ପାଉଁଶ ବୋଝେଇ ହାଇୱାକୁ ପିଟିଲା ବାଇକ୍, ଡ଼ାକ୍ତରଖାନା ନେବା ବେଳେ ଅଧାବାଟରେ ମୃତ୍ୟୁ

ଲାଞ୍ଜିଗଡ,୧୬।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ହରେକୃଷ୍ଣପୁର ଛକ ନିକଟରେ ହାଇୱା ସହିତ ବାଇକ ଧକ୍କା ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ନର୍ଲା ଥାନା ଅନ୍ତର୍ଗତ ପାଣିମୁଣ୍ଡା ଗ୍ରାମର ଶମ୍ଭୁ ଗୌଡ଼ (୨୫) ଅଟେ ।

ସୂଚନାନୁସାରେ, ଏକ ହାଇୱା ଗାଡି ଛତ୍ରପୁର ଛକ ନିକଟରୁ ପାଉଁଶ ବୋଝେଇ କରି ରାତ୍ର ସାଢେ ୮ ଘଣ୍ଟା ସମୟରେ ବିଶ୍ୱନାଥପୁର ଆଡକୁ ଯାଉଥିଲା । ଏହି ସମୟରେ ନର୍ଲା ଥାନା ଅନ୍ତର୍ଗତ ପାଣିମୁଣ୍ଡା ଗ୍ରାମର ଶମ୍ଭୁ ଗୌଡ଼ ଲାଞ୍ଜିଗଡ ଠାରୁ ନିଜଗାଁ ପାଣିମୁଣ୍ଡା ଯାଉଥିଲା । ଲାଞ୍ଜିଗଡ ଠାରୁ ବିଶ୍ୱନାଥପୁରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ହରେକୃଷ୍ଣପୁର ଛକ ନିକଟରେ ଏକ ପାଉଁଶ ବୋଝେଇ ହାଇୱାକୁ ଭାରସାମ୍ୟ ହରାଇ ହାଇୱା ସହିତ ଧକ୍କା ହୋଇ ଗୁରୁତର ହୋଇ ତଳେ ପଡ଼ିଯାଇଥିଲେ ।

ଗୁରୁତର ହୋଇ ତଳେ ପଡ଼ିଥିବା ବେଳେ ସ୍ଥାନୀୟ ଲୋକେ ଲାଞ୍ଜିଗଡ ପୋଲିସକୁ ଖବର ଦେଇଥିଲେ । ଖବରପାଇ ଲାଞ୍ଜିଗଡ ଥାନାଧିକାରୀ ଯଶବନ୍ତ ହିଆଲଙ୍କ ନେତୃତ୍ୱରେ ଏସ ଆଇ ଡୋଳାମଣି ବିଶି ପୋଲିସ ବଳ ସହିତ ଘଟଣାସ୍ଥଳକୁ ଯାଇ ଗୁରୁତର ଆହତକୁ ଲାଞ୍ଜିଗଡ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ । ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଚିକିତ୍ସା ପରେ ଆହତ ଜଣକ ଅଧିକ ଗୁରୁତର ଥିବା ଦେଖି ଭବାନୀପାଟଣା ଜିଲା ମୁଖ୍ୟାଳୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିବା ଲାଞ୍ଜିଗଡ ବ୍ଲକ ସ୍ୱାସ୍ଥ୍ୟଧିକାରୀ ଭବାନୀ ଶଙ୍କର ଲେଙ୍କା ପ୍ରକାଶ କରିଥିଲେ । ଗୁରୁତର ଆହତକୁ ଭବାନୀପାଟଣା ସ୍ଥାନାନ୍ତରିତ ବେଳେ ବାଟରେ ମୃତ୍ୟୁ ହୋଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri