ଆକ୍ରମଣ ପରେ ପ୍ରଥମ ଥର ଜନତାଙ୍କ ସମ୍ମୁଖକୁ ଆସିଲେ ଇମ୍ରାନ୍‌: କହିଲେ, ଜଣାଥିଲା ଆକ୍ରମଣ ହେବ

ଇସ୍‌ଲାମାବାଦ,୪।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କୁ ମରଣାନ୍ତକ ଆକ୍ରମଣ ହେବା ପରେ ପ୍ରଥମ ଥର ସେ ଜନତାଙ୍କ ସମ୍ମୁଖକୁ ଆସିଛନ୍ତି। ଶୁକ୍ରବାର ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଏକ ଖବରଦାତା ସମ୍ମିଳନୀ କରି ଇମ୍ରାନ୍‌ ନିଜର ପ୍ରତିକ୍ରିୟା ରଖିଛନ୍ତି। ଇମ୍ରାନ୍‌ ଏକ ହ୍ବିଲ୍‌ ଚେୟାର୍‌ରେ ବସିଥିବା ଜାରି ଭିଡିଓରେ ଦେଖିବାକୁ ମିଳିଛି। ସେ କହିଛନ୍ତି, ମୋତେ ଓ୍ବାଜିରାବାଦ୍‌ କିମ୍ବା ପଞ୍ଜାବରେ ମାରିବାକୁ ଯୋଜନା ରହିଥିଲା। ରାଲିରେ ଯିବାର ଗୋଟିଏ ଦିନ ପୂର୍ବରୁ ମୋତେ ଜଣାଥିଲା ଯେ, ଆକ୍ରମଣ ହେବ। ମୋତେ ଜୀବନରୁ ମାରିଦେବାକୁ ଉଦ୍ୟମ କରାଯାଇଥିଲା। ମୋତେ ୪ଟି ଗୁଳିବାଜିଛି ଏବଂ ମାରିବାକୁ ଦେଶର କଳାଟଙ୍କା ଲଗାଇଯାଇଥିଲା। ରାଜନୀତିରୁ ହଟାଇବାକୁ ତାଙ୍କୁ ଚେଷ୍ଟା କରାଯାଉଛି ବୋଲି ଇମ୍ରାନ୍‌ କହିଛନ୍ତି। ଏଥିସହ ଏହି ଆକ୍ରମଣ ପଛରେ ଇମ୍ରାନ୍‌ ୩ଜଣଙ୍କୁ ଦାୟୀ କରିଛନ୍ତି। ଏଥିରେ ନିର୍ବାଚନ କମିଶନ, ମେଜର ଜେନେରାଲ ଫୈଜଲ ଓ ସରକାରରେ ଥିବା ଶରିଫ ଶେହଓ୍ବାଜ ସାମିଲ ଅଛନ୍ତି। ଅନ୍ୟପଟେ ତାଙ୍କ ଦଳ ପିଟିଆଇ ସାଧାରଣ ଲୋକଙ୍କ ଦଳ ହୋଇଥିବା ବେଳେ ପାର୍ଟି ପାଇଁ ସେ ଦୀର୍ଘ ୨୨ ବର୍ଷ ଧରି ସଂଘର୍ଷ କରୁଥିବା ଇମ୍ରାନ୍‌ ନିଜ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟପୁର କଲେଜରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପ୍ରବେଶ ଉତ୍ସବ: ନୀତିନିୟମ ସମ୍ପର୍କରେ କରାଗଲା ସଚେତନ

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜରେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯୁକ୍ତ ୨ ପ୍ରଥମ…

ଘରୁ ବାହାରିଲା ବୃଦ୍ଧାଙ୍କ ପଚାସଢା ମୃତଦେହ : କାନ୍ଧ ଦେଲେନି ବନ୍ଧୁପରିଜନ, ଶେଷରେ ସତ୍କାର କଲେ ଆଇଆଇସି

ପୁରୁଷୋତ୍ତମପୁର,୨୮। (ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏଠାରେ ପରିବାର ଓ ବନ୍ଧୁବର୍ଗଙ୍କ ମାନବିକତା ହଜିଯାଇଛି…

CJP ଆନ୍ଦୋଳନରେ ପୋଲିସର ବର୍ବରତାକୁ ନେଇ ରାଗିଗଲେ ସୁପ୍ରିମକୋର୍ଟ, ସିଧା ଶୁଣାଇଦେଲେ…

ନୂଆଦିଲ୍ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ସମ୍ବନ୍ଧୀୟ ଆବେଦନଗୁଡ଼ିକ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ ହୋଇଛି। ପ୍ରଧାନ ବିଚାରପତି (CJI) ସ୍ପଷ୍ଟ ଭାବରେ କହିଛନ୍ତି…

ବଢୁଛି ବୈତରଣୀ: ଚାରିଆଡ଼େ ଜଳମଗ୍ନ

କେନ୍ଦୁଝର, ୨୮।୭: (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲାରେ ଗତ ୨୪ ଘଣ୍ଟାରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ନଦୀର ଜଳ ସ୍ତର ବୃଦ୍ଧି ପାଇବାରେ…

ସକାଳୁ କାମରେ ଆସୁଥିଲେ ସୁଶାନ୍ତ: ପଛପଟୁ ଧକ୍କା ଦେଇ ଚମ୍ପଟ ମାରିଲା କାର୍‌, ଅବସ୍ଥା ଗୁରୁତର ହେବାରୁ…

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି – ରାୟଗଡ଼ା ୩୨୬ନଂ ଜାତୀୟ ରାଜପଥର ପୁଞ୍ଜିକଂୟା ଛକ ନିକଟ ବିଏସଏନଏଲ ଅଫିସ ସମ୍ମୁଖରେ ମଙ୍ଗଳବାର ସକାଳେ ଏକ ଦ୍ରୁତଗାମୀ କାର୍‌…

ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟ୍‌ର ପର୍ଦ୍ଦାଫାଶ କଲା STF

ଭୁବନେଶ୍ୱର,୨୮।୭: ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟର ପର୍ଦ୍ଦାଫାଶ କରିଛି STF ଟିମ୍‌। ଟାର୍ଗେଟରେ ଥିବା ଗଞ୍ଜାମ ଜିଲାର ୩ଜଣ ଗଞ୍ଜେଇ ମାଫିଆ ଗିରଫ ହୋଇଛନ୍ତି। STF ଗିରଫ…

ଅନ୍ତରଙ୍ଗ ଦୃଶ୍ୟକୁ ନା… ନିହାରିକାଙ୍କ ମନର କଥା

କଣ୍ଟେଣ୍ଟ କ୍ରିଏଟର ଭାବରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ନିହାରିକା ଏନଏମ ଅଭିନେତା ରାଘବ ଜୁୟାଲଙ୍କ ସହ ‘ଭାଇ ତେରା ଷ୍ଟାର ହୈ’ ଜରିଆରେ…

ଭାରୋତ୍ତଳନ ପ୍ରତିଯୋଗିତାରେ ଚମକିଲେ ଭଞ୍ଜନଗରର ଶିବା: ଜିତିଲେ ସ୍ବର୍ଣ୍ଣ

ଭଞ୍ଜନଗର, ୨୮।୭ (ବାବୁଲା ପ୍ରଧାନ): ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଗତ ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ୨ୟ ଓଡ଼ିଶା ଭାରୋତ୍ତଳନ ପ୍ରତିଯୋଗିତାରେ ଭଞ୍ଜନଗରର ଉଦୀୟମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri