲୋଚନ ପଣ୍ଡା ପ୍ରମୁଖ ରାଜିନାମାରେ ସ୍ବାକ୍ଷର କରିଛନ୍ତି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀ ପ୍ରକଳ୍ପ ସଂକ୍ରାନ୍ତରେ ବିସ୍ତୃତ ସୂଚନା ଦେଇଥିବାବେଳେ ଶକ୍ତି ସଚିବ ବିଶାଳ ଦେବ ଏହି ଅବସରରେ ଉପସ୍ଥିତ ଥିଲେ। ଆସନ୍ତା ୫ ବର୍ଷ ପାଇଁ କାର୍ଯ୍ୟକାରୀ ହେବାକୁ ଥିବା ଏମ୍‌ଓୟୁରେ ସମ୍ପୃକ୍ତ ୩ଟି ସଂସ୍ଥାର ପ୍ରମୁଖ ଭୂମିକା ଏବଂ ଦାୟିତ୍ୱମାନ ଉଲ୍ଲେଖ କରାଯାଇଛି। ହାଇଡ୍ରୋଜେନ୍‌ ଚାଳିତ ବସ୍‌ଗୁଡ଼ିକର ସୁପରିଚାଳନା ଦାୟିତ୍ୱ କ୍ରୁଟ୍‌କୁ ଦିଆଯାଇଥିବାବେଳେ ଏନ୍‌ଟିପିସି ହାଇଡ୍ରୋଜେନ୍‌ ଉତ୍ପାଦନ ଉପରେ ଧ୍ୟାନ ଦେବ ଏବଂ ଗ୍ରୀଡ୍‌କୋ ଅକ୍ଷୟ ଶକ୍ତି ଯୋଗାଣ ସୁନିଶ୍ଚିତ କରିବ। ଜାତୀୟ ଗ୍ରୀନ୍‌ ହାଇଡ୍ରୋଜେନ୍‌ ମିଶନ୍‌ ଅଧୀନରେ ନୂତନ ଏବଂ ନବୀକରଣଯୋଗ୍ୟ ଶକ୍ତି ମନ୍ତ୍ରଣାଳୟ ଭାରତ ସରକାରଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସବୁଜ ହାଇଡ୍ରୋଜେନ ବ୍ୟବହାର ପାଇଁ ପାଇଲଟ୍‌ ପ୍ରୋଜେକ୍ଟଗୁଡିକର କାର୍ଯ୍ୟକାରୀ କରିବା ପାଇଁ ପ୍ରୋଜେକ୍ଟର ଗାଇଡଲାଇନ ଜାରି କରାଯାଇଛି। ଏହି ପ୍ରକଳ୍ପରେ ଅଟୋମୋଟିଭ୍‌ ରିସର୍ଚ୍ଚ ଆସୋସିଏଶନ୍‌ ଅଫ୍‌ ଇଣ୍ଡିଆ ଏହି ପାଇଲଟ୍‌ ପ୍ରୋଜେକ୍ଟରେ ୧୯.୫ କୋଟି ରାଶି ବିନିଯୋଗ କରିଛି। ପ୍ରକଳ୍ପର ସଫଳ ରୂପାୟନ ପରେ ରାଜ୍ୟରେ ଡିଜେଲ୍‌ ବସ୍‌ ବ୍ୟବହାରକୁ ହ୍ରାସ କରି ଆଗାମୀ ଦିନରେ ସବୁଜ ହାଇଡ୍ରୋଜେନ୍‌ ବସ ଅଧିକ ସାମିଲ କରାଯିବ। ଯାହାଦ୍ୱାରା କାର୍ବନ ନିର୍ଗମନ ହ୍ରାସ ଏବଂ ଜନ ପରିବହନ ଦିଗରେ ସୁଧାର ଆଣିବା ପାଇଁ ଏଭଳି ପଦକ୍ଷେପ ସହାୟକ ହେବ। ୩ଟି ହାଇଡ୍ରୋଜେନ୍‌ ଚାଳିତ ବସ୍‌ ଏନ୍‌ଟିପିସି ଦ୍ୱାରା ନିୟୋଜିତ ହେବ। ଏଗୁଡ଼ିକ ସର୍ବସାଧାରଣରେ ଏକ ସ୍ଥାୟୀ ବିକଳ୍ପ ଯୋଗାଇ ଡିଜେଲ ବସ୍‌ ବଦଳାଇବା ପାଇଁ ଏହି ବସ୍‌ରେ ଡିଜାଇନ୍‌ କରାଯାଇଛି। ଏକ କେଜି ହାଇଡ୍ରୋଜେନ୍‌ ପ୍ରତି ବସ୍‌କୁ ୧୨ କିମି ମାଇଲେଜ୍‌ ପ୍ରଦାନ କରିବ। ପ୍ରତି ବସ୍‌ରେ ଯାତ୍ରୀମାନଙ୍କ ପାଇଁ ୪୨ଟି ସିଟ୍‌ ଏବଂ ୫୮ କେଜି ଇନ୍ଧନରେ ୬୦୦ କିମି ପର୍ଯ୍ୟନ୍ତ ଚଳାଚଳ କରିବାର କ୍ଷମତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?