Posted inଜାତୀୟ

ମୁଁ ଜଣେ ପୀଡ଼ିତ, ମୋତେ ଅପମାନର ସାମ୍ନା କରିବାକୁ ପଡ଼େ: ଉପରାଷ୍ଟ୍ରପତି

ନୂଆଦିଲ୍ଲୀ,୨୪।୧୨: ଟିଏମସି ଏମ୍‌ପି ପରିହାସ କରିବା ପରେ ଉପରାଷ୍ଟ୍ରପତି ଜଗଦୀପ ଧନଖର ମୁହଁ ଖୋଲିଛନ୍ତି। ଉପରାଷ୍ଟ୍ରପତି ତାଙ୍କ ସରକାରୀ ବାସଭବନରେ ଇଣ୍ଡିଆନ୍‌ ଷ୍ଟାଟିଟିକାଲ୍‌ ସର୍ଭିସର ପ୍ରୋବେସନର୍ସଙ୍କୁ ସମ୍ବୋଧିତ କରି କହିଛନ୍ତି, ମୁଁ ଜଣେ ପୀଡିତ। ମୋତେ ବାରମ୍ବାର ଅପମାନର ସମ୍ମୁଖୀନ ହେବାକୁ ପଡୁଛି। ନିକଟରେ ବିରୋଧୀ ଏମ୍‌ପିଙ୍କ ଦ୍ୱାରା ରାଜ୍ୟ ସଭା ଅଧ୍ୟକ୍ଷଙ୍କ ଅନୁକରଣକୁ ନେଇ ଅନେକ ବିବାଦ ଦେଖାଦେଇଥିଲା। ଏ ସମ୍ପର୍କରେ ସରକାର ବିରୋଧୀଙ୍କୁ ଟାର୍ଗେଟ କରିଥିଲେ।
ଉପରାଷ୍ଟ୍ରପତି କହିଛନ୍ତି,ମୁଁ ଜଣେ ଏମିତି ପୀଡିତ, ଯିଏ ଜାଣନ୍ତି ଏହାକୁ କିପରି ମୁକାବିଲା କରିବେ ଏବଂ ସମସ୍ତ ଅପମାନ ସହି ଭାରତ ମାତାର ସେବା କରିବେ। ମୁଁ ରାଜ୍ୟ ସଭାର ସଭାପତି ଏବଂ ମୁଁ ଉପରାଷ୍ଟ୍ରପତି, ଲୋକମାନେ ମୋତେ ରକ୍ଷା କରନ୍ତି ନାହିଁ! କିନ୍ତୁ ଏହା ମୋର ମାନସିକତାକୁ ପରିବର୍ତ୍ତନ କରିବା ଉଚିତ କି? ଏହା ମୋତେ ମୋ ପଥରୁ ବିଚ୍ଛିନ୍ନ କରିପାରିବ କି? ନା! ମୁଁ ସତ୍ୟର ପଥରେ ଅଛି ଏବଂ ଆମକୁ ସର୍ବଦା ଆଗକୁ ବଢିବାକୁ ପଡିବ।
ନିକଟରେ ସଂସଦର ଶୀତକାଳୀନ ଅଧିବେଶନରେ ବିରୋଧୀ ଏମ୍‌ପିମାନେ ସଂସଦର ସୁରକ୍ଷା କ୍ଷେତ୍ରରେ ଅବହେଳା ପ୍ରସଙ୍ଗରେ ଗୃହରେ ହଙ୍ଗାମା ସୃଷ୍ଟି କରିଥିଲେ। ଏଥିରେ ବିରୋଧୀ ଏମ୍‌ପିମାନେ ସଂସଦର ଉଭୟ ଗୃହରୁ ନିଲମ୍ବିତ ହୋଇଥିଲେ। ସଂସଦ ଗୃହ କମ୍ପ୍ଲେକ୍ସରେ ବିରୋଧୀ ଦଳର ନେତାମାନେ ଏହାକୁ ବିରୋଧ କରିଥିଲେ। ଏହି ପ୍ରତିବାଦ ସମୟରେ ଟିଏମସି ଏମ୍‌ପି କଲ୍ୟାଣ ବାନାର୍ଜୀ ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କୁ ପରିହାସ କରିଥିଲେ ଏବଂ ତାଙ୍କୁ ଅନୁକରଣ କରିଥିଲେ। କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ କଲ୍ୟାଣ ବାନାର୍ଜୀଙ୍କର ଏକ ଭିଡିଓ କରୁଥିବା ଦେଖିବାକୁ ମିଳିଥିଲା। ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନଖର ଏଥିରେ ଅସନ୍ତୋଷ ବ୍ୟକ୍ତ କରି ଏହାକୁ ବ୍ୟକ୍ତିଗତ ଆକ୍ରମଣ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: କ୍ରିକେଟରରୁ ପାଇଲଟ ହେଲେ ଗ୍ଲେନ୍ ଫିଲିପ୍ସ, ଯଦି ଟଙ୍କା ଥା’ନ୍ତା….

ନୂଆଦିଲ୍ଲୀ,୧୮।୩: ନ୍ୟୁଜିଲାଣ୍ଡର ଷ୍ଟାର କ୍ରିକେଟର ଗ୍ଲେନ୍ ଫିଲିପ୍ସ କେବଳ କ୍ରିକେଟ୍ ପଡ଼ିଆରେ ଜଣେ ଅଲରାଉଣ୍ଡର ନୁହଁନ୍ତି, ବରଂ ଅନ୍ୟାନ୍ୟ କାର୍ଯ୍ୟରେ ମଧ୍ୟ ତାଙ୍କର ଅଲରାଉଣ୍ଡର କ୍ଷମତା ରହିଛି…

ଭାରତରେ ମିଳିବ କି ପ୍ୟାଟରନିଟି ଲିଭ୍? ସୁପ୍ରିମକୋର୍ଟ କହିଲେ ବାପାର ଭୂମିକାକୁ…

ନୂଆଦିଲ୍ଲୀ,୧୮।୩; ଦେଶର ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କୁ ପ୍ୟାଟରନିଟି ଲିଭକୁ ସାମାଜିକ ସୁରକ୍ଷା ଲାଭ ଭାବରେ ମାନ୍ୟତା ଦେବା ପାଇଁ ଆଇନ ପ୍ରଣୟନ କରିବା ବିଷୟରେ ବିଚାର କରିବାକୁ…

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…

ଟେନସନ୍ ଶେଷ! କମର୍ସିଆଲ ଗ୍ୟାସ ସିଲିଣ୍ଡର ନେଇ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଏହି ରାଜ୍ୟକୁ ମିଳିବ…

ନୂଆଦିଲ୍ଲୀ,୧୮।୩; ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଦେଶରେ LPG ଏବଂ ତେଲ ସଙ୍କଟ ଦେଖାଯାଇଛି । ଏହାରି ଭିତରେ ସରକାର ଆଜି ବଡ଼ ନିଷ୍ପତ୍ତି ନେଇଛନ୍ତି । ସରକାର ସ୍ପଷ୍ଟ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ଚାଇନା ଠୁ ତେଲ ଜାହାଜ ଛଡାଇ ଆଣିଲା ଭାରତ! ରୁଷିଆ ସହ ବଡ଼ ଡିଲ୍‌…

ନୂଆଦିଲ୍ଲୀ,୧୮।୩; ୟୁକ୍ରେନରେ ସଂଘର୍ଷ ମଧ୍ୟରେ, ଭାରତ ରୁଷିଆରୁ ଅଶୋଧିତ ତୈଳ କ୍ରୟ ବୃଦ୍ଧି କରିଛି। ଭାରତ ଏବେ ମସ୍କୋରୁ ତୈଳ ଆମଦାନୀ ଦ୍ୱିଗୁଣିତ କରିଛି। ଏହି ସମୟରେ,…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri