୪୮ ଘଣ୍ଟାରେ ଲଘୁଚାପ

ଭୁବନେଶ୍ୱର,୧୯ା୯(ଅନିଲ ଦାସ):ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟାରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏହା ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ୧୯ ତାରିଖରୁ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୪ ଦିନ ଯାଏ ବର୍ଷା ଜାରି ରହିବ।
ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡା ଏବଂ କୋରାପୁଟ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ, ରାଗୟଡା, ମାଲକାନଗିରି ଏବଂ କୋରାପୁଟ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଲଘୁଚାପ ଯୋଗୁ ଆସନ୍ତା ୨୧ ତାରିଖରେ ଅନୁଗୋଳ, କେନ୍ଦୁଝର, ବୌଦ୍ଧ, ସମ୍ବଲପୁର, ବଲାଙ୍ଗୀର, ବରଗଡ, ସୋନପୁର, କଳାହାଣ୍ଡି, କନ୍ଧମାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହି ସବୁ ଜିଲା ପାଇଁ ଅରେଞ୍ଜଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୨୨ ତାରିରେ ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ବରଗଡ, ଝାରସୁଗୁଡା ଏବଂ ସୁନ୍ଦରଗଡ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ଅରେଞ୍ଜଓ୍ବାର୍ନିଂ ଜାରି କରାଯାଇଛି।
ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଓ୍ବେଲମାର୍କ ଲୋପ୍ରେସର ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବା ସହ ଦକ୍ଷିଣ-ପୂର୍ବ ରାଜସ୍ଥାନ ଏବଂ ପଶ୍ଚିମ ମଧ୍ୟପ୍ରଦେଶ ଉପରେ ରହିଛି।
ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ରାଜ୍ୟରେ ଜୁନ୍‌ ପହିଲାରୁ ସେପ୍ଟେମ୍ବର ୧୮ ମଧ୍ୟରେ ସ୍ବାଭାବିକ ଭାବେ ୧୦୭୬.୬ ମିଲିମିଟର ବର୍ଷା ହେବାକୁ ଥିବା ବେଳେ ହୋଇଛି ୧୦୧୩ ମିଲିମିଟର। ରାଜ୍ୟର ୩୦ ଜିଲାରୁ ୨୪ ଜିଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ୨ଟି ଜିଲାରେ ୨୧ ପ୍ରତିଶତ ଅଧିକ ବର୍ଷା ହୋଇଛି। ତେବେ ୪ ଜିଲାରେ ଏବେ ମଧ୍ୟ ସ୍ବାଭାବିକଠାରୁ କମ୍‌ ବର୍ଷା ହୋଇଛି। କଳାହାଣ୍ଡିରେ ୨୭, କେନ୍ଦ୍ରାପଡା ୨୪, ନୂଆପଡା ୨୯ ଏବଂ ପୁରୀ ଜିଲାରେ ୨୧ ପ୍ରତିଶତ କମ ବର୍ଷା ହୋଇଛି। ଆଉ ଏକ ଲଘୁଚାପ ଦାନା ବାନ୍ଧୁ ଥିବାରୁ ରାଜ୍ୟର ୪ ନିଅଣ୍ଟିଆ ଜିଲାରେ ଭରଣା ହେବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri