Posted inଜାତୀୟ

‘ମୁଁ ମୋଦିଙ୍କ ସହ ସହମତ’, ମହାକୁମ୍ଭକୁ ନେଇ ପ୍ରଧାନମନ୍ତ୍ରୀ ଦେଇଥିବା ବୟାନକୁ ସମର୍ଥନ କଲେ ରାହୁଲ

ନୂଆଦିଲ୍ଲୀ,୧୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଲୋକ ସଭାରେ ପ୍ରୟାଗରାଜରେ ଆୟୋଜିତ ମହାକୁମ୍ଭକୁ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି କାର୍ଯ୍ୟକ୍ରମ ଦେଶରେ ଏକତାର ବାର୍ତ୍ତା ଦେଇଛି। ଏବେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟକୁ ସମର୍ଥନ କରିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣ ଉପରେ କଥା ହୋଇ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଆମେ ମଧ୍ୟ କିଛି ପରିମାଣରେ ତାଙ୍କ ସହ ସହମତ। ରାହୁଲ ଆହୁରି କହିଛନ୍ତି,
ପ୍ରଧାନମନ୍ତ୍ରୀ ମୋଦି ଯାହା କହିଥିଲେ, ଆମେ ତାକୁ ସମର୍ଥନ କରୁଛୁ, କୁମ୍ଭ ହେଉଛି ଆମର ଇତିହାସ ଏବଂ ସଂସ୍କୃତି।
ରାହୁଲ ଆହୁରି କହିଛନ୍ତି ଯେ ଆମର ଏକମାତ୍ର ଅଭିଯୋଗ ହେଉଛି ଯେ ପ୍ରଧାନମନ୍ତ୍ରୀ କୁମ୍ଭରେ ପ୍ରାଣ ହରାଇଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ ନାହାଁନ୍ତି। ମହାକୁମ୍ଭ ଯାଇଥିବା ଯୁବକମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କଠାରୁ ଆଉ ଗୋଟିଏ ଜିନିଷ ମଧ୍ୟ ଚାହାଁନ୍ତି, ତାହା ହେଉଛି ନିଯୁକ୍ତି।
କଂଗ୍ରେସ ନେତା କହିଛନ୍ତି ଯେ ଗଣତାନ୍ତ୍ରିକ ଢାଞ୍ଚା ଅନୁଯାୟୀ ବିରୋଧୀ ଦଳ ନେତାଙ୍କୁ କହିବାର ସୁଯୋଗ ମିଳିବା ଉଚିତ, କିନ୍ତୁ ସେମାନେ ଆମକୁ କହିବାକୁ ଦେଉନାହାଁନ୍ତି। ଏହା ହେଉଛି ନୂତନ ଭାରତ ।
ମଙ୍ଗଳବାର ସଂସଦରେ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ, ପ୍ରଧାନମନ୍ତ୍ରୀ ପ୍ରୟାଗରାଜରେ ଅନୁଷ୍ଠିତ ମହାକୁମ୍ଭର ସଫଳତା ବିଷୟରେ ଉଲ୍ଲେଖ କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ମହାକୁମ୍ଭର ସଫଳତା ପଛରେ ଦେଶର କୋଟି କୋଟି ଲୋକଙ୍କର ହାତ ଅଛି ଏବଂ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ମଧ୍ୟ ଜଣାଇଥିଲେ।
ଲୋକ ସଭାରେ ଭାଷଣ ଦେଇ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ ଯେ ମହାକୁମ୍ଭ ଯେପରି ଅନୁଷ୍ଠିତ ହେଲା, ସେଥିପାଇଁ ମୁଁ ମୋର ଦେଶର ନାଗରିକମାନଙ୍କୁ ପ୍ରଣାମ କରୁଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ମହାକୁମ୍ଭ ସମୟରେ ସମଗ୍ର ବିଶ୍ୱ ଭାରତର ମହିମା ଦେଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?